Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ
ଆଜିର ବ୍ୟୟଭାବସ୍ଥ ଚନ୍ଦ୍ର ବିଭିନ୍ନ ପ୍ରକାରର ସମସ୍ୟାକୁ ନେଇ ମନୁକୁ ବିଭ୍ରାନ୍ତ କରାଇପାରେ। ଅବଶ୍ୟ ନିଜର ଉଦାରତା ଗୁଣରୁ ଅନୁନୟ ବିନୟର ସହ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସାହିତ୍ୟ, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।
ବୃଷ
ବୃଷ
ଚନ୍ଦ୍ର ପ୍ରଭାବରେ ଆନୁସଙ୍ଗିକ ସାହାଯ୍ୟ ସହଯୋଗ ଲାଭକରି ଚେଷ୍ଟା କରୁଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିପାରିବେ। କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ଅପରାହ୍ନେ ବନ୍ଧୁଙ୍କ ଆଗମନ ଯୋଗ ମଉଜ ମଜଲିସରେ ସମୟ ଅତିବାହିତ କରିବେ। ବାଣିଜ୍ୟରେ ଉନ୍ନତି କରିବେ କିନ୍ତୁ ପରିବହନ ସମସ୍ୟା ବହୁଳ ହୋଇପାରେ।
ମିଥୁନ
ମିଥୁନ
ରାଶିରେ ରାହୁ ପ୍ରଭାବରେ ନୂତନ ଭାବରେ ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଃଶ୍ଚିନ୍ତା ବୃଦ୍ଧି ପାଇପାରେ। ପଦସ୍ଥ ବ୍ୟଚ୍ଛିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି. ଯାହାକି ପରିସ୍ଥିତିକୁ ସାବଲୀଳ କରିବାରେ ସହାୟକ ହେବ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ନିଜର ବ୍ୟବହାରରେ ପରିବର୍ତନ ଆଣିବା ସହ ସତର୍କତା ଅବଲମ୍ବନ କରିବା ଭଲ ହେବ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିବ ମାତ୍ର ହୁଏତ ସୁଯୋଗ ପାଇବା ସହଜ ହୋଇ ନ ପାରେ। ନିଜକୁ ସଜାଇବାରେ ସମୟ ଅତିବାହିତ କରି ସମଲୋଚିତ ହେବେ।
ସି˚ହ
ସି˚ହ
ଭୁଲ୍‌ ବୁଝାମଣାରୁ ଘରେ ଅଶାନ୍ତିକର ପରିବେଶ ସୃଷ୍ଟି ହୋଇପାରେ। ଦେହ ଭଲ ରହିବ ମାତ୍ର ଶ୍ରମଜନିତ କ୍ଳାନ୍ତି ବୋଧ କରିବେ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ। ଯେଉଁ ଜିନିଷଟିକୁ ପାଇବାକୁ ଆଶା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ।
କନ୍ୟା
କର୍ମକ୍ଷେତ୍ରର ବିଷମତା ଜନିତ କଅଣ କରିବେ ଠିକ୍‌ କରିନପାରି ଦ୍ୱନ୍ଦ୍ବରେ ପଡିବେ। ବନ୍ଧୁଙ୍କ ଛଳନାମତ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେନି କିନ୍ତୁ ପଚାରି ମଧ୍ୟ ବୁଝତ୍ପାରିବେନାହିଁ। ସାହିତ୍ୟ,ଚିତ୍ର୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ପରିବାରରେ ଝଗଡା ଲାଗିପାରେ।
ତୁଳା
ତୁଳା
ଆକସ୍ମିକ ବିଭ୍ରାନ୍ତିକର ଖବର ପାଇ ସାମୟିକ ବିବ୍ରତ ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ୱନା ମିଳିବ ବିଶେଷ କିଛି ଅସୁବିଧା ରହିବ ନାହିଁ। ମନକୁ ନ ପାଇବା ହେତୁ କିଣି ଆଣିଥିବା ଜିନିଷ ଠିକ୍‌ ବଦଳାଇବା ପାଇଁ କଷ୍ଟକର ହେବାର ସୂଚନା ରହିଛି। ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ସମାଲୋଚିତ ହୋଇପାରନ୍ତି।
ବିଛା
ବିଛା
ଯୋଜନାଗୁଡିକ ମଧ୍ୟ ଠିକ୍‌ ଭାବେ କାର୍ଯ୍ୟକାରୀ ନ ହୋଇପାରେ। ହାତେ ମାପି ଚାଖଣ୍ଡେ ଚାଲିଲେ ଚେଷ୍ଟାସଫଳ ହେବାର ସମ୍ଭାବନା ମିଳିପାରେ। ଅର୍ଥ ସମ୍ପର୍କୀୟ କାମରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି।
ଧନୁ
ଧନୁ
ଆଶାନୁରୂପକ ସଫଳତା ହାସଲ କରିିବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିବେ। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ ଅନ୍ୟଥା ପଶ୍ଚାନ୍ତେ ଅନୁତାପ କରିବାକୁ ପଡିପାରେ। ବିବାଦୀୟ ଘଟଣାରେ ନୀରବତା ଶ୍ରେୟ ଅଟେ।
ମକର
ମକର
କର୍ମକ୍ଷେତ୍ରରେ ଫାଇଲ୍‌ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡିପାରେ। କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଲେ ପ୍ରଶଂସିତ ହେବେ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ଶ୍ରବଣା ପାଇଁ ବିବାଦର ଆଶଙ୍କା କରୁଥିବା ଘଟଣାରେ ସେମିତି କିଛି ହେବ ନାହିଁ ।
କୁମ୍ଭ
କୁମ୍ଭ
ଗତକାଲିର ଘଟଣା ମନକୁ ବିବ୍ରତ କରିପାରେ ଅବଶ୍ୟ ମଧ୍ୟାହ୍ନ ପରେ ମନ ଶାନ୍ତ ରହିବ। କାୈଣସି କ୍ଷେତ୍ରରେ ପ୍ରତିକ୍ରିୟା ଶୀଳ ମନୋବୃତି ପୋଷଣ କଲେ ଅସୁବିଧାରେ ପଡିବେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ ଏଣୁ ସାବଧାନତା ନିତାନ୍ତ ଦରକାର। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ମୀନମୀନ
ଆଶା କରୁଥିବା ବନ୍ଧୁଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆଜିର ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟଚ୍ଛିଙ୍କଠାରୁ ଦୂରେଇ ରହିବା ଭଲ। ଘରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଆର୍ଥିକ ଅଭାବ ଓ ଅନଟନ କେତେକ କାମକୁ ସ୍ଥଗିତ ରଖିଦେଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?