Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ
ଆଜି ଶୁକ୍ର ନକ୍ଷତ୍ରସ୍ଥ ଚନ୍ଦ୍ର ଆପଣଙ୍କୁ ଅର୍ଥ, ପାରିବାରିକ ସୌଖ୍ୟ ଓ ବନ୍ଧୁମିଳନଜନିତ ଆନନ୍ଦ ପ୍ରଦାନ କରିବ। ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡିଲେ ଅପଦସ୍ଥ ହେବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରରେ କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ବୃଷ
ବୃଷ
ଆଜିର ଗ୍ରହ ପ୍ରଭାବରେ ସହକର୍ମୀ, ପଡୋଶୀଙ୍କ କାମରେ ଅଧିକାଂଶ ସମୟ ଅତିବାହିତ କରିପାରନ୍ତି। ଏହା ସାଙ୍ଗକୁ ମୃଗଶିରା ନକ୍ଷତ୍ରର କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା କଷ୍ଟକର ହୋଇପାରେ। ତେଣେ ପାରିବାରିକ ସମସ୍ୟା ବୃଦ୍ଧି ପାଇବା କାରଣରୁ କୌଣସି କାମ ଶୃଙ୍ଖଳିତ ରହିବ ନାହିଁ।
ମିଥୁନ
ମିଥୁନ
ରାହୁ ଦେବଗୁରୁଙ୍କ ନକ୍ଷତ୍ରରେ ରହି କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି କରିପାରନ୍ତି। ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନମନାନ୍ତର ଦେଖା ଦେଇପାରେ। ପୁନର୍ବସୁ ନକ୍ଷତ୍ର ସକାଶେ ପାରିବାରିକ ସ୍ତରରେ ମାନସିକ ଦ୍ୱନ୍ଦ୍ୱ ଠିକ୍‌ ନିଷତ୍ତି ନେବାରେ ବିଳମ୍ବିତ କରାଇବ।
କର୍କଟ
କର୍କଟ
ରାଶିରେ ଚତୁଃଗ୍ରହ ରାଜଯୋଗ ସୃଷ୍ଟି କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ। ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। ବ୍ୟବସାୟ,ବାଣିଜ୍ୟ, କଳା, ସାହିତ୍ୟରେ ସମ୍ମାନ ମିଳିବ। ଅଶ୍ଳେଷା ନକ୍ଷତ୍ରର ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ।
ସି˚ହ
ସି˚ହ
କେନ୍ଦ୍ରାଧିପତି ଶନି ସପ୍ତମଭାବକୁ ଦେଖୁଥିବାରୁ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପ୍ରତ୍ୟେକ କାର୍ଯ୍ୟ ପ୍ରାୟତଃ ଅନୁକୂଳ ରହିବ। ଦ୍ୱାଦଶସ୍ଥ ଗ୍ରହ ପ୍ରଭାବରେ ଖର୍ଚ୍ଚାନ୍ତ ହେବା ସାଙ୍ଗକୁ ସାଧାରଣ କଥାରେ ମଧ୍ୟ ଟେନସନ୍‌ ବଢିଯାଇପାରେ। ମଘା ନକ୍ଷତ୍ର କୌଣସି ପ୍ରମାଣ ନ ଥାଇ ପଡ଼ୋଶୀମାନଙ୍କ ଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିପାରନ୍ତି।
କନ୍ୟା
ଆଜି ଆପଣଙ୍କୁ ଆକସ୍ମିକ ଅର୍ଥପ୍ରାପ୍ତି ହେବା ସହ ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତ୍ୟେକ କ୍ଷେତ୍ରରେ ଦେଖିଚାହିଁ ଆଗକୁ ବଢ଼ନ୍ତୁ, ସମସ୍ୟା ଆସିପାରେ। ଚିତ୍ରା ନକ୍ଷତ୍ର ସକାଶେ ସାହାଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ। ସମ୍ପର୍କ କ୍ଷୁଣ୍ଣ ହେବା କାରଣରୁ ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢିପାରେ।
ତୁଳା
ତୁଳା
ପରୋକ୍ଷ ଶତ୍ରୁତା ଓ ଆର୍ଥିକ ଅନଟନ ଜନିତ ମନକୁ ଅସ୍ଥିର କରିବାର ଆଶଙ୍କା ରହିଛି। ତଥାପି ସ୍ବାତୀ ନକ୍ଷତ୍ର ଆଜିର କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ଅବସର ସମୟରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବାର ସୂଚନା ରହିଛି। ସଭାସମିତିରେ ଯୋଗ ଦେଲେ ପ୍ରଶଂସା ଓ ପ୍ରତିଷ୍ଠା ପାଇ ପାରିବେ।
ବିଛା
ବିଛା
ଚନ୍ଦ୍ରଙ୍କ ପ୍ରତି ଗୁରୁଦୃଷ୍ଟି ଅଭାବରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ବନ୍ଦ ହୋଇଯାଇପାରେ। ସନ୍ତାନଙ୍କ ବୈବାହିକ କର୍ମ ସମ୍ପାଦନ କ୍ଷେତ୍ରରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବାର ସମ୍ଭାବନା ରହିଛ। କିନ୍ତୁ ଅନୁରାଧା ନକ୍ଷତ୍ର ସକାଶେ ଜମା ପଡୁ ନ ଥିବା କୌଣସି ବିଜାତୀୟ ବ୍ୟକ୍ତିଙ୍କ ଦ୍ୱାରା ଅସମ୍ମାନିତ ହେବାର ସୂଚନା ରହିଛି।
ଧନୁ
ଧନୁ
କୋଣଭାବସ୍ଥ ଚନ୍ଦ୍ରଙ୍କ କେନ୍ଦ୍ରସ୍ଥ ଏକାଧିକଗ୍ରହ ପାରିବାରିକ ଜୀବନ ଓ କର୍ମକ୍ଷେତ୍ରକୁ ପ୍ରଭାବିତ କରିବ। ଆତ୍ମୀୟମାନଙ୍କ ସହଯୋଗରେ ଅର୍ଥ ସଂଗ୍ରହ କରିବାରେ ସଫଳତା ହାସଲ କରିବେ। ବନ୍ଧୁମାନଙ୍କ ଗହଣରେ ଗଠନ ମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି।
ମକର
ମକର
ଆଜି ସପ୍ତମାଧିପତି କେନ୍ଦ୍ରରେ ଅବସ୍ଥାନ କରି ଆପଣଙ୍କ ଅଭିଳାଷକୁ ପୂରଣ କରିବାର ସୁଯୋଗ ସୃଷ୍ଟି କରିବେ। କିନ୍ତୁ ସପ୍ତମସ୍ଥ ଚାରୋଟିଗ୍ରହ ବିବାଦୀୟ ସ୍ଥିତିରେ ଅପଦସ୍ଥ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ପୁତ୍ରକନ୍ୟା ହେତୁକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପଡ଼ୋଶୀ କେହି ପ୍ରତିବାଦ କରିପାରନ୍ତି, ଯାହାକି ଆପଣଙ୍କ କାମ ପାଇଁ ତାହା ବାଧକ ସାଜିବ।
କୁମ୍ଭ
କୁମ୍ଭ
ଧର୍ମଭାବପ୍ରତି ଶୁଭଦୃଷ୍ଟି ଆପଣଙ୍କୁ ଧାର୍ମିକ ଭାବନା ମାଧ୍ୟମରେ ସତ୍‌ସଙ୍ଗ କରାଇବ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ଅବଶ୍ୟ ପାଇବେ କିନ୍ତୁ ସାଧାରଣ ସମସ୍ୟା ମଧ୍ୟ ରହିବାର ଆଶଙ୍କା ଦେଖାଦେଇପାରେ। ପୂର୍ବଭାଦ୍ରପଦ୍‌ ନକ୍ଷତ୍ର କର୍ମକ୍ଷେତ୍ରରେ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ। ଅତିରିକ୍ତ ଭ୍ରମଣ ହେତୁକ କ୍ଳାନ୍ତି ଦେଖାଦେଇପାରେ।
ମୀନମୀନ
ଧନସ୍ଥାନସ୍ଥ ଅର୍ଥଲାଭ କରାଇବ କିନ୍ତୁ ପାପଗ୍ରହ ମଧ୍ୟସ୍ଥ ଯୋଗୁ ମାନସିକ ସ୍ଥିତି ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। କିନ୍ତୁ ଅପରାହ୍ନରେ ଆପଣାଛାଏଁ ସମସ୍ୟା କମିବା ଫଳରେ ରହିଥିବା ଟେନସନ୍‌ କମିଯାଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri