Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ
ଷଷ୍ଠସ୍ଥ ଚନ୍ଦ୍ର ଯୋଗୁ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡା, ପୂର୍ବ ଶତ୍ରୁତା, ପିଲାମାନଙ୍କ ସମ୍ବନ୍ଧୀୟ ଥିବା ଦୁଶ୍ଚିନ୍ତା ସମ୍ପର୍କରେ ଚିନ୍ତିତ ରହିବେ। ଯେଊଁ କାମ କରନ୍ତୁନା କାହିଁକି, ଅବଶ୍ୟ ଠିକ୍‌ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ। ଶିଳ୍ପ, ବାଣିଜ୍ୟ, ନିର୍ମାଣ, ପରିବହନ, ବ୍ୟବସାୟିକସ୍ଥିତି ପ୍ରାୟତଃ ହାଲୁକା ରହିବ।
ବୃଷ
ବୃଷ
ଆଜିର ଗ୍ରହସ୍ଥିତି ପ୍ରତ୍ୟୁଷ ଯାତ୍ରା, ନୂତନ ବାଣିଜ୍ୟାରମ୍ଭ, ଆଲୋଚନା, ବନ୍ଧୁ ମିଳନ ପାଇଁ ସୁନ୍ଦର ସୁଯୋଗ ସୃଷ୍ଟି କରିବ। କୌଣସି ଆଲୋଚନାରେ ତର୍କ ଓ ବିବାଦୀୟ କଥା, ପିଲାଙ୍କ ସମସ୍ୟା ନେଇ ବ୍ୟସ୍ତତା ବଢିପାରେ। ପାରିବାରିକ ସମ୍ପର୍କ, ପରିବହନ କ୍ଷେତ୍ରରେ ସମସ୍ୟା, କର୍ମପରିସର ମଧ୍ୟରେ ପରୋକ୍ଷ ଶତ୍ରୁତା ହେତୁ ଚିନ୍ତା କରିପାରନ୍ତି।
ମିଥୁନ
ମିଥୁନ
ଆଜି ହାତରୁ ଖର୍ଚ୍ଚ କରି ଅନ୍ୟକୁ ଖୁଆଇ ପିଆଇ ଘରେ, ବାହାରେ ସବୁଠି ଆଦର ଓ ସ୍ନେହ ଆପଣଙ୍କ ଲୋକପ୍ରିୟତାକୁ ବଢାଇ ଦେଇପାରେ। ଟଙ୍କା ବାକି ଥିବା ଲୋକଟିକୁ ବକେୟା ମାଗିବା କାରଣରୁ ପରିସ୍ଥିତି ଉତ୍ତେଜନାମୂଳକ ହୋଇପାରେ। ବ୍ୟବସାୟ, ପରିବହନରେ କିଛିଟା ସମସ୍ୟା ଦେଖାଦେବାର ଆଶଙ୍କା ରହିଛି।
କର୍କଟ
କର୍କଟ
ନିଜ ଦ୍ୱାରା ଉପକୃତ ହୋଇଥିବା ବ୍ୟକ୍ତିମାନଙ୍କ ବେଖାତିର ମନୋଭାବ ଯୋଗୁ ରାଗିପାରନ୍ତି। କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ପଡିବ। ପାରିବାରିକ କ୍ଷେତ୍ରରେ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ବ୍ୟବସାୟ, ଭ୍ରମଣ, ନୂତନ କର୍ମାରମ୍ଭ ପାଇଁ ସୁବିଧା ସୁଯୋଗ ମିଳିବ।
ସି˚ହ
ସି˚ହ
ସ୍ବାସ୍ଥ୍ୟ ପ୍ରତି ଜଗି ରଖି ନ ଚଳିଲେ ଅସୁବିଧାର ସମ୍ମୁଖୀନ ହେବେ। ମନ କଥା ମନରେ ରଖି ଯଥା ସମ୍ଭବ ଔପଚାରିକତାକୁ ଭୁଲିଯିବା ଠିକ୍‌ ହେବନାହିଁ। ବନ୍ଧୁଙ୍କଠାରୁ ନାସ୍ତି ସୂଚକ ବାକ୍ୟ ଶୁଣି ବିଷାଦଗ୍ରସ୍ତ ହେବେ। ହଜି ଯାଇଥିବା ଜିନିଷ ପୁଣି ଫେରି ପାଇବେ, ଅବଶ୍ୟ କିଛି ସମୟ ହଇରାଣ ହେବାକୁ ପଡିବ।
କନ୍ୟା
କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ। ହଠାତ୍‌ ଜରୁରୀ କାମରେ ବାହାରକୁ ଯିବାକୁ ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟ ହେବେ। ବ୍ୟବସାୟ,ବାଣିଜ୍ୟ, ପରିବହନ, ଲୋକ ସମ୍ପର୍କ, ଗଠନମୂଳକ କିମ୍ବା ଆନୁଷ୍ଠାନିକ କାମରେ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ନୂତନ ଦିଗ୍‌ଦର୍ଶନ ଦେଇ ପ୍ରଶଂସିତ ହେବେ। ଆବଶ୍ୟକତା ପୂରଣ କରିବା ସକାଶେ ଟଙ୍କା ଯୋଗାଡ କରିବାରେ ସକ୍ଷମ ହୋଇପାରନ୍ତି। ନୂତନଗାଡି, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର, ପୋଷାକପତ୍ର କିଣିବା ପାଇଁ ମନ ବଳାଇ ପାରନ୍ତି। ସଭାସମିତି, ସାହିତ୍ୟ ଚର୍ଚ୍ଚା, ମେଳା ମହୋସତ୍ବ, ସଙ୍ଗୀତ ଆସରରେ ନିଜକୁ ସାମିଲ କରିପାରନ୍ତି।
ବିଛା
ବିଛା
ଆଜି ହଠାତ୍‌ କିଛି ନୂଆ କାମ ଆରମ୍ଭ କରିବା ସକାଶେ ମନ ବଳାଇପାରନ୍ତି। କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିପାରେ। ଆଜି ହିଁ ଯୋଗାଯୋଗ କରନ୍ତୁ, ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ବାଣିଜ୍ୟ, ବ୍ୟବସାୟ, ସଭା ସମିତି, ଆନୁଷ୍ଠାନିକ ଆଲୋଚନାକୁ ପୂରା କରିବେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ସାମ୍‌ନା କରିବାକୁ ପଡିପାରେ। ପାରିବାରିକ କ୍ଷେତ୍ରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ଲାଗି ରହିଥିବା ଟେନ୍‌ସନ୍‌ ଦୂର ହେବ। ଆଶା ପୂରଣ ହେବା ମାନସରେ ଅନ୍ୟର ପ୍ରହେଳିକାପୂର୍ଣ୍ଣ କଥାରେ ପଡି ପଛରେ ଦୌଡିପାରନ୍ତି।
ମକର
ମକର
ନବମସ୍ଥ ଚନ୍ଦ୍ର ପ୍ରଭାବରୁ ଦିନଟି ବହୁତ ଖୁସୀ ଓ ଆନନ୍ଦରେ ଅତିବାହିତ ହେବ। ନୂତନ ବନ୍ଧୁତା ସ୍ଥାପନ କରିବା ଦିଗରେ ଆଜି ଦିନଟି ସ୍ମରଣୀୟ ହୋଇ ରହିବ। ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କକୁ ନେଇ ବିବାଦ ଦେଖାଦେଇ ପାରେ। କାର୍ଯ୍ୟକ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ନିଜର ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ପାରିବାରିକ କ୍ଷେତ୍ରରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ। ପ୍ରଶାସନ, ପ୍ରେସ୍‌ ଓ ପବ୍ଲିକେଶନ, ଗବେଷଣା, ଅନୁସନ୍ଧାନରେ ଆଶାନୁଯାୟୀ ଫଳ ପାଇବେ। ବ୍ୟବସାୟ, ପରିବହନ, ସଭାସମିତି, ଆଲୋଚନାରୁ ଖୁସୀ ରହିବେ।
ମୀନମୀନ
ଆଜି ବିଭିନ୍ନ ପ୍ରକାରର କାର୍ଯ୍ୟବ୍ୟସ୍ତତା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ପୂର୍ବ ବିବାଦକୁ କେନ୍ଦ୍ରକରି ଶତ୍ରୁ କେହି ଅସୁବିଧାରେ ପକାଇପାରନ୍ତି, ଏଣୁ ସତର୍କ ରହିବା ଭଲ। ବ୍ୟବସାୟ, କଚେରି ମାମଲା ଓ ପରିବହନ କ୍ଷେତ୍ରରେ ଝଗଡା ଲାଗିପାରେ। ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri