Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ
କର୍ମ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ଏବଂ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତି ନେବେ। ଅ-ନାମାକ୍ଷର ବ୍ୟକ୍ତି ଅବହେଳା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବତିକ୍ରମ ଦେଖା ଦେଇପାରେ। ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ ନାହିଁ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ବ୍ୟବସାୟ କ୍ଷେତ୍ରରେ ଉପକୃତ ହେବେ।
ବୃଷ
ବୃଷ
ଆଜିିର ଜୀବନଯାତ୍ରା ବ-ନାମାକ୍ଷର ବ୍ୟକ୍ତି ସକାଶେ ବ୍ୟୟ ବହୁଳ ହୋଇପାରେ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ କ୍ଷେତ୍ରରେ ଆଶଙ୍କା ଓ ଉଦ୍‌ବେଗ ସୃଷ୍ଟି କରିପାରେ। ବନ୍ଧୁଙ୍କ ଠାରୁ ସାହାଯ୍ୟର ପ୍ରତଶ୍ରୁତି ପାଇ ଟେନସନ୍‌ ଦୂର ହେବ। କଳା ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଘ-ନାମାକ୍ଷର ବ୍ୟକ୍ତି ଶିକ୍ଷା, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶା ଅନୁଯାୟୀ ଫଳ ପାଇବେ। କର୍ମକ୍ଷେତ୍ରରେ ଉପର ଅଧିକାରୀମାନେ ଆପଣଙ୍କୁ ପ୍ରଶଂସା କରି ପାରନ୍ତି। ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ॥
କର୍କଟ
କର୍କଟ
ଆପଣ ଯେତେ ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝତ୍ ପାରିବେ ନାହିଁ। କିନ୍ତୁ ଡ-ନାମାକ୍ଷର ବ୍ୟକ୍ତିଙ୍କ ଅଟକି ରହିଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
ସି˚ହ
ସି˚ହ
ମ-ନାମାକ୍ଷର ବ୍ୟକ୍ତିଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଊଣା ନ ହେଲେ ମଧ୍ୟ ମାନସିକ ଶାନ୍ତି ବ୍ୟାହତ ହେବ। ଅଫିସରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ସହକର୍ମୀ କିମ୍ବା ପାଖ ପଡୋଶୀମାନେ କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବେ।
କନ୍ୟା
ମିତ୍ରମାନେ ସୁପରାମର୍ଶ ନ ଦେଇ କିଛି ସମସ୍ୟା ମୂଳକ କାମ ପ୍ରତି ପ୍ରଲୋଭିତ କରାଇ ପାରନ୍ତି। ପୂ-ନାମାକ୍ଷର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପାରିବାରିକ ସ୍ତରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡି ପାରନ୍ତି। ସମ୍ପର୍କୀୟ ଭାଇଙ୍କ ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପାଇଁ ଚିନ୍ତା କରିବେ।
ତୁଳା
ତୁଳା
ତ-ନାମାକ୍ଷର ବ୍ୟକ୍ତିଙ୍କ କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। ଅତୀତର କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିବାର ଆଶଙ୍କା ରହିଛି। ଆଜି ପ୍ରିୟ ବନ୍ଧୁମାନଙ୍କ ସହ ବିଭିନ୍ନ ସ୍ଥାନ ପରିଦର୍ଶନର ମଉକା ଜୁଟିବ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କୀୟ କଥା ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
ବିଛା
ବିଛା
ବହୁତ ଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ। ନ-ନାମାକ୍ଷର ବ୍ୟକ୍ତି ଦୃଢ଼ ପଦକ୍ଷେପ ନେଇ ବକେୟା ଅର୍ଥକୁ ହାସଲ କରିବାରେ ସମର୍ଥ ହେବେ। କ୍ରୟବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ ଏବଂ ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ବିବ୍ରତ ହୋଇପାରନ୍ତି।
ଧନୁ
ଧନୁ
ଆଜି ସକାଳୁ ସକାଳୁ ଜଣେ ବନ୍ଧୁ ଆସି କୌଣସି ଗୁରୁତ୍ୱପୂର୍ଣ୍ଣ କଥା କହି ପାରନ୍ତି। ଭୂ-ନାମାକ୍ଷର ବ୍ୟକ୍ତି କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି। ପରୋକ୍ଷ ଶତ୍ରୁତା ଯୋଗୁ କର୍ମକ୍ଷେତ୍ର ବିବାଦୀୟ ହୋଇ ଉଠିବ।
ମକର
ମକର
ଆଜି ଯାହା କିଛି କରିବେ ସେଥିରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ। ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ଖ-ନାମାକ୍ଷର ବ୍ୟକ୍ତି ମୁହଁ ଖୋଲିଲେ ପାଖ ପଡୋଶୀଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ବନ୍ଧୁଙ୍କ ମେଳରେ ଦିନଟି ଭଲରେ କଟିବ । କର୍ମ କ୍ଷେତ୍ରରେ ଖୁବ୍‌ ଆଶାବାଦୀ ହେବେ।
କୁମ୍ଭ
କୁମ୍ଭ
ଶ-ନାମାକ୍ଷର ବ୍ୟକ୍ତିଙ୍କର ମନୋବଳ ବୃଦ୍ଧି ପାଇବା କାରଣରୁ କର୍ମକ୍ଷେତ୍ରରେ ଅଗ୍ରଗାମୀ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ଭିତରେ ବସନ ଭୂଷଣ ପ୍ରଭୃତି କ୍ରୟ କରିବା ନେଇ ସମସ୍ୟା ଦେଖା ଦେଇପାରେ। ବନ୍ଧୁଙ୍କ ସହ ପାରସ୍ପରିକ ଅସହଯୋଗ କେତେକ ସାଧାରଣ ସମସ୍ୟା ସୃଷ୍ଟି କରିବ।
ମୀନମୀନ
ଦ-ନାମାକ୍ଷର ବ୍ୟକ୍ତିଙ୍କର ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ହାତକୁ ନେଇଥିବା କାମ ଅଟକି ରହିବ ନାହିଁ। ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। କର୍ମକ୍ଷେତ୍ରର କେତେକ ଫାଇଲ୍‌ କାମ ସକାଶେ ସମସ୍ୟାରେ ପଡ଼ି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ଆଜିର ଆନୁଷ୍ଠାନିକ କିମ୍ବା ସାମାଜିକ କାମରେ ଖଟଣି ବଢିଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri