Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୨୨ ତାରିଖ – Daily Horoscope

ମେଷ
ଗତକାଲି ପରି ଆଜିର ପରିସ୍ଥିତିରେ କୌଣସି ପରିବର୍ତ୍ତନ ହେବାର ସୂଚନା ପାଇ ପାରିବେ ନାହିଁ। ତଥାପି ଆପଣଙ୍କ ଉପସ୍ଥିତ ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ପାରସ୍ପରିକ ସହମତିକୁ ଗ୍ରହଣ କରିବା ଭଲ ହେବ।
ବୃଷ
ବୃଷ
କୌଣସି କାମ ଅଟକି ରହିବ ନାହିଁ । ତଥାପି ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଅଫିସ୍‌ରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିଲେ ମଧ୍ୟ ପରିବହନରେ କ୍ଷତି କିମ୍ବା ଆକସ୍ମିକ ସମସ୍ୟାର ଆଶଙ୍କା ରହିଛି। ରୁଗ୍‌ଣ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
ମିଥୁନ
ମିଥୁନ
ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ନ ହେବା କାରଣକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି। ସାମାଜିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ଅଧିକ ପରିଶ୍ରମ କଲେ ମଧ୍ୟ ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
ଗ୍ରହମାନେ ସାମଗ୍ରିକ ସୁଖ, ସୁବିଧା ଓ ସୁଯୋଗ ପ୍ରଦାନ କରି ଆପଣଙ୍କ ବିଷାଦିତ ମନକୁ ଆହ୍ଲାଦିତ କରିବାରେ ସହାୟକ ହେବେ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି। ସଭାସମିତିରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ , ଫଳରେ ଆଲୋଚନା ଅମୀମାଂସିତ ରହିପାରେ।
ସି˚ହ
ସି˚ହ
ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବ। ମାତ୍ର ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ଆପଣ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ।
କନ୍ୟା
ଜମା ଭଲ ସମ୍ପର୍କ ନ ଥିବା କୌଣସି ବନ୍ଧୁଙ୍କ ଉଦ୍ଦେଶ୍ୟ ପ୍ରଣୋଦିତ ମିଥ୍ୟା ଗୁଜବ ମନକୁ ଚହଲାଇ ଦେଇପାରେ। ଈର୍ଷାରେ ଜଳୁଥିବା ଆତ୍ମୀୟମାନଙ୍କ ଅସହଯୋଗ ଏବଂ ଅସମ୍ମାନ ପାଇ ଦୁଃଖିତ ହେବେ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ।
ତୁଳା
ତୁଳା
ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହେବା ସହ ଜଣେ ପଡୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ପରିବାରରେ ପିଲାଙ୍କ ଆଚରଣରେ ଅସନ୍ତୁଷ୍ଟ ରହିପାରନ୍ତି। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ଅନ୍ୟଥା କଳହ ଲାଗିପାରେ। ଯାତ୍ରା ସମୟରେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ।
ବିଛା
ବିଛା
ଦୀର୍ଘଦିନ ହେଲା ଯାହା ପାଉ ନ ଥିଲେ ଆଜି ତାହା ଲାଭ କରି ମନ ଖୁସି ହୋଇଯିବ। ହାତକୁ ନେଇଥିବା କାମଗୁଡିକ ଯଥା ସମୟରେ ସମ୍ପନ୍ନ ହେବାରେ କୌଶଳ ପ୍ରୟୋଗ କରିପାରିଲେ ଉପକୃତ ହେବେ। ଯେକୌଣସି କ୍ଷେତ୍ରରେ ମଧ୍ୟ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ।
ଧନୁ
ଧନୁ
ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାଯର୍‌ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ଏକସଙ୍ଗରେ ଅର୍ଥଲାଭ, ବନ୍ଧୁମିଳନ, ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗରେ ମନ ଖୁସି ରହିବ। କର୍ମକ୍ଷେତ୍ର ଏପରି କି ପ୍ରଶାସନିକ କ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ କୌଣସି ସମସ୍ୟା ଉପୁଜିପାରେ।
ମକର
ମକର
ଦୁଶ୍ଚିନ୍ତା କାରଣରୁ ଟେନ୍ସନ ଲାଗି ରହିଥିଲେ ମଧ୍ୟ ଦୃଢ଼ତା ଓ ଧୈର୍ଯ୍ୟ ସମୟାନୁକ୍ରମେ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବ। ବ୍ୟବସାୟ,ବାଣିଜ୍ୟ, ପରିବହନ, ମାଲିମକଦ୍ଦମା ପ୍ରଭୃତି କ୍ଷେତ୍ରରେ ଅଭିଳଷିତ ଫଳ ଅବଶ୍ୟ ପାଇପାରିବେ। ସ୍ବାସ୍ଥ୍ୟହାନି ସାଙ୍ଗକୁ ଆର୍ଥିକ ଅନଟନ କାରଣରୁ ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି ।
କୁମ୍ଭ
କୁମ୍ଭ
ପରିସ୍ଥିତି ପ୍ରତି ନଜର ଦେଇ କାମ କରି ଚାଲିଲେ କୌଣସି କାମ ଅଟକି ରହିବ ନାହିଁ। ପୁରୁଣା ଜିନିଷ ବିକ୍ରୟ କରି ନୂତନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳିବ ଓ ପାଇବେ ମଧ୍ୟ। ପ୍ରତ୍ୟେକ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସିଲେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ।
ମୀନମୀନ
ଆଦୌ ଦେଉ ନ ଥିବା ବ୍ୟକ୍ତିଙ୍କ ନିକଟରୁ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ତଥାପି ବନ୍ଧୁ ଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ସୂଚନା ରହିଛି। ବ୍ୟବସାୟରେ ଲାଭ ମିଳିବ ଏବଂ କୌଣସି ଅନ୍ୟ ଏକ ଉଦ୍ଦେଶ୍ୟରେ ସେହି ଟଙ୍କାକୁ ବିନିଯୋଗ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?