Posted inRasifala

ରାଶିଫଳ: ସୋମବାର, ମେ ୧୨ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ କ୍ଷେତ୍ରରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିବେ। ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ମିଳିପାରିବ ା
ବୃଷ
ବୃଷ
କର୍ମକ୍ଷେତ୍ରରେ ସହକର୍ମୀ ସହଯୋଗର ହାତ ବଢ଼ାଇବା ଦ୍ୱାରା ଆଜିର କାମ ଅଟକିବ ନାହିଁ। କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‍ ସମୟରେ କରିପାରିବେ ନାହିଁ। ଅନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଖୁସିହେବା ଆଶା ରହିଛି। ମାତ୍ର ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ମିଥୁନ
ମିଥୁନ
ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ କଟୁସତ୍ୟ କହି ଅପ୍ରିୟତା ଅର୍ଜନ କରିବେ। ସାଧାରଣ ତୋଷାମଦିଆ କଥାରେ ବନ୍ଧୁଙ୍କ ମନ ବଦଳିଯାଇପାରେ। ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ସହଜରେ ହାସଲ କରିପାରିବେ। ରାଜନୀତି , ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ।
କର୍କଟ
କର୍କଟ
ଆଜି ଅର୍ଥର ଅଭାବ ରହିବ ନାହିଁ ତଥାପି ଆଉ କେତେକ ଅପୂରଣୀୟ ଆଶା ଦୁଶ୍ଚିନ୍ତାର କାରଣ ହୋଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଜଣେ ପ୍ରତିଷ୍ଟାବାନ୍‍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଆମତ୍ବିଭୋର ହେବେ। ମକଦ୍ଦମା, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଅଶାନ୍ତି ବଢ଼ିବ। କ୍ରୀଡ଼ା, ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।
ସି˚ହ
ସି˚ହ
ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରି ଆଜି ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ରହିବ ନାହିଁ। କ୍ରୀଡ଼ା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। କର୍ମକ୍ଷେତ୍ରର ସମସ୍ୟାଗୁଡ଼ିକର ସରଳ ସମାଧାନ କରିବାରେ ସଫଳ ହୋଇପାରନ୍ତି । କଚେରି ମାମଲାର ଶୁଣାଣିରୁ ସାମାନ୍ୟ ଆଶ୍ୱସ୍ତି ଲାଭ କରିବେ।
କନ୍ୟା
ଆଜିର ଯାତ୍ରା କାଳରେ ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ବାଧିଲା ଭଳି କଥା କହିପାରେ। ବ୍ୟବସାୟର ଅଧିକ ଆଶା ଦୁଃଖର କାରଣ ହେବ । ଆଲୋଚନା ପରିସରରେ କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଅତିପ୍ରିୟ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ।
ତୁଳା
ତୁଳା
ସାହାଯ୍ୟ ପାଇଁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କୁ ଆଜି ହଁ କରିପାରିବେନି କି ନାହିଁ କରିପାରିବେନାହିଁ। ଶତ୍ରୁଠାରୁ ଦୂରତା ରଖି କାମ କଲେ ଭଲ। ତରବରିଆ ଭାବରେ ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢ଼ିଯିବା ସୂଚନା ରହିଛି। ପରିବାରରେ ଭୁଲ୍‍ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ।
ବିଛା
ବିଛା
ପ୍ରତିବନ୍ଧକ ମଧ୍ୟରେ ସ୍ଥଗିତ କାମଟିକୁ ପୁନଃ ଆରମ୍ଭ କରିପାରିବେ ନାହିଁ। ଲାଗି ରହିଥିବା ବିବାଦୀୟ ସ୍ଥିତି ଆଜି ଆକସ୍ମିକ ଭାବରେ ତାହାର ସରଳ ସମାଧାନ ହୋଇଯିବ। ପରିବହନ, ଶିଳ୍ପ ଓ ବ୍ୟବସାୟ, ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କଲେ ସଫଳ ହେବେ। ଭୁଲ୍‍ ବୁଝାମଣାରୁ ପରିବାର ସଦସ୍ୟଙ୍କ ତରଫରୁ ସମସ୍ୟା ଆସିପାରେ ା
ଧନୁ
ଧନୁ
ଆର୍ଥିକ ଦିଗରୁ ସମସ୍ୟା ଲାଗି ରହିବ, କିନ୍ତୁ ସୁଧାରି ନେବାରେ ବନ୍ଧୁଙ୍କ ଅବଦାନ ପାଇପାରିବେ। ସହକର୍ମୀଙ୍କ ସହ ମିଷ୍ଟାଳାପ ମଧ୍ୟରେ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାରେ ସଫଳ ହେବେ। ଶିକ୍ଷା ଏବଂ ପରୀକ୍ଷାରେ କୃତିତ୍ୱ ଯୋଗୁ ପିଲାଙ୍କ ସଫଳତାରେ ଆନନ୍ଦିତ ହେବେ। ସକାଳୁ ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।
ମକର
ମକର
କୌଣସି ବ୍ୟକ୍ତିଙ୍କ ମାଧ୍ୟମରେ ଦୁଃଖଦ ଖବର ପାଇ ବିଚଳିତ ହେବେ। ଉପରିସ୍ଥମାନେ କାମହାସଲ ସକାଶେ ସହଯୋଗ ଲୋଡ଼ିପାରନ୍ତି। ଈର୍ଷାପରାୟଣ ପଡ଼ୋଶୀ ସାଧାରଣ କଥାକୁ କେନ୍ଦ୍ରକରି ଝମେଲା ସୃଷ୍ଟି କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି, ଗବେଷଣା ଓ ରଚନାମତ୍କ କାର୍ଯ୍ୟରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପାଟିତୁଣ୍ଡ ଲାଗି ରହିବ। ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। ବନ୍ଧୁଗହଣରେ ବାକ୍‍ ଅସଂଯମ ଯୋଗୁ ସୁସମ୍ପର୍କ ବ୍ୟାହତ ହେବା ଆଶଙ୍କା ରହିଛି। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।
ମୀନମୀନ
ଅନ୍ୟମାନଙ୍କ ଅସୁବିଧାକୁ ସୁଧାରିବା ସକାଶେ ଯତ୍‍ପରୋନାସ୍ତି ଚେଷ୍ଟା କରିବେ। ପରିବାରର ଅଭାବନୀୟ ପରିସ୍ଥିତିକୁ ସୁଧାରିବାକୁ ଯାଇ କରଜ କରିପାରନ୍ତି। ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ। ରାସ୍ତାରେ ଅପରିଚିତ ବ୍ୟକ୍ତିଙ୍କୁ ବିଶ୍ୱାସକରି ଖାଲରେ ପଡ଼ିପାରନ୍ତି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

ରାଶିଫଳ: ରବିବାର, ମେ ୧୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। କୃତ୍ତିକା ନକ୍ଷତ୍ରକୁ ଅର୍ଥ ଲାଭ ସହ ଶାରୀରିକ ସୁସ୍ଥତା କାମ କରିବା…

ରାଶିଫଳ: ଶନିବାର, ମେ ୯ ତାରିଖ – Daily Horoscope

ମେଷ ସମ୍ପର୍କୀୟ କିମ୍ବା ଆତ୍ମୀୟଙ୍କ ସାହାଯ୍ୟରୁ କୌଣସି କାମ ଅଟକି ରହିବନାହିଁ। ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‌ ହେବ ନାହିଁ। ଦ୍ୱିଜା…

ରାଶିଫଳ: ଶୁକ୍ରବାର, ମେ ୮ ତାରିଖ – Daily Horoscope

ମେଷ କେନ୍ଦ୍ରସ୍ଥ ଗ୍ରହଙ୍କ ସୁପ୍ରଭାବରୁ ଉଚ୍ଚଚିନ୍ତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଧର୍ମକାର୍ଯ୍ୟକୁ ମନ ବଳିବ। ଆନୁଷ୍ଠାନିକ କ୍ଷେତ୍ରରେ ସାମିଲ ସହ ସତ୍‍ସଙ୍ଗର ସୁଯୋଗ ପାଇବେ। ଆଜିର ଯାତ୍ରା,…

ରାଶିଫଳ: ଗୁରୁବାର, ମେ ୭ ତାରିଖ – Daily Horoscope

ମେଷ ଆଜି ଯାତ୍ରା, ବ୍ୟବସାୟ, ପରିବହନ, ରାଜନୀତି ପାଇଁ ବହୁତ ଭଲ। ମାତ୍ର କର୍ମ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗି ରହିବା କାରଣରୁ ଟେନ୍ସନ ପିଛା ଛାଡିବ…

ରାଶିଫଳ: ବୁଧବାର, ମେ ୬ ତାରିଖ – Daily Horoscope

ମେଷ ବୁଧାଦିତ୍ୟ ଯୋଗ ପ୍ରଭାବରୁ ବ୍ୟକ୍ତିତ୍ୱର ପରିପ୍ରକାଶ ସାମାଜିକ ସ୍ତରରେ ସମ୍ମାନଜନକ ସ୍ଥିତି ପ୍ରଦାନ କରିବ। ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା…

ରାଶିଫଳ: ମଙ୍ଗଳବାର, ମେ ୫ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଓ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। କୃତ୍ତିକା ନକ୍ଷତ୍ର ସକାଶେ…

ରାଶିଫଳ: ସୋମବାର, ମେ ୪ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ପ୍ରଭାବରେ ଯାତ୍ରା, ବିବାଦ ପ୍ରଭୃତିରୁ ଦୂରେଇ ରହିବା ଭଲ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ପରୋକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri