Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୧ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ରଙ୍କ ସହ ଶନି ଓ କେତୁଙ୍କ ସଂଯୋଗ ପ୍ରଭାବରେ ଭାଇ, ବନ୍ଧୁ, ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ମତାନ୍ତର ଅନିବାର୍ଯ୍ୟ ହୋଇପାରେ। ଯେତେ ଚେଷ୍ଟା କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିବେ। ମନରେ ଅସ୍ଥିରତା ଲାଗି ରହିବା କାରଣରୁ ଅନ୍ୟମାନଙ୍କ କଥା ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ ।
ବୃଷ
ବୃଷ
ଆପଣଙ୍କ ରାଶିକୁ ଶୁଭଗ୍ରହମାନେ ଦେଖୁଥିବାରୁ ଆଜି ବୈଷୟିକ ସୁଖ, ସମ୍ପଦ ପ୍ରଦାନ କରିବାରେ ସହାୟକ ହେବେ। କିନ୍ତୁ ଶନି ସଂସ୍ପର୍ଶରେ ଚନ୍ଦ୍ର ଉଦାସୀନତା ସୃଷ୍ଟିକରି ଭୋଗ ବିଳାସ ପ୍ରତି ବୈରାଗ୍ୟ ଭାବ ଉଦ୍ରେକ କରିପାରନ୍ତି। ଆପଣ ଘର ସକାଶେ, ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।
ମିଥୁନ
ମିଥୁନ
ସପ୍ତମ କେନ୍ଦ୍ରସ୍ଥ ଏକାଧିକ ଗ୍ରହ ହେତୁ ବିବାଦରେ ପଶିଲେ ଅପଦସ୍ଥ ହେବାକୁ ପଡିବ ଏବଂ ପ୍ରତିଦ୍ୱନ୍ଦ୍ୱିତାରେ ପରାଜୟ ସ୍ବୀକାର କରିବାକୁ ପଡିପାରେ। ପାଖପଡୋଶୀଙ୍କ ଦ୍ୱାରା ଘରୋଇ ବ୍ୟାପାରରେ ହସ୍ତକ୍ଷେପ ମାଧ୍ୟମରେ ଅଶାନ୍ତ ବାତାବରଣ ସୃଷ୍ଟି ହେବ। ପୂର୍ବରୁ ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିବେ।
କର୍କଟ
କର୍କଟ
କର୍ମସ୍ଥାନକୁ ଧନାଧିପଙ୍କ ଦୃଷ୍ଟିଜନିତ ଅର୍ଥଲାଭ ସହ ଏକ ନୂତନ ପରିବେଶରେ ସହାନୁଭୂତିର ସହ ସହାବସ୍ଥାନରୁ ନିଜକୁ ଭାଗ୍ୟବାନ୍‌ ମନେ କରିପାରନ୍ତି। ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପୂର୍ବାହ୍ନରେ ଲାଭକରି ସାମୟିକ ଖୁସି ରହିବେ। ଶିଳ୍ପ, ପରିବହନ, ବାଣିଜ୍ୟ ଓ ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ।
ସି˚ହ
ସି˚ହ
ରବିଙ୍କ ଦୁର୍ବଳତା ସାଇନୋଇସାଟିସ୍‌ ଭଳି ରୋଗ ଜନିତ ମୁଣ୍ଡବ୍ୟଥା କିମ୍ବା କ୍ରନିକ୍‌ ରୋଗ ପୀଡାକୁ ନିମନ୍ତ୍ରଣ କରିପାରେ। ତଥାପି କର୍ତ୍ତବ୍ୟର ଦ୍ୱାହି ଦେଇ ଅନ୍ୟ ପାଇଁ ନିଜେ କଷ୍ଟ ସ୍ବୀକାର କରିପାରନ୍ତି। କର୍ମକ୍ଷେତ୍ରରେ ଅପରାହ୍ନ ସମୟରେ କାରଣ ନ ଥାଇ ମଧ୍ୟ ଦୋଷୀସାବସ୍ତ୍ୟ ହେବାର ଆଶଙ୍କା ରହିଛି।
କନ୍ୟା
ଶନିଙ୍କ ପ୍ରତି ମଙ୍ଗଳଙ୍କ ପୂର୍ଣ୍ଣଦୃଷ୍ଟି ସନ୍ତାନ ହେତୁକ ସମସ୍ୟାରେ ବ୍ୟସ୍ତତା ସୃଷ୍ଟି କରିବ।କିଛି ମତ ମନ୍ତବ୍ୟ ଦେବା ପୂର୍ବରୁ ଭାବିଚିନ୍ତି କହିବା ଭଲ ହେବ ଅନ୍ୟଥା ଅଶାନ୍ତି ସୃଷ୍ଟି ହୋଇପାରେ। ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବାରେ ବନ୍ଧୁ ସାହାଯ୍ୟ କରିବେ। କେତେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେଇପାରନ୍ତି।
ତୁଳା
ତୁଳା
ଅଭାବ ଅସୁବିଧା ଲାଗି ରହଥିିବା ଯୋଗୁ ଇଚ୍ଛା ଥିଲେ ମଧ୍ୟ କେତେକ ଅଭିଳଷିତ କାମ ଅଧୁରା ରହିଯିବ। ସ୍ବାମୀ କିମ୍ବା ପତ୍ନୀଙ୍କ କ୍ଷୋଭ, ସନ୍ତାନଙ୍କ ବେଖାତିର କାମ ସାଙ୍ଗକୁ ଭାବପ୍ରବଣତାର ବଶବର୍ତ୍ତୀ ହୋଇ ମାନସିକ ସ୍ଥିରତା ହରାଇବେ। ଆପଣ କାହାର ମିଠା କଥାରେ ଭାସି ଯାଆନ୍ତୁ ନାହିଁ, ଯାହାକି ସମସ୍ୟାର ହେତୁ ସ୍ବରୂପ ହୋଇପାରେ।
ବିଛା
ବିଛା
କେବଳ କଳ୍ପନା ମାଧ୍ୟମରେ ମାନସିକ ସ୍ତରରେ ଆନନ୍ଦ ଅନୁଭବ କରିବେ, ଯେହେତୁ ବାସ୍ତବତା ବହୁ ଦୂରରେ ରହିଯିବ। କର୍ମକ୍ଷେତ୍ରରେ ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କୁ ସାହାଯ୍ୟ ମାଗିବେ। ଗୃହସୀମାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
ପାପଗ୍ରହମାନେ ରାଶିକୁ ପ୍ରଭାବିତ କରୁଥିବାରୁ ନିଜର ସୁଖ, ସୁବିଧାକୁ ଅଗ୍ରାଧିକାର ଦେଇ ଅନ୍ତରଙ୍ଗମାନଙ୍କ ଆନ୍ତରିକତାକୁ ହରାଇ ପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗିରହିବ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ପରିବାରରେ କାହାକୁ ସନ୍ଦେହ କରି ଅଯଥା ଅଶାନ୍ତିର ବାତାବରଣ ସୃଷ୍ଟି ହେବାର ସମ୍ଭାବନା ରହିଛି।
ମକର
ମକର
ଗ୍ରହମାନଙ୍କ ପ୍ରତିକୂଳ ସ୍ଥିତିଜନିତ ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବିତ ସମୟରେ କାର୍ଯ୍ୟ ସମ୍ପନ୍ନ ହେବା କାରଣରୁ କ୍ଷୋଭ ପ୍ରକାଶ କରିପାରନ୍ତି। ଆଲୋଚନା ପରିସରରେ ଆପଣ ଯୁକ୍ତିଯୁକ୍ତ କଥା କହି, ଅର୍ଥ ଓ ସମ୍ମାନ ଲାଭ କରିବାରେ ସଫଳ ହେବେ। ଉଚ୍ଚ ବର୍ଗର ବ୍ୟକ୍ତିବିଶେଷଙ୍କ ଠାରୁ ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ରହିବେ।
କୁମ୍ଭ
କୁମ୍ଭ
ରାହୁଙ୍କ ପ୍ରଭାବରେ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ହରଡ଼ଘଣାରେ ପଡିପାରନ୍ତି। ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ କେତୁଙ୍କ କୁପ୍ରଭାବରୁ ମାନସିକ ସ୍ଥିତି ଭଲ ରହିବନାହିଁ। ପିଲାମାନଙ୍କର କିଛି ସମସ୍ୟାକୁ ନେଇ ପରିବାରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ତଥାପି ଜମିଜମା, ପରିବହନରେ ସମସ୍ୟା କମିଯାଇପାରେ।
ମୀନମୀନ
କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିପାରେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯିବ ଓ ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ରହିବ ନାହିଁ। ପରିବାରରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବ। ଅଭାବ ନ ଥିଲେ ମଧ୍ୟ ଶାନ୍ତି ପାଇବା କଷ୍ଟକର ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri