Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୦୯ ତାରିଖ – Daily Horoscope

ମେଷ
ଆଜି କୌଣସି କ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ଅପେକ୍ଷା କରିଥିବା ଖବରଟି ମଧ୍ୟାହ୍ନପରେ ପାଇବେ। ଦ୍ୱିଜା ପାଇଁ ଆଦର ଅଭ୍ୟର୍ଥନା ମିଳିବ ଏବଂ ସବୁରି ସଦିଚ୍ଛା ମିଳିବ।
ବୃଷ
ବୃଷ
ପରିବାରରେ ପାରସ୍ପରିକ ଦୋଷଦର୍ଶିତା ହେତୁ ପାରିବାରିକ ପରିସ୍ଥିତି ଗୋଳମାଳିଆ ରହିବ । ବେପରୁଆ କାର୍ଯ୍ୟକଳାପ ସକାଶେ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି । ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଉତ୍ତରଦାୟୀ ହେବାକୁ ପଡିପାରେ । ଅର୍ଥର ଅଭାବ ପୂରଣ ଦିଗରେ ଚେଷ୍ଟିତ ହେବେ, ଅବଶ୍ୟ କିଛିଟା ରିହାତି ପାଇବେ।
ମିଥୁନ
ମିଥୁନ
ବନ୍ଧୁମାନଙ୍କ ସାହାଯ୍ୟରେ ଆଜି ଅଭିଳଷିତ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ କିନ୍ତୁ ମନରେ ଶାନ୍ତି କିମ୍ବା ସନ୍ତୋଷ ଆସିବ ନାହିଁ । ବ୍ୟବସାୟରେ ଶାଖା ପ୍ରଶାଖା ବଢିବାର ପ୍ରଯତ୍ନ କରିବେ ଏବଂ ଆଶା ମଧ୍ୟ ପୂରଣ ହେବାରେ ଅସୁବିଧା ରହିବ ନାହିଁ । କିନ୍ତୁ ରାହୁଙ୍କ ନକ୍ଷତ୍ର ଆରଦ୍ରା ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଏବଂ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବ । ନୂତନ କର୍ମାରମ୍ଭ ପ୍ରୀତିପଦ ହେବ, ମାତ୍ର ସମସ୍ୟା ଛାଡିବ ନାହିଁ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ମନ୍ଦ ହେବନି ଏବଂ ହାତକୁ ନେଇଥିବା କାମଗୁଡିକ ସରଳ ଓ ସହଜରେ ସମ୍ପନ୍ନ ହୋଇପାରିବ।
ସି˚ହ
ସି˚ହ
ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ପାରିବାରିକ କ୍ଷେତ୍ରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ । ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ ଏବଂ ଅର୍ଥ ସଂକଟ ଦୂରେଇ ଯିବ । ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ବରେ ପଡିପାରନ୍ତି।
କନ୍ୟା
ସହକର୍ମୀଙ୍କ ସହାୟତାରେ ଆର୍ଥିକ ସମସ୍ୟାକୁ ସୁଧାରି ନେବେ ଏବଂ କର୍ମକ୍ଷେତ୍ର ସ୍ବାଭାବିକ ରହିବ । ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଚିନ୍ତା କରିଥିବା କାମଗୁଡିକ ଠିକ୍‌ଭାବେ ସମ୍ପନ୍ନ ହେବ ନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ତୁଳା
ତୁଳା
ଆଜି ନୂତନ କର୍ମାରମ୍ଭ, ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ବହୁତ ଭଲ । ମାତ୍ର ଯାହା କଲେ ମଧ୍ୟ ଖର୍ଚ୍ଚାନ୍ତ ହେବେ ଏବଂ କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ବ୍ୟସ୍ତତା ବୃଦ୍ଧିପାଇବ। ଚିତ୍ରା ନକ୍ଷତ୍ର କେତେକ ସୁଯୋଗ ହରାଇ ମୁଣ୍ଡରେ ହାତ ଦେଇ ବସିବେ।
ବିଛା
ବିଛା
ଆପଣଙ୍କ ବିକ୍ଷିପ୍ତ ମନ ଓ କଳୁଷିତ ଚିନ୍ତାଧାରା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ମିଥ୍ୟାପବାଦରେ ନିନ୍ଦିତ ହେବେ । ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । ସମ୍ପର୍କୀୟ ଜଣେ ସାହାଯ୍ୟର ପ୍ରତିଶ୍ରୁତି ଦେବେ ା ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ।
ଧନୁ
ଧନୁ
ଆଜିର ଗ୍ରହଯୋଗ ପ୍ରଭାବରେ ସମସ୍ତ ପ୍ରକାର ଅଭିଳାଷକୁ ପୂରଣ କରିବା ଦିଗରେ ଅନୁକୂଳ ପରିବେଶ ସୃଷ୍ଟି କରିବ ।ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ। ଖଳ ଲୋକମାନଙ୍କ ହାବୁଡରୁ ଅପମାନଜନକ ସ୍ଥିତିରୁ ଖସି ଯାଇପାରନ୍ତି। ଆନୁଷ୍ଠାନିକ କାମ କିମ୍ବା ଘରୋଇ କ୍ଷେତ୍ରରେ ଭୁଲ୍‌ କାମ କରି ପଶ୍ଚାତ୍ତାପ କରିବେ।
ମକର
ମକର
ଆଜି ହିଁ ସମ୍ପୂର୍ଣ୍ଣ କରିବାକୁ ଭାବୁଥିବା କାମଟି କଷ୍ଟକର ହୋଇଯିବ । କିନ୍ତୁ ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା, ବିବାଦ, କଚେରି ମାମଲା, କ୍ରୀଡା ପ୍ରଭୃତିରୁ ସଫଳତା ମିଳିବ। ଜମିଜମା ବିବାଦ କ୍ରମଶଃ ଜଟିଳ ଆକାର ଧାରଣ କରିବ। ପାରିବାରିକ କ୍ଷେତ୍ରରେ ନିଜର ସୀମା ଭିତରେ ଜଗି ରଖି ଚଳିବା ଭଲହେବ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସୁଯୋଗ ଆପଣା ଛାଏଁ ଆସିବ କିନ୍ତୁ ପରକ୍ଷଣରେ ପରୋକ୍ଷ ଶତ୍ରୁତାଜନିତ ପାଣି ଫୋଟକା ପରି ମିଳାଇ ଯାଇପାରେ। ସଭାସମିତି ଓ ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା ହାସଲ କରିବେ । ବନ୍ଧୁଙ୍କ ପାଖରେ ଅସୁବିଧା ଜଣାନ୍ତୁ, ସାହାଯ୍ୟ ମଧ୍ୟ ପାଇବେ। ବ୍ୟବସାୟିକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ମୀନମୀନ
ହାତକୁ ନେଇଥିବା କାମଗୁଡିକ ଅବଶ୍ୟ ହୋଇଯିବ, ମାତ୍ର ଏଥିସକାଶେ କଠିନ ପରିଶ୍ରମ କରିବାକୁ ପଡିପାରେ। କଳା, ସାହିତ୍ୟ, ଆଲୋଚନା, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ। ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ଆଶଙ୍କା ଉପୁଜିପାରେ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri