Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୭ ତାରିଖ – Daily Horoscope

ମେଷ
ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନକଲେ ପରେ ଅନୁତାପ କରିବାକୁ ପଡିବ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ବନ୍ଧୁଙ୍କ ଜରିଆରେ ପାଇବେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟାର ସମାପ୍ତି ଘଟିବ।
ବୃଷ
ବୃଷ
ପଡୋଶୀମାନେ ସହଯୋଗର ହାତ ବଢାଇବେ ଓ କାମଟି ସୁବିଧାରେ ହୋଇଯିବ। ଅଫିସରେ କିମ୍ବା ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ। ଆନଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟଚ୍ଛିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ସନ୍ତାନ ହେତୁକ ପୀଡା କିମ୍ବା ଅନୁପସ୍ଥିତିର ଅଭାବ ଅନୁଭବ କରିବେ।
ମିଥୁନ
ମିଥୁନ
ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ୟ କରିବେ। ବିଶେଷ ଭାବରେ ପ୍ରଶାସନ, ପ୍ରକାଶନ, ରାଜନୀତି, ସଙ୍ଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ। ସ୍ତ୍ରୀଙ୍କ ସୌହାର୍ଦ୍ଦରୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ। କେତେକ କ୍ଷେତ୍ରରେ ଯେଷାକୁ ତାଷା ନୀତିରେ କାମ କରିବେ।
କର୍କଟ
କର୍କଟ
ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକମାନଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଆକସ୍ମିକ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ। କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତା ରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି। କ୍ରୀଡା, କଳା, ସାହିତ୍ୟ ଓ ସଂଙ୍ଗୀତ କ୍ଷେତ୍ରରେ ସମସ୍ୟାଗୁଡିକର ସରଳ ସମାଧାନ କରିବାରେ ସଫଳ ହେବେ। କଚେରି ମାମଲାର ଶୁଣାଣିରୁ ମନ ଖୁସୀ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭବାନ ହେବେ।
କନ୍ୟା
ଦୀର୍ଘ ଦିନରୁ ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ। ଆଜିର ଯାତ୍ରାରେ ଅଭିଳଷିତ କାମ ମଧ୍ୟ ହୋଇଯିବ। ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି।
ତୁଳା
ତୁଳା
ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବ, ଫଳରେ ନିଜ କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ। ଅଫିସ୍‌ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିଯିବ। ଶିଳ୍ପ, ବାଣିଜ୍ୟ ଓ ଅର୍ଥ ସମ୍ବନ୍ଧିତ କାମରେ ସଫଳତା ପାଇବେ।
ବିଛା
ବିଛା
ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ। ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରିବେ। ନିଜ ପରିବାରର ସଦସ୍ୟ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ଘରୋଇ ବ୍ୟାପାରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବ।
ଧନୁ
ଧନୁ
ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ। ଅଫିସରେ ସହକର୍ମୀ ମାନଙ୍କ ସହ ମିଷ୍ଟାଳାପରେ ମାତିରହିବେ ଓ ସମୟ ଅବଶ୍ୟ ଖୁସୀରେ କଟିଯିବ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ । ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
ମକର
ମକର
ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି, ଆପଣଙ୍କ ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ,ସଭାସମିତି, ଲେଖାପଢା ପ୍ରଭୃତିରୁ ସୁଫଳ ପାଇବେ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିପାରେ। ବନ୍ଧୁଙ୍କ ପ୍ରତାରଣାପୂର୍ଣ୍ଣ କଥାରେ ମନ ଅସ୍ଥିର ରହିବ।
କୁମ୍ଭ
କୁମ୍ଭ
ତର୍କବିତର୍କ କାରଣରୁ ସାଧାରଣ କଥାରେ ହଠାତ୍‌ କଳହ ସୃଷ୍ଟି ହୋଇପାରେ। ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁ ମାନଙ୍କ ସାହାଯ୍ୟ ଭିକ୍ଷା କରି ପାରନ୍ତି। କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ
ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ। କୌଣସି ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଖାଲରେ ପଡି ପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri