Posted inRasifala

ରାଶିଫଳ: ସୋମବାର, ଜୁନ ୧୭ ତାରିଖ – Daily Horoscope

ମେଷ
କେନ୍ଦ୍ରକୋଣାଧିପଙ୍କ ଅଷ୍ଟମଭାବ ସଂସ୍ଥିତି ବନ୍ଧୁମିଳନ ସଙ୍ଗକୁ ଆର୍ଥିକ ଅଭିବୃଦ୍ଧି କରାଇବ। ପାରିବାରିକ ସ୍ତରରେ ସାମୟିକ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ବିତିବ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତା, ନୂତନ ପ୍ରେମ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ।
ବୃଷ
ବୃଷ
ସପ୍ତମାଧିପତି ନିଜଭାବରୁ ଅଷ୍ଟମସ୍ଥ ହୋଇ ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନୀ, ବ୍ୟବସାୟିକ ଦିଗପ୍ରତି ସମସ୍ୟା ସୃଷ୍ଟି କରିବେ। ନୂତନ ଘର ତିଆରି, ଯାନ ବାହାନ ମରାମତି, ସଭା ସମିତିରୁ ଉପକୃତ ହେବେ। ମାତ୍ର କୌଣସି ପାରିବାରିକ ବ୍ୟତିକ୍ରମ କାରଣରୁ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ। କର୍ମକ୍ଷେତ୍ରରେ ଗତକାଲି ଘଟି ଯାଇଥିବା ଘଟଣାର ମୋଡ ବଦଳି ଯାଇପାରେ।
ମିଥୁନ
ମିଥୁନ
ସ୍ବଗୃହରେ ବଳବାନ୍‌ ବୁଧ ବୁଦ୍ଧିବଳ ଖଟାଇ ଅସାଧ୍ୟ ସାଧନ କରିବେ। ବନ୍ଧୁପରିଜନମାନଙ୍କ ସହ ଦୂରଯାତ୍ରା, ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ଲାଭ କରାଇବେ। ଚନ୍ଦ୍ରଙ୍କ ଦୁର୍ବଳତା କାରଣରୁ ମନରେ ଅସ୍ଥିରତା ରହିଲେ ମଧ୍ୟ ଘର, ଜମିଜମା,ପୁରୁଣା ଗାଡି, ଯାନ୍ତ୍ରିକ ଜିନିଷ କିଣିବା କିମ୍ବା ବିକିବା ସକାଶେ ମନ ବଳାଇବେ। ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।
କର୍କଟ
କର୍କଟ
ଏକାଦଶ ଭାବକୁ ଶୁଭଗ୍ରହଙ୍କ ଦୃଷ୍ଟି ଆପଣଙ୍କ ଆଶା ପୂରଣରେ ସାହାଯ୍ୟ କରିବ। ଯେ କେଣସି ପରିସ୍ଥିତି ଆସୁନା କାହିଁକି ଆପଣ କୈାଣସି କଥାକୁ ଖାତିର ନ କରି ଆଗକୁ ମାଡି ଚାଲିବେ। ଟଙ୍କା ପଇସା,ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ରୁହନ୍ତୁ, ନତୁବା କ୍ଷତିରେ ପଡିବେ। ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ।
ସି˚ହ
ସି˚ହ
କର୍ମାଧିପ ସ୍ବଗୃହରେ ଏବଂ ଭାଗ୍ୟାଧିପ ଏକାଦଶରେ ଯୋଗୁ ପରିବାରରେ ବିଭିନ୍ନ ସମସ୍ୟା ଲାଗି ରହିଥିଲେ ମଧ୍ୟ କୈାଣସି କାମ ଅଟକିବ ନାହିଁ। ପରିସ୍ଥିତିକୁ ଲକ୍ଷ୍ୟକରି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅବଶ୍ୟ କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଶଂରେ ଭଲ ରହିବ। ବ୍ୟବସାୟ,ବାଣିଜ୍ୟ, ପରିବହନରୁ ଭଲ ଲାଭ ପାଇବେ।
କନ୍ୟା
ରାଶି ପ୍ରତି ଶନିଙ୍କ ଦୃଷ୍ଟି ସ୍ବାସ୍ଥ୍ୟହାନୀର କାରଣ ହେବ। ବାରମ୍ବାର ପ୍ରତିବନ୍ଧକର ସାମ୍‌ନା କରିବା ହେତୁ କାମ ଗୁଡିକ ଠିକ୍‌ ଭାବେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡିବ। ଆକସ୍ମିକ ଭାବରେ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇବେ। ରାଜନୀତିରେ, କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ।
ତୁଳା
ତୁଳା
ଅଷ୍ଟମଭାବସ୍ଥ ରାଶ୍ୟାଧିପ ଅର୍ଥନୈତିକ ଅଭିବୃଦ୍ଧି ସଙ୍ଗକୁ ଦୈହିକ ସୁସ୍ଥତା ପ୍ରଦାନ କରିବେ। ନିଜ ସଂସ୍ଫର୍ଶରେ ଆସୁଥିବା ବନ୍ଧୁ ମାନଙ୍କ ପରାମର୍ଶ ଗ୍ରହଣ କଲେ ବିଶେଷ ପରିମାଣରେ ଉପକୃତ ହେବେ। ଆଜି କାମ ଗୁଡିକ ସୁରୁଖୁରୁରେ ହୋଇ ଯିବ ମାତ୍ର ପରିବାରରେ ତର୍କ ବିତର୍କ ଲାଗି ରହିବା କାରଣରୁ ଭ୍ରାତୃ ସଂମ୍ପର୍କ ଭଲ ରହି ନ ପାରେ। ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।
ବିଛା
ବିଛା
ଭାଗ୍ୟାଧିପ ରାଶିସ୍ଥ ହେତୁ ବନ୍ଧୁ ମାନଙ୍କ ମାଧ୍ୟମରେ ସୁଖ, ସୌଭାଗ୍ୟ ପ୍ରଦାନ କରିବେ। ପ୍ରତ୍ୟେକ ସ୍ତରରେ ସୁନ୍ଦର କଥା ମାଧ୍ୟମରେ ବନ୍ଧୁଙ୍କୁ ଆପଣାର କରି ପାରିବେ। କୈାଣସି ଘଟଣା ନ ବୁଝି କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପାଖ ପଡୋଶୀମାନେ କ୍ରୋଧ ପ୍ରକାଶ କରିପାରନ୍ତି। ଆଜି ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ଧନୁ
ଧନୁ
ରାଜଯୋଗ ପ୍ରଭାବରେ ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ନିଶ୍ଚିତ ପାଇବେ। କାର୍ଯ୍ୟବ୍ୟସ୍ତତା ହେତୁ ଚିନ୍ତାଧାରା ବିକ୍ଷିପ୍ତ ହୋଇପାରେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବା କାରଣରୁ ସାମୟିକ ଆଶ୍ୱସ୍ଥି ଲାଭ କରିବେ। ପରିବାର ମଧ୍ୟରେ ନିଜର ମନୋଭାବକୁ ହଠାତ୍‌ ପ୍ରକାଶ କରନ୍ତୁ ନାହିଁ, ଯାହାକି ହଠାତ୍‌ କୌଣସି ସମସ୍ୟା ସୃଷ୍ଟି ହୋଇପାରେ।
ମକର
ମକର
ଶନିଙ୍କ କୁପ୍ରଭାବରୁ ଦୈହିକ ଅସୁସ୍ଥତା ଲାଗି ରହିଲେ ମଧ୍ୟ ଅନ୍ୟମାନଙ୍କର ସାହାଯ୍ୟ ନେଇ କାମ ହାସଲ କରିବେ। କର୍ମକ୍ଷେତ୍ରରେ ଆଲୋଚନା କାଳରେ ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ବନ୍ଧୁଙ୍କ ସହ ନୂତନ ସମ୍ପର୍କ ସ୍ଥାପନ ହୋଇପାରେ। ଗୁରୁଜନଙ୍କ ପରାମର୍ଶ କ୍ରମେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟା ସମାଧାନ ଘଟିବ ।
କୁମ୍ଭ
କୁମ୍ଭ
ରାଶ୍ୟାଧିପତିଙ୍କ ଦୃଷ୍ଟିରୁ ସ୍ବାସ୍ଥ୍ୟ ପୂର୍ବପରି ରହିବ ଅବଶ୍ୟ ବିଶେଷ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ଯାହାକୁ ଯାହା କିମ୍ବା ଯେଉଁଠି ଯାହା କହିବେ ତାହା ଠିକ୍‌ ଭାବେ କାର୍ଯ୍ୟକାରୀ ହେବ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ଲାଗି ରହିବା କାରଣରୁ ନିର୍ମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ସାଂସ୍କୃତିକ କାର୍ଯ୍ୟକ୍ରମରେ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ।
ମୀନମୀନ
ଉଚ୍ଚବର୍ଗର ଲୋକମାନଙ୍କ ସାହାଯ୍ୟରେ ପୂର୍ବରୁ ଲାଗି ରହିଥିବା ସମସ୍ୟା ଦୂରେଇବାରେ ସମର୍ଥ ହେବେ। ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିଥିଲେ ମଧ୍ୟ ବ୍ୟବସାୟ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ। ରାଜନୀତି ଓ ସାଂଗଠନିକ ସ୍ତରରେ ଉଚ୍ଚ ପଦାଧିକାରୀଙ୍କ ଚାପର ସମ୍ମୁଖୀନ ହୋଇପାରନ୍ତି। ଆତ୍ମୀୟଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...

ରାଶିଫଳ: ସୋମବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri