Posted inRasifala

ରାଶିଫଳ: ଶୁକ୍ରବାର, ମେ ୨୯ ତାରିଖ – Daily Horoscope

ମେଷ
ଆଜି ରୋହିଣୀ ନକ୍ଷତ୍ରସ୍ଥ ଶନିଙ୍କ ଯୋଗୁ ଅନୁକୂଳତା ରହିବା ବେଳେ ଅପରାହ୍ନରେ ପରିସ୍ଥିତି ବଦଳି ଯିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଅଧ୍ୟୟନ, ଅଧ୍ୟାପନା, ଗବେଷଣା, କଳା, ସାହିତ୍ୟ, ରାଜନୀତି, ସଭାସମିତି ତଥା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। କିନ୍ତୁ ପାରିବାରିକ ସ୍ତରରେ ପିଲାଙ୍କ କଥାକୁ ନେଇ ମାନସିକ ସ୍ଥିତି ବିପନ୍ନ ହେବ।
ବୃଷ
ବୃଷ
ବୁଧ ଶତଭିଷା ନକ୍ଷତ୍ରରେ ଥିବାରୁ ଆପଣଙ୍କ ଭୁଲ୍‌ ନିଷ୍ପତ୍ତି, କାମରେ ଦ୍ୱନ୍ଦ୍ୱ, ପରିବାରରେ ଅଶାନ୍ତି ସୃଷ୍ଟି କରିବ। ଇଚ୍ଛା ନ ଥିଲେ ମଧ୍ୟ ଆଜି ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ କଳହର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ପାରିବାରିକ କଳହ କାରଣରୁ ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତାରେ ମନ ଉଚ୍ଛନ ରହିବ। ଶୁକ୍ରଙ୍କ ପ୍ରଭାବରେ ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବା ସଙ୍ଗକୁ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ସାମାଜିକ ସ୍ତରରେ ପରିସ୍ଥିତିକୁ ଦେଖି ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ଚନ୍ଦ୍ର ପାପଗ୍ରହ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ବିଭିନ୍ନ ପ୍ରକାରର ନକାରାମତ୍କ ଭାବନା ମନକୁ ବିଷାକ୍ତ କରିପାରେ। ବହୁ ପୂର୍ବରୁ ଚିନ୍ତା କରିଥିବା ଓ ଗତକାଲିର ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ସି˚ହ
ସି˚ହ
ରବି ଓ ଶୁକ୍ରଙ୍କ ସ୍ଥିତିର ବିଷମତା ଯୋଗୁଁ ପରିସ୍ଥିତିର ଭାରସାମ୍ୟ ରକ୍ଷା କରିବାକୁ ମିଥ୍ୟାଳାପ କରିବାକୁ ପଡିପାରେ। ଖଳ ଲୋକଙ୍କ କଥାରେ ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିବ। କର୍ମକ୍ଷେତ୍ରରେ କିନ୍ତୁ ସମସ୍ୟା ସମାଧାନ ହୋଇଯିବ ଓ ଶିଳ୍ପ,ଏଜେନ୍ସିପ୍‌, ସାମ୍ବାଦିକତାରୁ ଖୁସି ରହିବେ।
କନ୍ୟା
କର୍ମସ୍ଥ ରାହୁ ପ୍ରଭାବରେ ଆଜି କଳେ, ବଳେ, କୌଶଳେ ସମସ୍ୟା ସମାଧାନ ସଙ୍ଗକୁ କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ। ଯିଏ ଯେତେ ପ୍ରକାରର ଶତ୍ରୁତା କଲେ ମଧ୍ୟ କିଏ କିଛି କରିପାରିବେ ନାହିଁ। ଦୀର୍ଘଦିନରୁ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ।
ତୁଳା
ତୁଳା
ଆଜି କର୍ମାଧିପ ଚନ୍ଦ୍ର ସ୍ବଗୃହରେ ଅବସ୍ଥାନ କରୁଥିବାରୁ ଆପଣଙ୍କ ସକାଶେ ଏକ ସ୍ମରଣୀୟ ଦିବସ କହିଲେ ଅତ୍ୟୁକ୍ତି ହେବ ନାହିଁ। ଯଦି କିଛି ଅସୁବିଧା ପରିଲକ୍ଷିତ ହୁଏ ତାହା ନିଜ ଦୋଷରୁ ହିଁ ହେବାର ଆଶଙ୍କା ରହିଛି। କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ।
ବିଛା
ବିଛା
ଶୁକ୍ର ଓ ରବିଙ୍କ ସଂଯୋଗରୁ ଆଜି ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। କିନ୍ତୁ ତରବରିଆ ଭାବେ କୌଣସି କାମ କଲେ ସବୁ ଓଲଟ ପାଲଟ ହୋଇଯାଇପାରେ। କିନ୍ତୁ ଚେଷ୍ଟା ଅବ୍ୟାହତ ରଖିବା ଫଳରେ ବିଳମ୍ବରେ ସଫଳତା ପାଇବେ। ଯାନବାହନରେ ସତର୍କତା ବିଧେୟ, ଅନ୍ୟଥା ଚିନ୍ତାରେ ପଡିଯାଇପାରନ୍ତି।
ଧନୁ
ଧନୁ
ସତର୍କତାର ସହ କାମ କରନ୍ତୁ ନତୁବା ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ଜାଣିଶୁଣି କେତେକ ବ୍ୟକ୍ତି ସମସ୍ୟା ସୃଷ୍ଟିରେ ସହାୟକ ହେବାର ଆଶଙ୍କା ଦେଖାଦେବ। ମତାନ୍ତରଜନିତ ପାରିବାରିକ ସ୍ତରରେ ଟେନସନ୍‌ କିିଛି ମାତ୍ରାରେ ବଢିଯିବାର ସୂଚନା ରହିଛି। ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ମକର
ମକର
ଆଜି ଚତୁର୍ଥାଧିପତି ଧନଭାବସ୍ଥ ହୋଇ ଉଚ୍ଚାଂଶରେ ରହିଥିବାରୁ କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ସ୍ବାଭାବିକ ରହିବ। କୌଣସି ପରିସ୍ଥିତିରେ ମଧ୍ୟ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଅସୁବିଧାରେ ପଡିପାରନ୍ତି। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ପର କ୍ଷଣରେ ଅନୁତପ୍ତ ହେବେ।
କୁମ୍ଭ
କୁମ୍ଭ
ବନ୍ଧୁମାନଙ୍କୁ ସାହାଯ୍ୟ ସହଯୋଗ ପ୍ରଦାନ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ସଭା ସମିତିରେ,ବନ୍ଧୁ ଗହଣରେ ଗାମ୍ଭୀର୍ଯ୍ୟ ରକ୍ଷାକଲେ ତାହା ହିଁ ବ୍ୟକ୍ତିତ୍ୱ ବିକାଶରେ ସହାୟକ ହୋଇପାରିବ। କେତେକ କ୍ଷେତ୍ରରେ ନିଜେ କଷ୍ଟ ଅନୁଭବ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ।
ମୀନମୀନ

ମଧୁର ବ୍ୟବହାର ଦ୍ୱାରା ବନ୍ଧୁମାନଙ୍କୁ ଆପ୍ୟାୟିତ କରି ପ୍ରଶଂସିତ ହେବେ। ବୃହସ୍ପତିଙ୍କ ଦୁର୍ବଳତାରୁ ସ୍ବାସ୍ଥ୍ୟ ଭଲ ରହିବ ନାହିଁ ଏବଂ ମାନସିକ ସ୍ତରରେ ଦୁର୍ଭାବନା ବଢିଚାଲିବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri