Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ
ହସ୍ତା ନକ୍ଷତ୍ରସ୍ଥ ଚନ୍ଦ୍ର ଆପଣଙ୍କୁ ପାରିବାରିକ ସୁଖ ସମୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ପ୍ରଦାନ କରିବ । ପ୍ରତ୍ୟୁଷ ଯାତ୍ରା ସମୟରେ ଅପରିଚିତଙ୍କ ସହ କଳହ ଲାଗିବାର ସମ୍ଭାବନା ରହିଛି । ଶିଳ୍ପ, ବ୍ୟବସାୟ, ସାହିତ୍ୟ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ନୀଚ୍ଚାରୋହୀ ଶୁକ୍ର ଆପଣଙ୍କୁ ଭୋଗବିଳାସରୁ ଦୂରେଇ ରଖି ଅର୍ଥସଙ୍କଟ ସୃଷ୍ଟି କରିବେ।
ବୃଷ
ବୃଷ
କେତୁ ନକ୍ଷତ୍ରସ୍ଥ ବୁଧ ବନ୍ଧୁରେ କଳହ ସାଙ୍ଗକୁ ଧନହାନି ଘଟାଇପାରନ୍ତି। ପରିବାର ସଦସ୍ୟଙ୍କ ସହିତ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲ ରହିବ । ବର୍ତ୍ତମାନ ସମୟରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ନୂତନ ଯୋଜନାମ୍ଭରେ ପ୍ରାଥମିକ ସ୍ତରରେ ବିଭିନ୍ନ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି ।
ମିଥୁନ
ମିଥୁନ
ପୂର୍ବାଫାଲ୍‌ଗୁନୀ ନକ୍ଷତ୍ରରେ ବକ୍ରୀଶନି ଆପଣଙ୍କ ଯାତ୍ରା,ବିବାଦୀୟ ସ୍ଥିତି, ରପତ୍ାନି ବାଣିଜ୍ୟ ଓ ପ୍ରତିଯୋଗିତା ଆଦି କ୍ଷେତ୍ରରେ ବିପରୀତ ଫଳ ପ୍ରଦାନ କରିବେ। ଅବଶ୍ୟ କର୍ମକ୍ଷେତ୍ରରେ ସହମତି ଭିତ୍ତିରେ ଆଲୋଚନା କଲେ କାର୍ଯ୍ୟ ହାସଲ ହେବାର ସମ୍ଭାବନା ରହିଛି। ଘରୋଇ ସମସ୍ୟାରେ ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହୋଇପାରନ୍ତି ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ର ଜାତ ବ୍ୟକ୍ତି ସ୍ବାସ୍ଥ୍ୟହାନି ଓ ଶତ୍ରୁପୀଡା କାରଣରୁ ଅଶାନ୍ତ ରହିବେ । କିନ୍ତୁ ପୁନର୍ବସୁ ସହକର୍ମୀଙ୍କ ସହଯୋଗରେ କୈାଣସି ବଡ଼ କାମଟିଏ କରି ପାରିଥିବାରୁ ଆମତ୍ତୃପ୍ତି ଲାଭ କରିବା ସଙ୍ଗେ ସଙ୍ଗେ ପରିବାର ତରଫରୁ ମଧ୍ୟ ପ୍ରଶଂସିତ ହେବେ । ଦୂରଯାତ୍ରା କାଳରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।
ସି˚ହ
ସି˚ହ
ଆଜି ରାଜଯୋଗ ପ୍ରଭାବରୁ ଯାହା କରନ୍ତୁ ନା କାହିଁକି ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ସ୍ବାଦ ମନକୁ ଖୁସୀ କରାଇବ । କିନ୍ତୁ ମଘାର ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନର ଆଶା ରହିଛି ।
କନ୍ୟା
ଶୁକ୍ର କର୍ମାଧିପତିଙ୍କ ନକ୍ଷତ୍ରସ୍ଥ ଯୋଗୁ ଆଜି ଯେଉଁ କାମଟିକୁ ଆରମ୍ଭ କରିବେ ତାହା ଅତି ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ ା କର୍ମକ୍ଷେତ୍ର ଏପରିକି ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । କିନ୍ତୁ ଘରେ ଅସାବଧାନତା ଯୋଗୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ ।
ତୁଳା
ତୁଳା
ଷଷ୍ଠାଧିପ ଧନ ଭାବସ୍ଥ ହେତୁ ଋଣ ଦ୍ୱାରା ଅର୍ଥଲାଭ କରିପାରନ୍ତି। କିନ୍ତୁ କର୍ମକ୍ଷେତ୍ରରେ ସଂଘର୍ଷମୟ ସ୍ଥିତିରେ ଗତି କରିବାକୁ ପଡିପାରେ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ । କୌଣସି ମହିଳାଙ୍କ ଅନୁକମ୍ପାମୂଳକ ସାହାଯ୍ୟ ଦ୍ୱାରା ଉପକୃତ ହୋଇପାରନ୍ତି।
ବିଛା
ବିଛା
ଦେବଗୁରୁ ଗ୍ରହଜଗତର ରାଜକୁମାର ବୁଧଙ୍କ ନକ୍ଷତ୍ରସ୍ଥ ହେତୁ ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। କିନ୍ତୁ ଈର୍ଷାପରାୟଣ ବନ୍ଧୁମାନେ ସେହି ଅନୁପାତରେ ଅଫିସ୍‌ କାମରେ, ପ୍ରଶାସନିକ ସ୍ତରରେ, ସଭାସମିତିରେ ତଥା ବାଣିଜ୍ୟ,ବ୍ୟବସାୟରେ ପରୋକ୍ଷ ଶତ୍ରୁତା କରିପାରନ୍ତି।
ଧନୁ
ଧନୁ
ରାହୁ ଚତୁର୍ଥାଧିପତିଙ୍କ ନକ୍ଷତ୍ରରେ ପାରିବାରିକ ଅଶାନ୍ତି ସାଙ୍ଗକୁ ଲୋକସମ୍ପର୍କ ହାନି କରାଇପାରେ। କିନ୍ତୁ ଉତ୍ତରାଷାଢା ନକ୍ଷତ୍ର ଯେଉଁ କାମ ହାତକୁ ନେଇଛନ୍ତି ତାହା ବଢାଇ ନିଅନ୍ତୁ, କିଛି ଅସୁବିଧା ହେବନି। ଅବଶ୍ୟ ସକାଳୁ ସକାଳୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବାର ସୂଚନା ରହିଛି। ଅଫିସ୍‌ କାମରେ ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି।
ମକର
ମକର
ଧନିଷ୍ଠା ନକ୍ଷତ୍ର ବିଭିନ୍ନ କୌଶଳ ଅବଲମ୍ବନ କରି ଅର୍ଥନୀତିକୁ ଦୃଢୀଭୂତ କରିପାରନ୍ତି। ବହୁତ ଦିନ ହେଲା ଲାଗି ରହିଥିବା ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ଆଜି ହାଲୁକା ଅନୁଭବ କରିବେ। ଶତ୍ରୁତା କାରଣରୁ ବିଭିନ୍ନ ପ୍ରକାରର ପ୍ରତିବନ୍ଧକର ସମ୍ମୁଖୀନ ହୋଇ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ।
କୁମ୍ଭ
କୁମ୍ଭ
ଆଜିର ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ପ୍ରତିଟି କ୍ଷେତ୍ରରେ ଭଲ ସମ୍ପର୍କ ରହିଥିବା ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଶିଳ୍ପ, ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ।
ମୀନମୀନ
ରେବତୀ ନକ୍ଷତ୍ର ସମସ୍ୟା ମଧ୍ୟରେ ଚଳିବା କାରଣକୁ ନେଇ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟକଲେ ଉପକୃତ ହେବେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି। ନିଜ ଲୋକମାନେ ଅସୁବିଧାରେ ପକାଇବା ସକାଶେ ଚେଷ୍ଟା କରି ପାରନ୍ତି। ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ହାତ ପାହାନ୍ତାରେ ସୁଯୋଗ ପାଇପାରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri