Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜି ସ୍ବଗୃହୀ ଚନ୍ଦ୍ର ଯୋଗୁ କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ଓ କଳା, କ୍ରୀଡ଼ା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ନିକଟ ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକମାନଙ୍କୁ ଦାୟୀ କରିବେ। ମାତ୍ରାଧିକ ଭ୍ରମଣ, ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ କରିବେ।
ବୃଷ
ବୃଷ
ଭାଗ୍ୟସ୍ଥାନରେ ଶୁକ୍ର ଯୋଗୁ ମନୋରଞ୍ଜନ ସମେତ ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଏକ ସାଧାରଣ ପରିସ୍ଥିତିରେ ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ମିଥୁନ
ମିଥୁନ
ଧନସ୍ଥାନରେ ଚନ୍ଦ୍ର ହେତୁ ଧନଲାଭ, ସ୍ବାସ୍ଥ୍ୟରେ ଉନ୍ନତି, ଗୃହରେ ଶାନ୍ତି, ଜମିଜମା, ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଅନୁକୂଳ ଫଳ ପାଇବେ। ମାଲିମକଦ୍ଦମା, ଆଲୋଚନା, ଗବେଷଣା, ପ୍ରେସ୍‌ ପବ୍ଲିକେଶନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହେବେ। ଶିଳ୍ପ, ବାଣିଜ୍ୟରେ ବିଭିନ୍ନ ପ୍ରକାର ଚାପର ସମ୍ମୁଖୀନ ହୋଇପାରନ୍ତି।
କର୍କଟ
କର୍କଟ
ଆଜି ସ୍ବରାଶିସ୍ଥ ଚନ୍ଦ୍ର ପ୍ରଭାବରୁ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ସାଙ୍ଗକୁ ଦୂରଯାତ୍ରା ଓ ବନ୍ଧୁମିଳନଜନିତ ମନ ଏକପ୍ରକାର ଖୁସି ରହିବ। ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ସମୟ କଟାଇବେ। ବାଣିଜ୍ୟ, ବ୍ୟବସାୟ ଏପରି କି ଯୋଗାଣ କାରବାରରେ ଉନ୍ନତି କରିପାରନ୍ତି।
ସି˚ହ
ସି˚ହ
ଆଜି କେନ୍ଦ୍ରସ୍ଥ ବୁଧାଦିତ୍ୟ ଯୋଗ ହେତୁ ପୂର୍ବାପେକ୍ଷା ପରିସ୍ଥିତି କେତେକାଂଶରେ ଭଲ ରହିବ। ଅବଶ୍ୟ ଆଜି ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ। ବିଶେଷ ଭ୍ରମଣଜନିତ ସ୍ବାସ୍ଥ୍ୟ ବିଗିଡ଼ି ଯାଇପାରେ।
କନ୍ୟା
ମୁଖ ଭାବରେ ଲାଲ୍‌ଗ୍ରହ ମଙ୍ଗଳ ଯୋଗୁ ହଠାତ୍‌ ଅର୍ଥ ସମ୍ପର୍କକୁ ନେଇ ଭା୍ରତୃବିବାଦ ଦେଖାଦେଇପାରେ। ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯନତ୍ କରିବେ ଓ ଏଥିପାଇଁ ବନ୍ଧୁଙ୍କୁ ନେହୁରା ହେବାକୁ ପଡ଼ିବ। ସ୍ତ୍ରୀ ପ୍ରତିଦ୍ୱନ୍ଦ୍ୱୀ, ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ସନ୍ଧ୍ୟା ସମୟରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ।
ତୁଳା
ତୁଳା
ଆଜିର ଗ୍ରହ ସ୍ଥିତି ପ୍ରଭାବରେ ଆପଣ ଯେତେପ୍ରକାର ଅନ୍ୟମାନଙ୍କର ମନଧରି କାମ କଲେ ମଧ୍ୟ ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଅର୍ଥ ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ, କିନ୍ତୁ ସମ୍ପୂର୍ଣ୍ଣ ସଫଳତା ପାଇବେ ନାହିଁ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, ଭ୍ରମଣ ପାଇଁ ମନ ବଳାଇବେ।
ବିଛା
ବିଛା
ଦ୍ୱାଦଶସ୍ଥ ରାଶ୍ୟାଧିପ ଥିବାରୁ ଶାରୀରିକ ସ୍ବାସ୍ଥ୍ୟ ବିଗିଡ଼ିବା ସହ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି। ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ ଓ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ପାରିବାରିକ ସମସ୍ୟା ସମାଧାନ ହୋଇଯିବାରୁ ଖୁସି ରହିବେ।
ଧନୁ
ଧନୁ
ଆଜି ପାପଗ୍ରହମାନେ ରାଶିରେ ଅବସ୍ଥାନ କରିଥିବାରୁ ଯେକୌଣସି କ୍ଷେତ୍ର ହେଉନା କାହିଁକି ଆପଣ ବିଚାର ବିନା ସରଳ ବିଶ୍ୱାସ କଲେ ହଇରାଣରେ ପଡ଼ିପାରନ୍ତି। ସାମାନ୍ୟ ଶାରୀରିକ ସୁସ୍ଥତା ଫେରିପାଇବା ସହ ରୋଗପୀଡ଼ା ଉପଶମ ହୋଇପାରେ। ଲେଖାପଢ଼ା ତଥା ପ୍ରକାଶନ, ପ୍ରଶାସନ, ଯୋଗାଯୋଗ କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
କୌଣସି ପ୍ରିୟଜନଙ୍କ ସମ୍ପର୍କରେ ଚିନ୍ତା ବୃଦ୍ଧି ପାଇପାରେ। ଆଜିର ଯାତ୍ରା, ବାଣିଜ୍ୟ, ସ୍ତ୍ରୀ ସମ୍ପର୍କ, ବିବାଦୀୟ ଘଟଣା, ନିର୍ମାଣ ଓ ପରିବହନରେ ସମସ୍ୟା ଏହାର କାରଣ ହେବ। ନିଜସ୍ବ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ଆଜି ବିଳାସକାରକ ଗ୍ରହ ବ୍ୟୟଭାବସ୍ଥ ହେତୁ ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପାଇଁ ମନ ବଳାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ ଓ ପରିବହନରେ ପୂର୍ବ ଭାଦ୍ରପଦ୍‌ ନକ୍ଷତ୍ର ପାଇଁ ସାମାନ୍ୟ ଝଟକା ଲାଗିପାରେ। ଆର୍ଥତ୍କ ସମସ୍ୟା, ଜମିଜମା ଚିନ୍ତାରେ ମନ ଉଦ୍‌ବିଗ୍ନ ରହିବ।
ମୀନମୀନ
ଆଜି ବନ୍ଧୁମାନଙ୍କ ମଧୁର ବ୍ୟବହାର ସାଙ୍ଗକୁ ଅର୍ଥଲାଭ ମନକୁ ପ୍ରଫୁଲ୍ଲିତ କରି ରଖିବ। ସାମାନ୍ୟ ବିଳମ୍ବ ହେଲେ ମଧ୍ୟ କାମଗୁଡ଼ିକ ଠିକ୍‌ ଭାବେ ସମ୍ପନ୍ନ ହେବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୧୫ ତାରିଖ – Daily Horoscope

ମେଷ ଆଜିର ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ରର ପରିସ୍ଥିତି ସ୍ବାଭାବିକ ରହିବ। ନିକଟରେ ରହୁ ନ ଥିବା ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଏବଂ ସଭାସମିତି ଓ ଆନୁଷ୍ଠାନିକ…

ରାଶିଫଳ: ମଙ୍ଗଳବାର , ଜୁଲାଇ ୧୪ ତାରିଖ – Daily Horoscope

ମେଷ ଆଜି ତୃତୀୟଭାବରେ ତିନୋଟି ଗ୍ରହଙ୍କ ସଂଯୋଗ କାରଣରୁ ବନ୍ଧୁମିଳନ,ଧାର୍ମିକ କାର୍ଯ୍ୟ ଏବଂ ଭ୍ରମଣସୌଖ୍ୟ ଲାଭ କରିବେ। ପାରିବାରିକ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମର ଆଶଙ୍କା…

ରାଶିଫଳ: ସୋମବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ…

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri