Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ
ଆଜି ଗଜକେଶରୀ ଯୋଗ ପ୍ରଭାବରେ ସାମାଜିକ, ପାରିବାରିକ ଓ କର୍ମକ୍ଷେତ୍ର ଉନ୍ନତ ରହିବ। ଗତକାଲିର ଟେନସନ୍‍ ଆଜି କମିଯିବ ଏବଂ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‍ବୁଦ୍ଧ ହୋଇ ଧାର୍ମିକ ଅନୁଷ୍ଠାନରେ ସାମିଲ ହେବେ। ଆଲୋଚନା କ୍ଷେତ୍ରରେ ସହକର୍ମୀଙ୍କ ସହ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ।
ବୃଷ
ବୃଷ
ବ୍ୟୟାଧିପ ଦୃଷ୍ଟ ଶୁକ୍ରଙ୍କ ଯୋଗୁ ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ପାଇବେ। ବନ୍ଧୁଙ୍କ ସମ୍ମୁଖରେ ଦୁଃଖକୁ ଲୁଚାଇ ରଖି ହସି କଥା କହିବାକୁ ବାଧ୍ୟ ହେବେ। ପରିବହନ, ବ୍ୟବସାୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିପାରନ୍ତି। ବିବାଦୀୟ ଘଟଣାରେ ନୀରବତା ଶ୍ରେୟ ଅଟେ, ନତୁବା ସମସ୍ୟା ଭିତରକୁ ଟାଣି ହୋଇଯିବାକୁ ପଡିପାରେ।
ମିଥୁନ
ମିଥୁନ
ତୃତୀୟାଧିପ ରାଶିକୁ ଦେଖୁଥିବାରୁ ଆତ୍ମୀୟଙ୍କ ସହଯୋଗରେ ଯାତ୍ରା, ବ୍ୟବସାୟରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରି ସମାଲୋଚିତ ହେବେ। ଦୈନନ୍ଦିନ ଜୀବନରେ ବିଭିନ୍ନ ସମସ୍ୟା ମଧ୍ୟ ଦେଇ ଚଳିବାକୁ ପଡିବ। ମକଦ୍ଦମାରେ କିମ୍ବା ପ୍ରତିଯୋଗିତାଦି କ୍ଷେତ୍ରରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
ଶନି ଦୃଷ୍ଟ ଚନ୍ଦ୍ର ହେତୁ କର୍ମକ୍ଷେତ୍ରରେ କଠୋର ପରିଶ୍ରମଜନିତ ସ୍ବାସ୍ଥ୍ୟହାନି ଘଟିବା ଅଶଙ୍କା ରହିଛି। ଆନୁଷ୍ଠାନିକ କାମର ଆଲୋଚନା ସମୟରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ସାହିତ୍ୟ, ସାମ୍ବାଦିକତାରୁ ପ୍ରଶଂସିତ ହେବେ। କଠୋର ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ଗୁରୁକ୍ଷେତ୍ରସ୍ଥ ରବିଙ୍କ ହେତୁ ପଦସ୍ଥବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିପାରନ୍ତି। ପ୍ରଶାସନ, ରାଜନୀତି ଏବଂ ସଭାସମିତିରେ ସ୍ଥିର ନିଷ୍ପତ୍ତି ନେଇ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା କାରଣରୁ ମାନସିକ ସ୍ଥିରତା ଆସିପାରେ। ଶୁକ୍ରଙ୍କ ସୁପ୍ରଭାବରେ ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ କରିବାକୁ ମନସ୍ଥ କରିପାରନ୍ତି।
କନ୍ୟା
ଗ୍ରହମାନଙ୍କ ଅନୁକୂଳ ସ୍ଥିତି କାରଣରୁ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ଉଚିତ ବୁଝାମଣା ଦ୍ୱାରା ପାରିବାରିକ ଜୀବନ ଶାନ୍ତିରେ କଟିବ। ନିକଟସ୍ଥ ବନ୍ଧୁ ସହଯୋଗର ପ୍ରତିଶ୍ରୁତି ଦେବେ କିନ୍ତୁ ତାହା କଥାରେ ହିଁ ସୀମିତ ରହିଯିବ। ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ଦୀର୍ଘ ଦିନର ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ବୈଷୟିକ ଅଭିବୃଦ୍ଧି ସାଙ୍ଗକୁ ନୂଆ ଯୋଜନା ଆୟୋଜନରେ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ସହମତିରେ କାମ କଲେ ଲକ୍ଷ୍ୟ ହାସଲ ହେବ। ଆଜି ହାତରୁ ଖାଇ ପର ପାଇଁ ଖଟିବାକୁ ପଡିପାରେ। ଅତ୍ୟଧିକ ଥଣ୍ଡାଜନିତ ଦୈହିକ ଅସୁସ୍ଥତା ଯୋଗୁ କାମ କରିବା ସକାଶେ ମନୋବଳ କମି ଯାଇପାରେ।
ବିଛା
ବିଛା
ଶନିଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ଅବହେଳିତ କାମ ସକାଶେ ଅନୁତପ୍ତ ରହିବେ। ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ ହାତମୁଠାରୁ ସୁଯୋଗ ଖସିଯାଇପାରେ। ଶିଳ୍ପ ଓ ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ନିଜ ପରିସରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ଧନୁ
ଧନୁ
ଭାଗ୍ୟାଧିପ ରାଶିରେ ଥିବାରୁ ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାର୍ଯ୍ୟକୁ ତ୍ୱରାନିତ କରିବେ। ଅର୍ଥ ସଂଗ୍ରହରେ ତପତ୍ରତା ପ୍ରକାଶ କରିବେ ଏବଂ ଚେଷ୍ଟା ବେକାର ଯିବ ନାହିଁ। ପାରିବାରିକ ଜଞ୍ଜାଳ ବୃଦ୍ଧି ଆଶଙ୍କା ରହିଛି। କଳା, ସାହିତ୍ୟ, ବାଣିଜ୍ୟ ତଥା ପ୍ରଶାସନିକ କ୍ଷେତ୍ରରେ ଉପରିସ୍ଥଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ।
ମକର
ମକର
ଅସୁସ୍ଥତା ସାଙ୍ଗକୁ ବାଣିଜ୍ୟ, ବ୍ୟବସାୟରେ ସମସ୍ୟା ଏବଂ ପ୍ରତିଦ୍ୱନ୍ଦ୍ୱିତାରେ ବିଫଳତା ଭୋଗିପାରନ୍ତି। ପାରିବାରିକ କ୍ଷେତ୍ରରେ ଭୁଲ୍‍ ଖବରକୁ ସତ୍ୟ ମନେକରି ଉତ୍‍କ୍ଷିପ୍ତ ହେବେ। ଛୋଟ କଥାକୁ କେନ୍ଦ୍ରକରି ପଡ଼ୋଶୀ ପ୍ରତିବାଦର ସ୍ବର ଉଠାଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ସାମିଲ କରିବାର ସୁଯୋଗ ଜୁଟିପାରେ।
କୁମ୍ଭ
କୁମ୍ଭ
ଦ୍ୱାଦଶସ୍ଥ ଶୁକ୍ରଜନିତ ଭୋଗବିଳାସ ସହ ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚପ୍ରଶଂସା ପାଇବେ। ଅତିରିକ୍ତ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। ସ୍ତ୍ରୀଙ୍କ ଚିଡ଼ା ସ୍ବଭାବ ଅଶାନ୍ତିର ମୂଳ କାରଣ ହେବ। ସାମାଜିକ ସ୍ତରରେ ପରୋପକାର ମନୋଭାବରୁ ପ୍ରଶଂସିତ ହେବେ।
ମୀନମୀନ

ଆଜି କୌଣସି ଭୁଲ୍‍ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିପାରନ୍ତି। ଅଫିସ କାମରେ ସାମାନ୍ୟ ଅନୁପସ୍ଥିତି କିମ୍ବା ବିଳମ୍ବ ପାଇଁ କୈଫିୟତ୍‍ ଦେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କିମ୍ବା ପ୍ରତିଯୋଗିତା କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଖଳ ଲୋକମାନଙ୍କ କାନକୁହା କଥାକୁ ବିଶ୍ୱାସ କରି ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜୁନ୍ ୧୬ ତାରିଖ – Daily Horoscope

ମେଷ ସ୍ବଗୃହୀ ମଙ୍ଗଳଙ୍କ ପ୍ରଭାବରେ ଦୈହିକ ସୁସ୍ଥତା ସହ କର୍ମକ୍ଷେତ୍ର ଏବଂ ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ। ବନ୍ଧୁମାନଙ୍କ ପ୍ରେରଣାରେ ଉଦ୍‍ବୁଦ୍ଧ ହୋଇ ନୂତନ ଉତ୍ସାହର…

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri