Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୨୧ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ବୈଷମତାକୁ ଆପଣେଇବାକୁ ବାଧ୍ୟ ହେବେ। ଅବଶ୍ୟ ଅନାନ୍ୟ ଦୃଷ୍ଟିକୋଣରୁ ଆପଣଙ୍କ ପାଇଁ ଦିନଟି ବହୁତ ଭଲରେ ଭଲରେ ବିତିବ। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗର ହାତ ଆପଣଙ୍କ ପାଖକୁ ଲମ୍ବି ଆସିବ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଭଆବଦ୍ଧ ହେବେ।
ବୃଷ
ବୃଷ
ଚନ୍ଦ୍ର ସହ ରାହୁ ସଂଯୋଗ କାରଣରୁ ମନ ଭିତରେ ଯାହା ଥାଉନା କାହିଁକି ମୁହଁରେ କଅଁଳ କଥା କହି କାମ ହାସଲ କରିପାରିବେ। ବନ୍ଧୁଙ୍କ ସମର୍ଥନ କାମକୁ ଆଗକୁ ବଢାଇ ନେବାରେ ସାହାଯ୍ୟ କରିବ। ଆଲୋଚନା ପରିସରରେ ଯୁକ୍ତି ବଳରେ ସମସ୍ୟାର ସମାଧାନ କରିବେ। ମହିଳାମାନେ ପାରିବାରିକ ସମସ୍ୟାଗ୍ରସ୍ଥ କାରଣରୁ ମନ ଦୁଃଖରେ ରହିପାରନ୍ତି।
ମିଥୁନ
ମିଥୁନ
କୋଣଭାବରେ ଗ୍ରହସ୍ଥିତି ହେତୁ ଆର୍ଥିକ ଉନ୍ନତି ମନୋବଳକୁ ବୃଦ୍ଧି କରିବ ଏବଂ ଅର୍ଥବଳରେ ଅସାଧ୍ୟ ସାଧନର ରାସ୍ଥା ଉନ୍ମୁଚ୍ଛ ହେବ।  କିନ୍ତୁ କାର୍ଯ୍ୟବ୍ୟସ୍ତତା ହେତୁ ମାନସିକ ଚାପ ବୃଦ୍ଧି ଜନିତ ମୁଣ୍ଡବ୍ୟଥା ସହ ସ୍ବାସ୍ଥ୍ୟହାନୀ ଦେଖାଦେଇପାରେ ା ଗୃହ, ଭୂମି, ଗାଡିମୋଟର ସମ୍ପର୍କୀୟ ସମସ୍ୟା ଆସିବାର ଆଶଙ୍କା ରହିଛି ।
କର୍କଟ
କର୍କଟ
ଏକାଦଶରେ ପାପଗ୍ରହ କାରଣରୁ ଟିକିଏ ଟିକିଏ କଥାରେ ଅଯଥା ବିରକ୍ତିବୋଧ ଓ ଲଘୁ କ୍ରୋଧ ପ୍ରକାଶ କରି ଆତ୍ମୀୟସ୍ବଜନଙ୍କ ବିରାଗଭାଜନ ହେବେ। ଅବଶ୍ୟ ପରିସ୍ଥିତକୁ ସାମ୍‌ନା କରିବାକୁ ଯାଇ ଉପସ୍ଥିତିବୁଦ୍ଧି ପ୍ରୟୋଗକରି ସମ୍ଭାଳି ନେବେ। ଆଲୋଚନା, ବ୍ୟବାସାୟ ପ୍ରଭୃତି ଯେକୈାଣସି କ୍ଷେତ୍ରରେ ମଧ୍ୟ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ।
ସି˚ହ
ସି˚ହ
କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ପ୍ରଗାଢ ଚେଷ୍ଟା କରି ପାରନ୍ତି। ଅଧୁରା କାମକୁ ହାସଲ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସ୍ବାସ୍ଥ୍ୟ ସଚେତନତା ଅଭାବରୁ ସାମୟିକ ଅସୁସ୍ଥତା ଦେଖାଦେବାର ଆଶଙ୍କା ଦେଖା ଦେଇପାରେ।
କନ୍ୟା
ଆଜି ଆପଣ ଏକାଧାରରେ ଏକାଧାରରେ ଅର୍ଥ, ସମ୍ମାନ, ବନ୍ଧୁମିଳନ, ଓ ସାମାଜିକ ପ୍ରତିଷ୍ଠାର୍ଜନ କରିବେ। ପାପଗ୍ରହ ମଧ୍ୟସ୍ଥ ବୁଧ ଓ ଗୁରୁ ମାତ୍ର ବିଭିନ୍ନ ପ୍ରକାରର ପାରିବାରିକ ଦୁଃଶ୍ଚିନ୍ତାରେ ମନକୁ ଆନ୍ଦୋଳିତ କରିପାରନ୍ତି। ଅଚାନକ ଭାବରେ ଅଶୌଚ ସମ୍ବାଦ ଶୁଣି ବିସ୍ମିତ ହେବେ। ଅଧିକାଂଶ କ୍ଷେତ୍ରରେ ଦୁଃସାହାସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ।
ତୁଳା
ତୁଳା
ମଙ୍ଗଳ ପ୍ରଭାବରେ ଜମିଜମା, ଗୃହ ପରିବର୍ତ୍ତନ, ସ୍ଥାନାନ୍ତର ତଥା ଅର୍ଥ ସମ୍ପର୍କୀୟ ଅନୁଚିନ୍ତା କରିବେ। ପାଖ,ପଡୋଶୀ/ସ୍ବାମୀ/ସ୍ତ୍ରୀଙ୍କ ଆଲୋଚନା ପ୍ରଭୃତି ବିଷୟରେ ସମୟ ଅତିବାହିତ ହେବ। ଉପସ୍ଥିତି ବୁଦ୍ଧି ଖଟାଇ ପରିବାରର ଗୋଳମାଳିଆ ପରିସ୍ଥିତିକୁ ସମ୍ଭାଳି ନେବେ। ଦିନଭରି କାର୍ଯ୍ୟବ୍ୟସ୍ତ ରହିବେ।
ବିଛା
ବିଛା
ବିଭିନ୍ନ ପ୍ରକାରର ରୁଚିବିରୁଦ୍ଧ କାର୍ଯ୍ୟ ଆପଣଙ୍କ ମାନସିକ ଅସ୍ଥିରତାକୁ ବୃଦ୍ଧି କରିପାରେ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ କିମ୍ବା ନିଜ ପରିସରରେ ବନ୍ଧୁବର୍ଗ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ସହଯୋଗର ପ୍ରତିଶ୍ରୁତି ବନ୍ଧୁଙ୍କ ଠାରୁ ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ବନ୍ଧୁଙ୍କ ଘରରୋଇ କାମରେ ପାରିବାରିକ ସମସ୍ୟା ସମାଧାନ କରି ପ୍ରଶଂସିତ ହେବେ।
ଧନୁ
ଧନୁ
ଶନି ଓ ରାହୁ ଜନିତ ଆପଣଙ୍କ ଭୁଲ୍‌ ନିଷ୍ପତି ଓ ବିବାଦୀୟ ମନ୍ତବ୍ୟ ପରିବେଶ ଓ ପରିସ୍ଥିତିକୁ ଗମ୍ଭୀର କରିଦେଇପାରେ। ପଡୋଶୀଙ୍କ କଥାରେ ପ୍ରଭାବିତ ହୋଇ ପରିବାରର ସଦସ୍ୟ ମାନେ ଆପଣଙ୍କୁ ଭୁଲ୍‌ ବୁଝିପାରନ୍ତି। ବ୍ୟବସାୟ ଓ ପରିବହନରେ ଆକସ୍ମିକ ସମସ୍ୟାକୁ ଅତି ଚତୁରତାର ସହ ସମାଧାନ କରପାରିବେ।
ମକର
ମକର
ଆଜିର ଯାତ୍ରା ସମୟରେ ସ୍ଥାନ,କାଳ,ପାତ୍ରାନୁସାରୀ କଥାର ବ୍ୟତିକ୍ରମ ଅଯଥା ବିବାଦର ସୂତ୍ରପାତ କରିବ। ବେକାର କଥାରେ ଯୁକ୍ତିତର୍କ କରି ନିଜ ନିଜ ଭିତରେ ଅଯଥା କଳହରୁ ଦୂରେଇ ରୁହନ୍ତୁ। ଶିଳ୍ପ, ବାଣିଜ୍ୟ, କଳା, ସାହିତ୍ୟ,ସାମ୍ବାଦିକତା, ଏଜେନ୍ସିପ୍‌, ସଭାସମିତି ଓ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ସାଧାରଣ କଥାକୁ ନେଇ ବିତର୍କରୁ ଲୋକ ସମ୍ପର୍କ ହାନୀ ଓ ବନ୍ଧୁବର୍ଗଙ୍କ ସହ ସମ୍ପର୍କକୁ ତିକ୍ତ କରାଇବ। କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହୁଥିଲେ ମଧ୍ୟ କାମଟିକୁ ସମ୍ପନ୍ନ କରି ପାରିବେ ନାହିଁ କିମ୍ବା ଛାଡି ପାରିବେ ନାହିଁ। ବାଣିଜ୍ୟ, ବ୍ୟବସାୟ,ପରିବହନ, ମାଲିମକଦ୍ଦମା କିମ୍ବା ନିର୍ମାଣକାର୍ଯ୍ୟ ସମସ୍ୟା ବହୁଳ ହୋଇପାରେ।
ମୀନମୀନ
ଆପଣଙ୍କ ନିରପେକ୍ଷ ବିଚାରଧାରା ଜନାଦୃତ ସହ ସାମାଜିକ ପ୍ରତିଷ୍ଠା ପ୍ରଦାନରେ ସହାୟକ ହେବ। ଅନ୍ୟ ମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜକୁ ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ଈର୍ଷା କରୁଥିବା ଲୋକମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri