Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ
ଆଜି କାର୍ଯ୍ୟବ୍ୟସ୍ତତା କାରଣରୁ ଅଧିକାଂଶ ସମୟ ମନ ଅସ୍ଥିର ରହିବ। ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ପରିବାରରେ ପିଲାଙ୍କ ସମସ୍ୟା ବିଷୟ ନେଇ ମାନସିକ ସ୍ଥିତି ବିପନ୍ନ ରହିପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ଯୋଜନା ଚିନ୍ତା କରିପାରନ୍ତି।
ବୃଷ
ବୃଷ
ଆଶା କରିଥିବା ଦିଗରୁ ଅର୍ଥଲାଭ ସଙ୍ଗକୁ କାର୍ଯ୍ୟସିଦ୍ଧି ଘଟିବ। ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ ଭାଷଣରୁ ସମସ୍ୟା ସୃଷ୍ଟିର ଆଶଙ୍କା ରହିଛି। କଚେରି ମାମଲା କ୍ଷେତ୍ରରେ ସନ୍ତୋଷଜନକ ଫଳ ପାଇବେ। ବନ୍ଧୁଙ୍କ ସମସ୍ୟା ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶା ପୂରଣ ହୋଇଯିବ।
ମିଥୁନ
ମିଥୁନ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ସ୍ବାର୍ଥସାଧନ ମାନସରେ ମିତ୍ରମାନେ ପ୍ରଶଂସା କରିପାରନ୍ତି। ପାରିବାରିକ ସମସ୍ୟା ସମାଧାନ ଓ କଳା, ସାହିତ୍ୟ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ସାମାଜିକ ସ୍ତରରେ କେତେକ କଥା ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ଅତୀତକଥାକୁ ଚିନ୍ତା କରି କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ଅଫସ୍‌ରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ। ସାହିତ୍ୟ, ସାମ୍ବାଦିକତା, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବାରୁ ମାନସିକ ଭାରସାମ୍ୟ ହରାଇପାରନ୍ତି। ଘର କଥା ମନକୁ ବେଶି ଆନ୍ଦୋଳିତ କରିବା ସଙ୍ଗକୁ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡିପାରେ। ପଡୋଶୀଙ୍କ ସହୃଦୟତାରୁ କାମ ହାସଲ ପୂର୍ବକ ଉପକୃତ ହେବେ।
କନ୍ୟା
ପାରିବାରିକ ପରିସ୍ଥିତି ଗମ୍ଭୀର ରହିବଏବଂ କ୍ରୋଧବଶତଃ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କଲେ ପରିସ୍ଥିତି ବେଶୀ ବିଗିଡିଯିବ। ଆତ୍ମୀୟମାନଙ୍କ ସହ ସଦ୍ଭାବ ଅକ୍ଷୁଣ୍ଣ ରହିବା ହେତୁ ସାମାନ୍ୟ ମାନସିକ ଶାନ୍ତିଲାଭ କରିପାରନ୍ତି। କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟରେ ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ।
ତୁଳା
ତୁଳା
ଶରୀରଚର୍ଚ୍ଚାର ଅଭାବ ଓ ଅବହେଳା ଜନିତ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଗୃହ ସମସ୍ୟା ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ବିବାଦୀୟ ବ୍ୟକ୍ତିଙ୍କ ସହ ସମ୍ପର୍କକୁ କେନ୍ଦ୍ରକରି ପରିବାରରେ ଅଶାନ୍ତି ବୃଦ୍ଧି ପାଇପାରେ। ବନ୍ଧୁଙ୍କ ସମ୍ପର୍କରେ କୌଣସି ଖବର ପାଇ ବିସ୍ମିତ ହୋଇପାରନ୍ତି।
ବିଛା
ବିଛା
ଅନ୍ୟମାନଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। କୌଣସି ଆନୁଷ୍ଠାନିକ ଅଥବା ସାମାଜିକ କାର୍ଯ୍ୟରେ ଯୋଗଦେବାର ସୁଯୋଗ ଜୁଟିପାରେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ। ଦିନଭରି ପରିଶ୍ରମ କରି ଆଶାନୁଯାୟୀ ପ୍ରାପ୍ତି ସନ୍ତୋଷଜନକ ହେବନାହିଁ।
ଧନୁ
ଧନୁ
ପ୍ରତ୍ୟେକ ପରିସ୍ଥିତିରେ ମନର ବଳ ଖୁବ୍‌ ଟାଣ ରହିବ କିନ୍ତୁ ଜିଦ୍‌ରେ ଅଟଳ ରହିଲେ ସମସ୍ୟା ବଢିଯାଇପାରେ। ମନ ଭିତରେ ବସା ବାନ୍ଧି ରହିଥିବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି। ଅଧିକାଂଶ କ୍ଷେତ୍ରରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ସାମୟିକ ଭାବରେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି।
ମକର
ମକର
ବନ୍ଧୁଙ୍କ ପରାମର୍ଶରେ ନୂତନ ଯୋଜନା ସକାଶେ ମନ ବଳାଇ କାର୍ଯ୍ୟାରମ୍ଭ କରି ପାରନ୍ତି। କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବାର ଆଶଙ୍କା ରହିଛି। ସତ୍‌ସଙ୍ଗ, ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିପାରେ ା ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କଥା କହି କାମ ହାସଲରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ଆଲୋଚନା ପରିସରରେ ବିବାଦୀୟ ମନ୍ତବ୍ୟ ଦେଇ ଶତ୍ରୁତା ଅର୍ଜନ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ଦୈନନ୍ଦିନ ଜୀବବନଯାତ୍ରାରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ନିଜେ ହିଁ କ୍ଷତିରେ ପଡିବେ।
ମୀନମୀନ
ଆଜି ଆପଣ ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡିବ। କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ବନ୍ଧୁମାନଙ୍କ ସହାୟତାରୁ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ କିନ୍ତୁ ଯାଇ ପାରିବେ ନାହିଁ। ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri