Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ
ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରୁଥିବାରୁ ଅଭିଳଷିତ କାର୍ଯ୍ୟ ହାସଲ କରିପାରିବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ ନାହିଁ। ଧାର କରଜ କରିବାକୁ ପଡିପାରେ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଦେଖାଦେବାର ଆଶଙ୍କା ରହିଛି।
ବୃଷ
ବୃଷ
ଶନିଙ୍କ ଦୃଷ୍ଟିରେ ଶୁକ୍ର ରହିଥିବାରୁ କୌଣସି ଜଣେ ବ୍ୟକ୍ତିଙ୍କ ଦ୍ୱାରା ଅର୍ଥହାନିର ଯୋଗ ରହିଛି। ବନ୍ଧୁମାନଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ଅପ୍ରିୟତା ଅର୍ଜନ କରିବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ କରିବାକୁ ପଡିବ। ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ଧନାଧିପତି ଧନସ୍ଥାନକୁ ଦେଖୁଥିବାରୁ ଅର୍ଥଲାଭ ହେଲେ ମଧ୍ୟ ପାପଗ୍ରହ ପ୍ରଭାବରୁ ଝିନଝଟ୍‌ ଭିତରେ ଗତି କରିବାକୁ ପଡିବ। ସାଧାରଣ କଥାରେ ଉତ୍ତେଜିତ ହେବା ଦ୍ୱାରା ପାଖ ପଡୋଶୀ ମାନଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହି ନ ପାରେ। ମାଲିମକଦ୍ଦମାରେ ବିଚାର ବିଳମ୍ବ ହୋଇପାରେ।
କର୍କଟ
କର୍କଟ
ରାଶିକୁ ଏକାଧିକ ଗ୍ରହ ପ୍ରଭାବିତ କରୁଥିବାରୁ ଅତୀତ ଘଟଣା, ବନ୍ଧୁଙ୍କ ଅବିବେକୀ କାମ, ସହକର୍ମୀଙ୍କ କୂଟନୀତି ଓ ଆମତ୍ୀୟଙ୍କ ବେଖାତିର କଥା ସକାଶେ ଅନୁତାପ କରିପାରନ୍ତି। କର୍ମକ୍ଷେତ୍ରସ୍ଥ ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ।
ସି˚ହ
ସି˚ହ
ଆଜି ଆପଣ କୌଣସି କାମ କରିସାରିବାରେ ଅନୁତାପ କରିବାକୁ ପଡିପାରେ। ଆବଶ୍ୟକୀୟ ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିପାରନ୍ତି। ସହକର୍ମୀଙ୍କ ସହ କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ଗଣ ଯୋଗାଯୋଗ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ସାମାନ୍ୟ କଥାରୁ ମତାନ୍ତର ଘଟିଥିବାରୁ ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ସ୍ବାର୍ଥର ବଶବର୍ତ୍ତୀ ହୋଇ ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ସ୍ଥଗିତ କାମଟି ଆଜି ହିଁ ଶେଷ କରିବାକୁ ଭାବୁଥିଲେ ମଧ୍ୟ ତାହା ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇପାରେ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ଅନୁଭବ କରିବେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ପରିବାରରେ ଝଗଡା ଲାଗିପାରେ। କର୍ମକ୍ଷେତ୍ରରେ, ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ତୃତୀୟସ୍ଥ ଚନ୍ଦ୍ର ମାନସିକ ସ୍ତରକୁ ଶିଥିଳ କରି ରଖିପାରେ। କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି। ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ। ଅତୀତର ବିବାଦକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ବାକ୍‌ବିତଣ୍ଡା ସୃଷ୍ଟି ହେବାର ସୂଚନା ରହିଛି।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ। ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତି ଓ ଆନୁଷ୍ଠାନିକ କାମରୁ ମନ ଖୁସୀ ରହିବ।
ମକର
ମକର
ସ୍ଥଗିତ ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ କରିବା ସକାଶେ ବନ୍ଧୁଙ୍କ ସହ ଯୋଗର ଆବଶ୍ୟକତା ଅନୁଭବ କରିବେ। ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବେ। କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରରେ ଉନ୍ନତି କରିବେ । ପ୍ରତ୍ୟାବର୍ତ୍ତନ ପଥରେ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଜମା ଭଲ ସମ୍ପର୍କ ନ ଥିବା ନିଜ ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କିଛି କରିପାରିବେ ନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଏକ ଭିନ୍ନ ପରିସ୍ଥିତିରେ ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ
ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ପାରିବାରିକ ସମସ୍ୟା ସମାଧାନ ହୋଇଯିବ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହା କି ବ୍ୟସ୍ତତାର କାରଣ ହୋଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଆତ୍ମୀୟମାନଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜାନୁଆରୀ ୧ ତାରିଖ – Daily Horoscope

ମେଷ ନୂଆ ବର୍ଷରେ ଭାଗ୍ୟସ୍ଥାନରେ ରାଜଯୋଗ। କର୍ମକ୍ଷେତ୍ରରେ ଆଦରଣୀୟ ହେବେ। ଉଚ୍ଚାରୋହୀ ମଙ୍ଗଳ ଯୋଗୁ ଦେହ ଭଲ ରହିବ। ଧନସ୍ଥାନରେ ଚନ୍ଦ୍ର ସୁସ୍ବାଦୁ ଭୋଜନ ପରଷିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri