Posted inRasifala

ରାଶିଫଳ: ସୋମବାର, ଫେବୃୟାରୀ ୧୦ ତାରିଖ – Daily Horoscope

ମେଷ
ଆଜି ଏକାଦଶସ୍ଥ ବୁଧ ଯୋଗୁ ସନ୍ତାନଙ୍କ ସମସ୍ୟା ବିଷୟରେ ଚିନ୍ତିତ ରହିବେ। ସ୍ବାସ୍ଥ୍ୟହାନୀ,ଶତ୍ରୁତା କିମ୍ବା ଋଣ ପରିଶୋଧର ଚିନ୍ତା ବୃଦ୍ଧି ପାଇବ। ଆଲୋଚନା କ୍ରମରେ ଘରର କେତେକ ରହିଯାଇଥିବା କାମକୁ କରିବା ସକାଶେ ଚିନ୍ତା କରି ପାରନ୍ତି। ପାଖ ପଡୋଶୀଙ୍କ ସହ ବିଭିନ୍ନ ପ୍ରକାରର ଆଲୋଚନାରେ ସମୟ କଟାଇବାର ସୁଯୋଗ ଜୁଟିବ।
ବୃଷ
ବୃଷ
ନବମସ୍ଥ ରବିଙ୍କ ଯୋଗୁ ପରିବାରର ବିଭିନ୍ନ ପ୍ରକାରର ବ୍ୟୟ ବରାଦର ଭରଣା କରିବା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଗୁରୁବର୍ଗଙ୍କ ନିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବେ ମାତ୍ର ଗଠନମୂଳକ କାର୍ଯ୍ୟ ଗତି ମନ୍ଥର ହେବ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗି ରହିବ।
ମିଥୁନ
ମିଥୁନ
କର୍ମସ୍ଥ ଶୁକ୍ର କନ୍ୟା ସନ୍ତାନଙ୍କ ବୈବାହିକ ସମସ୍ୟା ପ୍ରତି ଚିନ୍ତିତ କରାଇବ। ଏହା ସଙ୍ଗକୁ ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ। ପୁନର୍ବସୁ ନକ୍ଷତ୍ର ଘର କାମରେ କିମ୍ବା ନୂତନ କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଯାନବାହନ ଚାଳାନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
କର୍କଟ
କର୍କଟ
ଧନଭାବରେ ଚନ୍ଦ୍ର ଅର୍ଥନୈତିକ ଅଭିବୃଦ୍ଧି ଘଟାଇବା ସହ ଶାରିରୀକ ସୁସ୍ଥତା ପ୍ରଦାନରେ ସହାୟକ ହେବେ। କର୍ମକ୍ଷେତ୍ରରେ ଅସ୍ଥିରତା ଲାଗି ରହିପାରେ। ଅଶ୍ଳେଷା ନକ୍ଷତ୍ର ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବା ହେତୁ ସାମୟିକ ବ୍ୟସ୍ତ ରହି ପାରନ୍ତି। ମନ ବୁଝତ୍ଲା ଭଳି କଥା କହି ଅନ୍ୟକୁ ଆପଣାର କରିବା ସହ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ।
ସି˚ହ
ସି˚ହ
ରବି ଓ ଶନିଙ୍କ ସ୍ଥାନ ପ୍ରଭାବରେ ସମସ୍ୟା ମଧ୍ୟଦେଇ କାର୍ଯ୍ୟହାସଲ କରିବେ ଏବଂ ନିକଟ ସମ୍ପର୍କୀୟ ମାନଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ। କୈାଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ, ତଥାପି କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ। ଅଫିସରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ।
କନ୍ୟା
କର୍ମସ୍ଥ ରାହୁ ପରିବାର ଓ କାର୍ଯ୍ୟହାସଲ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିପାରେ। ଆଜି ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହାତ ହେବାର ସୂଚନା ରହିଛି। ଗୃହ ସଜ୍ଜାରେ ମନୋନିବେଶ କରିପାରନ୍ତି। ଅଫିସ୍‌ କାମରେ ଯେସାକୁ ତେସା ନୀତିରେ କାମ କରି ସମାଲୋଚିତ ହେବାର ପରିସ୍ଥିତି ସୃଷ୍ଟି ହେବ।
ତୁଳା
ତୁଳା
ଉଚ୍ଚସ୍ଥାନରେ ଶୁକ୍ର ମନୋରଞ୍ଜନ ସମ୍ବନ୍ଧିତ ଜିନିଷ କ୍ରୟ କରିବା ଦିଗରେ ଖର୍ଚ୍ଚାନ୍ତ କରାଇପାରେ। ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ବ୍ୟବସାୟରେ ଅଭୁତପୂର୍ବ ସଫଳତା ହାସଲ କରିବେ। ଚିତ୍ରାର ପୂର୍ବରୁ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ।
ବିଛା
ବିଛା
କର୍ମଭାବର ଶୁଭପ୍ରଭାବରୁ ଯାତ୍ରାରେ ସଫଳତା ଅବଶ୍ୟ ମିଳିବ କିନ୍ତୁ ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।  ଶିଳ୍ପ, ବାଣିଜ୍ୟ, ପରିବହନ ତଥା ପ୍ରଶାସନିକ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ। ନିଜର ପାଖ ଲୋକ ମାନେ ଅପପ୍ରଚାର କରି ପାରନ୍ତି। କଳା,ସାହିତ୍ୟ, ସାମ୍ବାଦିକତା ତଥା କ୍ରୀଡା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
କେତୁ ଯୁକ୍ତ ମଙ୍ଗଳ ପ୍ରଭାବରୁ ଯେ କୈାଣସି କ୍ଷେତ୍ରରେ ହେଉନା କାହିଁକି, ଠିକ୍‌ ନିଷ୍ପତି ନେବାରେ ସମସ୍ୟା ଦେଖାଦେଇପାରେ। ଅତି ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିପାରେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ କିନ୍ତୁ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ସୃଷ୍ଟି କରି ପାରନ୍ତି।
ମକର
ମକର
ଶନି ଓ ରାହୁଙ୍କ ଷଡାଷ୍ଟକ ସ୍ଥିତି ଜନିତ ସତର୍କତାର ସହ କାମ କରନ୍ତୁ , ଆକସ୍ମିକ ଭାବେ ନିଜ ଲୋକମାନେ ଶତ୍ରୁତା କରି ବସିବେ। ପୂର୍ବ ସ୍ଥିତିରୀକୃତ ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହୋଇପାରେ। ଅନ୍ୟମାନଙ୍କ କଥା ରକ୍ଷା କରିବାକୁ ଯାଇ ବନ୍ଧୁଦ୍ୱାରକୁ ଗମନ କରିପାରନ୍ତି। ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଦ୍ୱିତୀୟସ୍ଥ ଶୁକ୍ରଙ୍କ ପ୍ରଭାବରୁ ବହୁତ ହସ ଖୁସୀରେ ଦିନଟି ଅତିବାହିତ ହେବ। ପାଖ ପଡୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାର ମଧ୍ୟରେ ପୈତୃକ ସମ୍ପତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ। ଏହା ସଙ୍ଗକୁ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।
ମୀନମୀନ
ଆଜିର ଅନୁକୂଳ ଗ୍ରହ ପ୍ରଭାବରୁ ଅନ୍ୟମାନଙ୍କୁ ଆପଣାର କରିବା ସକାଶେ କୈାଶଳ ପ୍ରୟୋଗ କରି ପାରନ୍ତି। ରଚନାମତ୍କ କାର୍ଯ୍ୟ,କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଆଇନ, ଅଦାଲତ, ପ୍ରଶାସନ, ଯାନବାହନ, ନିର୍ମାଣରେ ସୁଫଳ ମିଳିବ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ରକ୍ଷା କରନ୍ତୁ, ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri