Posted inRasifala

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ
ମଙ୍ଗଳଙ୍କ ପ୍ରଭାବରୁ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ସାଧନ କରିବେ । ମୁଖଭାବରେ ରବି ଓ ଶୁକ୍ରଜନିତ ଅପ୍ରିୟସତ୍ୟ ଭାଷଣ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିପାରେ । ଆପଣଙ୍କ ଦକ୍ଷତାର ମୂଲ୍ୟାୟନ ହେବା ସଙ୍ଗକୁ ପୁରସ୍କୃତ ହୋଇପାରନ୍ତି । ଅଫିସ୍‌ କାମରେ ସାମୟିକ ଭୁଲ୍‌ ବୁଝାମଣା ଯୋଗୁ ମାନସିକ ସ୍ଥିରତା ରହି ନ ପାରେ ।
ବୃଷ
ବୃଷ
ଅର୍ଥନୈତିକ ଅଭିବୃଦ୍ଧି ଘଟିବା କାରଣରୁ ମନ ପ୍ରଫୁଲ୍ଲ ରହିବ । କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି, ଯାହା କି କାମଟି ଅପୂର୍ଣ୍ଣ ରହିଯିବ  ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବା ସହ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ।ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ ।
ମିଥୁନ
ମିଥୁନ
ବୁଧଯୁକ୍ତ କାରଣରୁ ମତିଭ୍ରମ ଘଟିବାର ସୂଚନା ରହିଛି । ଆମତ୍ୀୟମାନେ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ । ନିଜକୁ ଅନ୍ୟମାନଙ୍କ ସହ ତୁଳନା କରି ମନ ଊଣା କରିପାରନ୍ତି । ସାମାଜିକ ସ୍ତରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ସହିତ ମାନସିକ ସ୍ଥିତି ଭଲ ରହି ନ ପାରେ ।
କର୍କଟ
କର୍କଟ
ରାଶିପ୍ରତି ଶନି ଓ ବୃହସ୍ପତିଙ୍କ ଦୃଷ୍ଟିର କୁପ୍ରଭାବରୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ । ବ୍ୟବସାୟରେ ଲାଭ ମିଳିବ, ମାତ୍ର ନିଜର ଅବହେଳାରୁ ଅନ୍ୟ ବାଟରେ ବ୍ୟୟ ହୋଇଯିବାର ଆଶଙ୍କା ରହିଛି । ପାରିବାରିକ ସ୍ଥିତି ପୂର୍ବପରି ଅକ୍ଷୁଣ୍ଣ ରହିବ ।
ସି˚ହ
ସି˚ହ
ରବି ଅବସ୍ଥାନ କରିଥିବାରୁ ଆଜିର କାମଗୁଡିକ ଯଥାରୀତି ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ । ପାଖ ପଡୋଶୀଙ୍କ କୁଟିଳ କଥାକୁ ଠିକ୍‌ ଭାବେ ବୁଝି ପାରିବେନି । ଯାନ୍ତ୍ରିକ କାରବାର, ଯାନବାହନ କ୍ରୟ ବିକ୍ରୟରେ ଅଗ୍ରଗତି ହେବ । ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବାରୁ ଚିନ୍ତିତ ରହିବେ ।
କନ୍ୟା
କର୍ମଭାବ ପାପଯୁକ୍ତ କାରଣରୁ ପ୍ରତ୍ୟେକ କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିବ । ଏଣେ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡିବେ । ଅବଶ୍ୟ ଆନୁଷ୍ଠାନିକ କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସାଧାରଣ କଥାରେ ପ୍ରିୟ ବ୍ୟକ୍ତିଟି ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି
ତୁଳା
ତୁଳା
ସମସ୍ୟା ମଧ୍ୟରେ ଲକ୍ଷ୍ୟ ହାସଲ କରିପାରିବାରେ ସଫଳ ହେବେ । ଅବଶ୍ୟ ଆମତ୍ୀୟସ୍ବଜନ ତଥା ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ । ଆନୁଷ୍ଠାନିକ କାର୍ଯ୍ୟ କରିବା ସଙ୍ଗକୁ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ସହକର୍ମୀମାନେ ଫାଇଦା ହାସଲ କରିବା ଲାଗି ମନ ବଳାଇପାରନ୍ତି ।
ବିଛା
ବିଛା
ଶନି ଗୃହସ୍ଥ ଯୋଗୁ ପ୍ରତ୍ୟେକ କାର୍ଯ୍ୟ ମନ୍ଥର ଗତିରେ ଗଡି ଚାଲିବା କାରଣରୁ ସାମୟିକ ଅନୁଚିନ୍ତା କରିପାରନ୍ତି । ପ୍ରିୟ ବ୍ୟକ୍ତିଟିର ଛଳନା ଓ ପ୍ରତାରଣା ପୂର୍ଣ୍ଣ କଥାରେ ମନରୁ ସରସତା ଉଭେଇଯିବ । ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ମାନସିକ ଅବସାଦ ଦୂର ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ
ଧନୁ
ଧନୁ
ଶନିଙ୍କ ଯୋଗୁ ସମସ୍ୟା ଅପରିବର୍ତ୍ତିତ ରହିଥିଲେ ମଧ୍ୟ ସାମୟିକ କିଛିଟା ଲାଘବ ହେବାର ଅନୁଭବ କରିପାରନ୍ତି । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସତର୍କତା ଅବଲମ୍ବନ କରିବା ଭଲ । ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର, ନୂତନ ଚୁକ୍ତିପତ୍ର ସ୍ବାକ୍ଷର, ନୂତନ ସ୍ଥାନକୁ ଯାତ୍ରା କରିବାର ସୁଯୋଗ ପାଇପାରିବେ ।
ମକର
ମକର

କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଭାବପ୍ରବଣତାବଶତଃ ବିଚାରବୁଦ୍ଧି ହରାଇ ଦୁଷ୍ଟଲୋକଙ୍କ ସହ ସମ୍ପର୍କ ସ୍ଥାପନ କଲେ ପସ୍ତେଇବେ । ଅତି ନିକଟରେ ରହୁଥିବା ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ । ଅତ୍ୟଧିକ ଭ୍ରମଣ କିମ୍ବା ଅନିଦ୍ରାଜନିତ ଶାରୀରିକ ପୀଡାରେ କଷ୍ଟ ପାଇପାରନ୍ତି ।

କୁମ୍ଭ
କୁମ୍ଭ
ରାଶିସ୍ଥ କର୍ମାଧିପ ଉଚ୍ଚାଂଶରେ ଥିବାରୁ ବନ୍ଧୁଙ୍କ ସହ ଆଲୋଚନା,ପିଲାଙ୍କ କୃତିତ୍ୱ, କଳା, ସାହିତ୍ୟାଦିରୁ ସମ୍ମାନ ଲାଭ କରିବେ । ଧନାଧିପତି ଦୁର୍ବଳ ହେବା ଜନିତ ଅର୍ଥସଙ୍କଟ ଲାଗିରହିବ, ଫଳରେ କରଜ କରିବାକୁ ବାଧ୍ୟ ହେବେ । ପରିବାରରେ ବାରମ୍ବାର ପୁରୁଣା କଥାକୁ ବେଶି ଆଲୋଚନା କରିବା ଠିକ୍‌ ହେବନି  ।
ମୀନମୀନ

ପାରିବାରିକ ଜୀବନ ସୁଖ, ସନ୍ତୋଷରେ ଅତିବାହିତ ହେବା କାଠିକର ପାଠ ହୋଇପାରେ । ଘର ପାଇଁ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ବିଭିନ୍ନ କ୍ଷେତ୍ରରୁ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ ଏବଂ ପାଇବେ ମଧ୍ୟ ।ସଙ୍ଗୀତ ତଥା ସାମ୍ବାଦିକତା ଓ ଏଜେନ୍ସିପ୍‌ କ୍ଷେତ୍ରରୁ ସୁଫଳ ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri