Posted inRasifala

ରାଶିଫଳ: ସୋମବାର, ଫେବୃୟାରୀ ୨୪ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରି ସଫଳତା ହାସଲ କରିବେ। ସୀମା ନିର୍ଦ୍ଧାରଣକୁ କେନ୍ଦ୍ରକରି ବିବାଦ ହେତୁ ନିର୍ମାଣାଧୀନ କାମ ଗୁଡିକ ବାଧାପ୍ରାପ୍ତ ହୋଇପାରେ। ବ୍ୟବସାୟରେ ଟେନସନ୍‌ ଲାଗି ରହିବ, କିନ୍ତୁ କ୍ଷତିର ପ୍ରଶ୍ନ ରହିବ ନାହିଁ। ସଭାସମିତିରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ବୃଷ
ବୃଷ
ପୂର୍ବାଲୋଚନାକ୍ରମେ ଆଜି କୌଣସି ବନ୍ଧୁଙ୍କ ନିକଟରୁ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। ପରିବାରର ଅପବ୍ୟୟ ସୀମା ଟପିଯିବାରୁ ସାମୟିକ ଦୁଃଶ୍ଚିନ୍ତା ବୃଦ୍ଧି ପାଇପାରେ। ବନ୍ଧୁଙ୍କ ପାରିବାରିକ କଥାରେ କୌତୂହଳ ହୋଇ କଳହକୁ ନିମନ୍ତ୍ରଣ କରିପାରନ୍ତି। ଯିବା ରାସ୍ତାରେ ଅଜଣା ଅଶୁଣା ବ୍ୟକ୍ତି ପ୍ରତି ସତର୍କ ରୁହନ୍ତୁ।
ମିଥୁନ
ମିଥୁନ
ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। କର୍ମକ୍ଷେତ୍ର କିମ୍ବା ସାମାଜିକ ସ୍ତରରେ ସହକର୍ମୀମାନଙ୍କର ସହଯୋଗ,ସୁଖ ସମ୍ମାନ ପାଇ ଖୁସି ହେବେ। ରାଜନୈତିକ ସ୍ତରରେ ବନ୍ଧୁଙ୍କ କୁଟିଳ ଚିନ୍ତାଧାରା ଅତିଷ୍ଠ କରିପାରେ। ବାକି ପଡିଥିବା ବହୁତ ଦିନର ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
କର୍କଟ
କର୍କଟ
ଗତକାଲି ଠାରୁ କର୍ମକ୍ଷେତ୍ରର ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରୋକ୍ଷ ଶତ୍ରୁତା କାରଣରୁ ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ନୂତନ କର୍ମସସ୍ଥାନ ସକାଶେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
ସି˚ହ
ସି˚ହ
ସାଧାରଣ କଥାକୁ କେନ୍ଦ୍ରକରି ଆଜି ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ବନ୍ଧୁଙ୍କ ଦ୍ୱାରା ନିମନ୍ତ୍ରିତ ହୋଇ ମନୋରନରେ ଅଂଶ ଗ୍ରହଣ କରି ପ୍ରଶଂସିତ ହେବେ। ପାରିବାରିକ ଅସ୍ଥିରତା ଲାଗି ରହିଲେ ମଧ୍ୟ କାମ ଅଟକିବ ନାହିଁ। ବନ୍ଧୁମାନଙ୍କର ଛୋଟ ଛୋଟ କଥାକୁ ଧରି ବସନ୍ତୁ ନାହିଁ।
କନ୍ୟା
ଆଜିର କର୍ମକ୍ଷେତ୍ରରେ ସହଜରେ କାମ ହାସଲ ହେବା କଷ୍ଟକର ହେବ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ସରକାରୀ କ୍ଷେତ୍ରରୁ ଲାଭର ଆଶା ବଳବତର ହେବ କିନ୍ତୁ ଶୀଘ୍ର ପାଇବା ଆଶା ନିରର୍ଥକ ହୋଇପାରେ। ସଭାସମିତିରେ ସତ୍ୟ ପ୍ରକାଶ କରି ବିବାଦଗ୍ରସ୍ତ ହୋଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ। ଅଫିସ୍‌ରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ। ସାହିତ୍ୟଚର୍ଚ୍ଚା, କ୍ରୀଡା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି।
ବିଛା
ବିଛା
ଶୃଙ୍ଖଳିତ ଦିନଚର୍ଯ୍ୟାରେ ପରିବର୍ତ୍ତନ ଜନିତ ଦୀର୍ଘଦିନର ସ୍ବାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ। ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ,ଏଣୁ ସତର୍କ ରହିବା ଭଲ। ପରିବହନ ଓ ବାଣିଜ୍ୟରେ ଉନ୍ନତି ଘଟିବା ସହ ପଡୋଶୀଙ୍କ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି ଅବଶ୍ୟ ସେଥିପାଇଁ ଉଦ୍‌ବେଗର କୈାଣସି କାରଣ ନାହିଁ। ଆତ୍ମୀୟ ମାନଙ୍କ ନିକଟରୁ ସ୍ନେହ ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି। ଶତ୍ରୁ ଆପଣଙ୍କ ପଛରେ ଛାଇଭଳି ଲାଗି ରହିବେ କିନ୍ତୁ କିଛିବି କ୍ଷତି ଘଟାଇ ପାରିବେ ନାହିଁ।
ମକର
ମକର
ପରିବାରରେ ଅଯଥା ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ଉତରାଷାଢା ନକ୍ଷତ୍ର ଆଜି ପ୍ରତ୍ୟେକ କ୍ଷେତ୍ରରେ ଆଖିଦୃଷ୍ଟିଆ ସଫଳତା ହାସଲ କରିପାରିବେ ନାହିଁ। ଅର୍ଥନୈତିକ ଅଭିବୃଦ୍ଧି ସହ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଖୁସୀ ହେବେ। କିନ୍ତୁ କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦେଲେ ମଧ୍ୟ ସହଜ ଓ ସୁବିଧାରେ କାମ ହାସଲ କରିବେ। ବ୍ୟବସାୟିକ କ୍ଷେତ୍ରରେ ସୌଖୀନ ଦ୍ରବ୍ୟ ବ୍ୟବସାୟରୁ ଲାଭବାନ ହେବେ। କଠାର ପରିଶ୍ରମ କାରଣରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରିପାରନ୍ତି। ହଠାତ୍‌ ଅସମର୍ଥିତ ସୂତ୍ରରୁ କୌଣସି କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ।
ମୀନମୀନ
କର୍ମକ୍ଷେତ୍ରରେ ଆକସ୍ମିକ ତର୍କ ଓ ବିବାଦ ବୃଦ୍ଧି ପାଇବା କାରଣରୁ ମଧ୍ୟାହ୍ନରେ ଟେନସନ୍‌ ବଢିପାରେ। ଭଲ ସମ୍ପର୍କନଥିବା ବନ୍ଧୁମାନଙ୍କ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଆବଶ୍ୟକତା ପୂରଣ ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିପାରନ୍ତି। ପାରଷ୍ପରିକ ମତଭେଦ କାରଣରୁ ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା…

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା…

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri