Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ
ରାହୁଯୁକ୍ତ ଚନ୍ଦ୍ରଜନିତ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହି ନ ପାରେ। ଦ୍ୱିଜା ନକ୍ଷତ୍ର ସକାଶେ ଅର୍ଥ ଲାଭ, ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମନ ଖୁସି ରହିବ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ଉପକୃତ ହେବେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ଶନି ଓ ରବିଙ୍କ ପାରଷ୍ପରିକ ଶତ୍ରୁତାଜନିତ ପାରିବାରିକ ଅସ୍ଥିରତା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ। ଆଶା କରୁଥିବା ଦିଗରୁ ଅର୍ଥ ପାଇବା ସହ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ଶିଳ୍ପ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ।
ମିଥୁନ
ମିଥୁନ
ସପ୍ତମସ୍ଥ କେତୁ ଯୁକ୍ତ ବୃହସ୍ପତି ହେତୁ ଯାତ୍ରାରେ ଲକ୍ଷ୍ୟ ହାସଲ କରିବା କଷ୍ଟକର ହୋଇପାରେ। ନିଜର ଇଚ୍ଛା ଅନୁଯାୟୀ କେତେକ କାମ ସକାଶେ ପରିବାର ଭିତରୁ ସମାଲୋଚିତ ହେବାକୁ ପଡିବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା କୌଣସି ସମସ୍ୟା ଆସିପାରେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି।
କର୍କଟ
କର୍କଟ
ଦ୍ୱାଦଶସ୍ଥ ଗ୍ରହଜନିତ ଆଜି ଆର୍ଥିକ ସ୍ଥିତି ବହୁତ ଭଲ ରହିବ କିନ୍ତୁ ଦୂରଯାତ୍ରା ସହ ଖଚ୍ଚାନ୍ତ ମଧ୍ୟ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ, ଯାହାଦ୍ୱାରା ଦ୍ୱନ୍ଦ୍ୱରେ ପଡି ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ବନ୍ଧୁ ଜରିଆରେ ଆକସ୍ମିକ ଭାବରେ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହୋଇପାରନ୍ତି।
ସି˚ହ
ସି˚ହ
ରବି ଓ ଚନ୍ଦ୍ର ଷଡାଷ୍ଟକ ସ୍ଥିତିରେ ରହିଥିବାରୁ ସମସ୍ୟା ଆସିଲେ ମଧ୍ୟ ଆପଣ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ। ଅପରାହ୍ନରେ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନ ଭଲ ରହି ନ ପାରେ। ଅବଶ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ଆଜି ଆପଣଙ୍କ କାମ ସକାଶେ ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗରୁ ଉତ୍ସାହିତ ହେବେ। ବୁଝାମଣା ଠିକ୍‌ ନ ରହିବା କାରଣରୁ କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡିପାରେ।
ତୁଳା
ତୁଳା
ନିଜର ସମସ୍ୟା ବିଷୟରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଦେଖାଦେଇପାରେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା
ବିଛା
ଅଷ୍ଟମାଧିପତି ଚତୁର୍ଥସ୍ଥ ହେତୁ ପରିବାରର ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। କଳା, ସାହିତ୍ୟ,ସଙ୍ଗୀତ, ଚଳଚ୍ଚିତ୍ର କ୍ରୀଡା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ ସ୍ଥଗିତକାର୍ଯ୍ୟ ଆରମ୍ଭ କରିବା ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ଧନୁ
ଧନୁ
କର୍ମାଧିପ ବୁଧ ସ୍ବରାଶିରୁ ଷଷ୍ଠସ୍ଥ ଯୋଗୁ ଆଜିର କର୍ମକ୍ଷେତ୍ରରେ ଆଲୋଚନା ଅମୀମାଂସୀତ ରହିପାରେ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ। ଶତ୍ରୁତା କାରଣରୁ ନିକଟ ସମ୍ପର୍କୀୟମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ମଙ୍ଗଳଗ୍ରହ ନିଜରାଶି ମେଷରୁ ଅଷ୍ଟମରେ ଥିବାରୁ ଆଜି ସାଧାରଣ କଥାକୁ କେନ୍ଦ୍ର କରି କଳହର ସମ୍ମୁଖୀନ ହୋଇପାରନ୍ତି। ଅତ୍ୟାବଶ୍ୟକ ଜିନିଷଗୁଡିକୁ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ।
କୁମ୍ଭ
କୁମ୍ଭ
ରାଶିରେ ବୁଧ ଓ ଧନସ୍ଥାନରେ ଶୁକ୍ରଥିବାରୁ ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପାଖ ପଡୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କିନ୍ତୁ ପରିବାରରେ ପୈତୃକ ସମ୍ପତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି।
ମୀନମୀନ
ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିଥିଲେ ମଧ୍ୟ ବିଶେଷ ଅସୁବିଧା ହେବନାହିଁ । ଗତକାଲିଠାରୁ ନିଜର ଲୋକ ମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। କର୍ମକ୍ଷେତ୍ରରେ ଈର୍ଷାପର ବନ୍ଧୁମାନେ ସମ୍ମୁଖରେ ନୀରବ ରହି ପଛରେ ବହୁତ କଥା କହିବେ। ପାଖପଡୋଶୀଙ୍କ ସହାୟତାରେ ଅର୍ଥାଭାବ କେତେକାଂଶରେ ଦୂରୀଭୂତ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨ ତାରିଖ – Daily Horoscope

ମେଷ ମୁଖଭାବରେ ଚନ୍ଦ୍ର ଯୋଗୁ ହସିଲେ କଥା କହିବେ। ବନ୍ଧୁ ଅର୍ଥସାହାଯ୍ୟ କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ, ସ୍ଥଗିତ କାମରେ ଅଗ୍ରଗତିର ସମ୍ଭାବନା, ପାରିବାରିକ ସମସ୍ୟାର...

ରାଶିଫଳ: ଗୁରୁବାର, ଜାନୁଆରୀ ୧ ତାରିଖ – Daily Horoscope

ମେଷ ନୂଆ ବର୍ଷରେ ଭାଗ୍ୟସ୍ଥାନରେ ରାଜଯୋଗ। କର୍ମକ୍ଷେତ୍ରରେ ଆଦରଣୀୟ ହେବେ। ଉଚ୍ଚାରୋହୀ ମଙ୍ଗଳ ଯୋଗୁ ଦେହ ଭଲ ରହିବ। ଧନସ୍ଥାନରେ ଚନ୍ଦ୍ର ସୁସ୍ବାଦୁ ଭୋଜନ ପରଷିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri