Posted inRasifala

ରାଶିଫଳ: ସୋମବାର, ମେ ୧୨ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିପାରେ। ରାହୁ ପ୍ରଭାବରୁ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବା ଶୁଣିବାକୁ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ। ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥି ପାଇଁ ଚିନ୍ତିତ ରହିଥିଲେ ଆଜି ତାହା ମିଳିପାରିବ।
ବୃଷ
ବୃଷ
ବନ୍ଧୁ କିମ୍ବା ସହକର୍ମୀ ସହଯୋଗର ହାତ ବଢ଼ାଇବେ ଫଳରେ ଆଜିର କାମ ଅଟକିବ ନାହିଁ। ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‍ ସମୟରେ କରିପାରିବେ ନାହିଁ। ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟଲାଭ କରିପାରନ୍ତି। ଦ୍ୱାଦଶସ୍ଥ ରବିଙ୍କ ଯୋଗୁ ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ମିଥୁନ
ମିଥୁନ
ଆଜି କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମ ହାସଲ କରିବେ। ରାଜନୀତି , ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବୃହସ୍ପତିଙ୍କ ହେତୁ ବ୍ୟବସାୟିକ ଦିଗ ମଧ୍ୟମ ପ୍ରକାର ରହିବ। ଆଲୋଚନା ପରିସରରେ କୌଣସି ନୀଚଜାତିର ବ୍ୟକ୍ତିଙ୍କ ସହ ଝଗଡ଼ା ଲାଗିପାରେ।
କର୍କଟ
କର୍କଟ
ଖଟଣି ବଢ଼ିବ କିନ୍ତୁ ଯାହା ଯେତିକି ଓ ଯେମିତି ପାଇବା କଥା ତାହା ନ ପାଇ ଅନୁତପ୍ତ ହୋଇପାରନ୍ତି। କେନ୍ଦ୍ରସ୍ଥ ଚନ୍ଦ୍ରଜନିତ ଜଣେ ପ୍ରତିଷ୍ଠାବାନ୍‍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହେବେ। ମକଦ୍ଦମା, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ମାନସିକ ଅଶାନ୍ତି ବଢ଼ିବ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ଭାଗ୍ୟସ୍ଥାନରେ ବୁଧାଦିତ୍ୟ ଯୋଗରୁ ଆଜି ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ରହିବ ନାହିଁ। ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତାରେ ସ୍ଥଗିତ କାମକୁ ସମ୍ପନ୍ନ କରିବେ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ସମସ୍ୟାଗୁଡ଼ିକର ସରଳ ସମାଧାନ କରିବାରେ ସଫଳ ହେବେ।
କନ୍ୟା
ଆନୁସଙ୍ଗିକ ସାହାଯ୍ୟ, ସହଯୋଗ ଲାଭକରି ଆଶା ପୂରଣ ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି କରିବେ। ସପ୍ତମସ୍ଥ ପାପଗ୍ରହଜନିତ ଯାତ୍ରା କାଳରେ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିବ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ଦୁଃଖ ଦେଇପାରେ। କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ତୁଳା
ତୁଳା
ସପ୍ତମାଧିପ କେନ୍ଦ୍ରସ୍ଥ ଯୋଗୁ କର୍ମକ୍ଷେତ୍ରରେ ସାହାଯ୍ୟ ପାଇଁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ। ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ, ନତୁବା ହଇରାଣ ହେବାକୁ ପଡିପାରେ । ପରିବାରରେ ଭୁଲ୍‍ ବୁଝାମଣା ହେତୁ ସମସ୍ୟା ବଢିଯିବ। ଶିଳ୍ପ, ବାଣିଜ୍ୟ, ସାମ୍ବାଦିକତା ଓ ଅର୍ଥ ସମ୍ବନ୍ଧିତ କାମରେ ସଫଳତା ପାଇବେ।
ବିଛା
ବିଛା
ଦୀର୍ଘଦିନ ହେଲା ଯାହା ହୋଇ ପାରି ନ ଥିଲା ଆଜି ତାହାର ସରଳ ସମାଧାନ ହୋଇଯିବ। ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କଲେ ସଫଳ ହେବେ। ଭୁଲ୍‍ ବୁଝାମଣାରୁ ପରିବାର ସଦସ୍ୟଙ୍କଠାରୁ ସମସ୍ୟା ଆସିପାରେ। ଶନିଙ୍କ କୁପ୍ରଭାବରୁ ଘରୋଇ ବ୍ୟାପାରରେ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।
ଧନୁ
ଧନୁ
ଧନାଧିପ କେନ୍ଦ୍ରସ୍ଥ ଯୋଗୁ ଆର୍ଥିକ ଦିଗରୁ ସମସ୍ୟା ଲାଗିରହିବ କିନ୍ତୁ ସୁଧାରି ନେବାରେ ବନ୍ଧୁଙ୍କ ଅବଦାନ ଅବଶ୍ୟ ରହିବ। ଅଫିସରେ ସହକର୍ମୀଙ୍କ ସହ ମିଷ୍ଟାଳାପ ମଧ୍ୟରେ କାମ କରିଚାଲିବେ। ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।
ମକର
ମକର
ରାଶ୍ୟାଧିପ ତୃତୀୟସ୍ଥ ହେତୁ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ଅନ୍ତର୍ଦ୍ୱନ୍ଦ୍ୱ ଲାଗିରହିବ। କୌଣସି ବ୍ୟକ୍ତିଠାରୁ ଦୁଃଖଦ ଖବର ପାଇ ବିଚଳିତବୋଧ କରିପାରନ୍ତି ା ପଡ଼ୋଶୀମାନେ ବିଭିନ୍ନ ପ୍ରକାରର ଝମେଲା ସୃଷ୍ଟି କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଗବେଷଣା ଓ ରଚନାତ୍ମକ କାର୍ଯ୍ୟରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜି ମୁଖଭାବରେ ପାପଗ୍ରହ ଯୋଗୁ ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ପାଟିତୁଣ୍ଡ ଲାଗିରହିବ। ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। କ୍ରୀଡ଼ା, ସଙ୍ଗୀତ, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦେହ ଭଲ ରହିଲେ ମଧ୍ୟ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ

ରାଶିରେ ପାପଗ୍ରହ ପ୍ରଭାବରୁ ପରିବାରରେ ଅଯଥା ବ୍ୟସ୍ତତା ପ୍ରକାଶ କରି ଅଶାନ୍ତ ରହିବେ। ପରିସ୍ଥିତିବଶତଃ ଧାରକରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ। ରାସ୍ତାରେ ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଖାଲରେ ପଡିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri