Posted inRasifala

ରାଶିଫଳ: ସୋମବାର,ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ

ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗ ପାପଗ୍ରହ ପ୍ରଭାବସ୍ଥ ଯୋଗୁ ଅସମ୍ପୂର୍ଣ୍ଣ ରହି ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ। ବ୍ୟବସାୟ, ରାଜନୀତି, ସଭାସମିତି ଓ କଳା, କ୍ରୀଡା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ନିକଟ ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକମାନଙ୍କୁ ଦାୟୀ କରିବେ।

ବୃଷ
ବୃଷ
ଷଷ୍ଠସ୍ଥାନ ଶନି ଓ ଶୁକ୍ର ଦୃଷ୍ଟି ଯୋଗୁ ଋଣ ମାଧ୍ୟମରେ ଅର୍ଥଲାଭ, ଆଲୋଚନା ଦ୍ୱାରା ସମସ୍ୟା ସମାଧାନ କରିପାରିବେ। କିନ୍ତୁ କର୍ମକ୍ଷେତ୍ରରେ ନିଜେ କୌଣସି ପ୍ରକାରର ଭୁଲ୍‌ ନ କରି ମଧ୍ୟ ଦୋଷୀ ରୂପେ ପରିଗଣିତ ହୋଇପାରନ୍ତି। ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମିଥୁନ
ମିଥୁନ
କେନ୍ଦ୍ରସ୍ଥ ରାଜଯୋଗର ପ୍ରଭାବରେ ସ୍ବାସ୍ଥ୍ୟରେ ଉନ୍ନତି, ଗୃହରେ ଶାନ୍ତି, ଜମିଜମା ବିବାଦର ସମାଧାନ ହୋଇଯିବ। ବାଣିଜ୍ୟ, ପରିବହନ,ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଅନୁକୂଳ ଫଳ ପାଇବେ। ମାଲି ମକଦ୍ଦମା, ଆଲୋଚନା କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହେବେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର ଚାପର ସମ୍ମୁଖୀନ ହୋଇପାରନ୍ତି।
କର୍କଟ
କର୍କଟ
ରାଶିପ୍ରତି ଶନିଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ ଆଜି କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରିବେ। ଦୂରଯାତ୍ରା ଓ ବନ୍ଧୁମିଳନ ଜନିତ ମନ ଏକପ୍ରକାର ଖୁସୀ ରହିବ । ଅଶ୍ଳେଷା ନକ୍ଷତ୍ରର ପାରିବାରିକ ଅସ୍ଥିରତା , ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ ଭିତରେ ସମୟ କଟାଇବେ । ବାଣିଜ୍ୟ, ବ୍ୟବସାୟ ଏପରିକି ଯୋଗାଣ କାରବାରରେ ଉନ୍ନତି କରିବେ ।
ସି˚ହ
ସି˚ହ
ଉଚ୍ଚାରୋହୀ ରବି ଅଷ୍ଟମସ୍ଥ ଯୋଗୁ ପୂର୍ବାପେକ୍ଷା ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅର୍ନ୍ତଦ୍ୱନ୍ଦ୍ୱ ଲାଗି ରହିବ । ଅବଶ୍ୟ ଆଜି ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫୟତ୍‌ ଦେବାକୁ ପଡିପାରେ ।
କନ୍ୟା
ମିତ୍ରକ୍ଷେତ୍ରସ୍ଥ ବୁଧ ଷଷ୍ଠଭାବରେ ଯୋଗୁ ଥଣ୍ଡା ଜନିତ ସ୍ବାସ୍ଥ୍ୟହାନୀର ସୂଚନା ରହିଛି । ବିଳମ୍ବିତ ସମୟରେ ଅପେକ୍ଷା କରିଥିବା ଖବରଟି କିମ୍ବା ଅଭିଳଷିତ ଜିନିଷଟି ପାଇବେ । ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯନତ୍ କରିବେ ଓ ଏଥିପାଇଁ ବନ୍ଧୁଙ୍କୁ ନେହୁରା ହେବାକୁ ପଡିବ। ସ୍ତ୍ରୀ ପ୍ରତିଦ୍ୱନ୍ଦ୍ୱୀ, ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ ।
ତୁଳା
ତୁଳା
ଶୁକ୍ରଙ୍କ ସୁଦୃଷ୍ଟିରୁ ସ୍ବାସ୍ଥ୍ୟ ଭଲ ରହିବ ଏବଂ ଦିନଟି ହସଖୁସୀରେ କଟିବ । ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, ଭ୍ରମଣ ପାଇଁ ମନ ବଳଇବେ ଓ ବନ୍ଧୁ ମିଳନ ଘଟିବ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ବକେୟା ଟଙ୍କା ପାଇଁ ସମସ୍ୟା ଉପୁଜିବ କିନ୍ତୁ ଦୃଢ଼ ମନୋବଳ ସମସ୍ୟା ସମମାଧାନରେ ସହାୟକ ହେବ।
ବିଛା
ବିଛା
ଧନସ୍ଥାନସ୍ଥ ଏକାଧିକଗ୍ରହ ଅର୍ଥପ୍ରାପ୍ତିର ମାର୍ଗକୁ ସୁଗମ କରାଇବ । କିନ୍ତୁ ଶାରୀରିକ ସ୍ବାସ୍ଥ୍ୟ ବିଗିଡିବା ସହ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି । କିନ୍ତୁ ଜ୍ୟେଷ୍ଠା ନକ୍ଷତ୍ର ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ ଓ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅପରାହ୍ନରେ କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
ଧନୁ
ଧନୁ
ଆଜି ରାଶିରେ ରାଜେଯାଗ ସଂଘଟିତ ହୋଇଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ। ଦିନଟିରେ ଅର୍ଥଲାଭ,ସମ୍ମାନ ପ୍ରାପ୍ତି, କାର୍ଯ୍ୟସିଦ୍ଧି ହେତୁ ମନ ମଧ୍ୟ ପ୍ରଫୁଲ୍ଲ୍‌ ରହିବ। ସାମାନ୍ୟ ଶାରୀରିକ ଅସୁସ୍ଥତା ସଙ୍ଗକୁ ବିଭିନ୍ନ ପ୍ରକାରର ଚିନ୍ତା ମାନସିକ ସ୍ତରକୁ ବିକ୍ଷିପ୍ତ କରିପାରେ । କଳା, ସାହିତ୍ୟ, କ୍ରୀଡା,ସାମ୍ବାଦିକତା କ୍ଷେତ୍ରରେ ଶୁଭଫଳ ପାଇବେ।।
ମକର
ମକର
ସପ୍ତମଭାବାଧିପ ଏକାଧିକଗ୍ରହ ସମ୍ପର୍କରେ ଆସୁଥିବାରୁ ଯାତ୍ରା ସ୍ଥିଗିତ ରହିବ ଏବଂ ବାଣିଜ୍ୟ, ବ୍ୟବସାୟରେ ସମସ୍ୟାର ସମ୍ଭାବନା ରହିଛି । ବୈବାହିକ ସମ୍ପର୍କକୁ କେନ୍ଦ୍ରକରି କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ସକାଳୁ ସକାଳୁ ବନ୍ଧୁଙ୍କ ଦୁଃଖରେ ସମବେଦନା ପୂର୍ବକ ମନରେ ଭାବାନ୍ତର ସୃଷ୍ଟି ହେବ।
କୁମ୍ଭ
କୁମ୍ଭ
ବୁଧଙ୍କ ପ୍ରଭାବରେ ବୌଦ୍ଧିକ ବିକାଶ ସହ ନୂତନ ଗୃହ, ଯାନବାହାନ, ଯାନ୍ତ୍ରିକ ଜିନିଷ ପାଇଁ ମନ ବଳାଇବେ। ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ବ୍ୟବସାୟ ଓ ପରିବହନରେ ପୂର୍ବଭାଦ୍ରପଦ୍‌ ନକ୍ଷତ୍ର ପାଇଁ ସାମାନ୍ୟ ଝଟକା ଲାଗିପାରେ। ଆର୍ଥିକ ସମସ୍ୟା, ମାମଲା, ଜମିଜମା ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଉଦ୍ୱିଗ୍ନ ରହିବ ।
ମୀନମୀନ
ଆଜି ଷଷ୍ଠାଧିପ ରାଶିସ୍ଥ ଯୋଗୁ ପଦସ୍ଥବ୍ୟକ୍ତିଙ୍କ ସହ ମତାନ୍ତରର ସମ୍ମୁଖୀନ ହୋଇପାରନ୍ତି। ରେବତୀ ନକ୍ଷତ୍ର ସକାଶେ ବନ୍ଧୁ ମାନଙ୍କ ମଧୁର ବ୍ୟବହାର ସଙ୍ଗକୁ ଅର୍ଥଲାଭ ଓ ଆଦରସୋହାଗ, ମନକୁ ପ୍ରଫୁଲ୍ଲିତ କରି ରଖିବ । ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri