Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୯ ତାରିଖ – Daily Horoscope

ମେଷ
ଆଜି ଚତୁର୍ଥଭାବରୁ ଚନ୍ଦ୍ର ଷଷ୍ଠଭାବସ୍ଥ ଯୋଗୁ ଆପଣ ନିକଟ ସମ୍ପର୍କୀୟମାନଙ୍କ ଦ୍ୱାରା ଉପକୃତ ହେବେ। କିନ୍ତୁ ଲୋକସମ୍ପର୍କ କ୍ଷୁଣ୍ଣହେବା ସହ ପାରିବାରିକ ମତପାର୍ଥକ୍ୟ ତୀବ୍ରତର ହୋଇପାରେ। ଶୁକ୍ରଙ୍କ ପ୍ରଭାବରୁ ଯାନବାହନ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ଲାଭରୁ ଖୁସୀ ହୋଇପାରନ୍ତି। ସହକର୍ମୀଙ୍କ ସହ କଳହର ଆଶଙ୍କା ମଧ୍ୟ ରହିଛି।
ବୃଷ
ବୃଷ
କର୍ମସ୍ଥାନ ପ୍ରତି ଏକାଧିକ ଗ୍ରହଙ୍କ ଦୃଷ୍ଟି ବହୁବିଧ କର୍ମରେ ଅନୁପ୍ରବେଶରୁ ବ୍ୟସ୍ତତା ବୃଦ୍ଧି ପାଇବ। ଅନ୍ୟମନସ୍କ କିମ୍ବା ଅସାବଧାନତା ବଶତଃ କୌଣସି ମୂଲ୍ୟବାନ ଦ୍ରବ୍ୟନଷ୍ଟ ହେବାର ସୂଚନା ରହିଛି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି। କନ୍ୟା ସନ୍ତାନଙ୍କ ବୈବାହିକ ସମ୍ପର୍କ ପାଇଁ ପ୍ରସ୍ତାବ ଆସିପାରେ।
ମିଥୁନ
ମିଥୁନ
କର୍ମଭାବ ଶୁଭଦୃଷ୍ଟ ଯୋଗୁ କାର୍ଯ୍ୟ ହାସଲରେ ପ୍ରତିବନ୍ଧକ ରହିବନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ସାମାଜିକ ସ୍ତରରେ କୈାଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ସନ୍ଦେହ କିମ୍ବା ଭୁଲ୍‌ ବୁଝାମଣା ଜନିତ ପାରିବାରିକ ସମସ୍ୟା ଦେଖାଦେଇପାରେ।
କର୍କଟ
କର୍କଟ
ଏକାଧିକଗ୍ରହ ଦ୍ୱିତୀୟଭାବରେ ଆପଣଙ୍କ କଥାବାର୍ତାକୁ ପ୍ରଭାବିତ କରିପାରନ୍ତି। ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବାର ଆଶା ରହିଛି। ଚେଷ୍ଟାସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କ ଠାରୁ ଆପଣଙ୍କୁ ସାହାଯ୍ୟ ମିଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ଗ୍ରହମାନଙ୍କ ସୁପ୍ରଭାବରେ ଆପଣ ଯେତେ ବଡ ଦୁଷ୍କର କାମହେଲେ ମଧ୍ୟ କରିବାରେ ସଫଳ ହେବେ। ବିବାଦ, ପ୍ରତିଦ୍ୱନ୍ଦ୍ୱିତା,ମାଲିମକଦ୍ଦମା ଆପଣଙ୍କ ସପକ୍ଷରେ ଯାଇପାରେ। ପୂର୍ବରୁ ଅଟକି ରହିଥିବା ଅର୍ଥଲାଭରୁ ମନ ଖୁସୀ ହୋଇଯିବ। ଆଜିର ଯାତ୍ରା, ସଭାସମିତି, ବନ୍ଧୁମିଳନ ଓ ଅର୍ଥସମ୍ପର୍କ ପ୍ରାୟତଃ ମନ୍ଦ ହେବନି।
କନ୍ୟା
ପରିବର୍ତ୍ତିତ ସମୟ ଆପଣଙ୍କ ପାଇଁ ଦୁଃଶ୍ଚିନ୍ତା ସୃଷ୍ଟିକରିବାର ଆଶଙ୍କା ରହିଛି। ଦ୍ୱନ୍ଦ୍ୱଯୁକ୍ତ ହୋଇ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରି ପାରିବେ ନାହିଁ। ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ବହୁ ବିଳମ୍ବରେ ଓ କଷ୍ଟର ସହ ପାଇବେ। କେହି ଜଣେ ବନ୍ଧୁଙ୍କ ଠାରୁ ଅର୍ଥ ପ୍ରାପ୍ତି ହେବେ।
ତୁଳା
ତୁଳା
 କିଛି ଭଲ ଓ ମନ୍ଦର ମିଶ୍ରିତ ଫଳକୁ ନେଇ ଆଜି ଦିନଟି ଅତିବାହିତ ହେବ। ସମସ୍ୟାର ସରଳ ସମାଧନ କରିବା ପାଇଁ ଉଦ୍ୟମ କରି ସଫଳତା ପାଇବେ। ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ କୌଣସି କାମ ଶେଷ ମୁହୂର୍ତରେ ବିଗିଡି ଯିବାର ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟରେ ଆଜି ବିଶେଷ ଲାଭ ନ ହେଲେ ମଧ୍ୟ କ୍ଷତି ହେବ ନାହିଁ।

ବିଛା
ବିଛା
ଆପଣ ଯେତିକି ଯାହା ଆଶା ବାନ୍ଧି ବସିଥିଲେ ଆକସ୍ମିକ ଭାବରେ ତାହା ବଦଳି ଯାଇପାରେ। ତଥାପି ଅନୁରାଧା ନକ୍ଷତ୍ର କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରି ଖୁସୀ ହେବେ। ଶିଳ୍ପ, ପରିବହନ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିପାରନ୍ତି।
ଧନୁ
ଧନୁ
ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଅଶାନ୍ତି ଉପୁଜିବାର ଆଶଙ୍କା ରହିଛି। ନିଜ ପରିସରରେ ଅସ୍ବାଭାବିକ ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହେବ। ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀନ୍‌ମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ନିତ କରିବ। ବିଳାସ ବ୍ୟସନ ମଧ୍ୟରେ ଦିନଟି କଟାଇପାରନ୍ତି।
ମକର
ମକର
ଶନିଙ୍କ ଦୃଷ୍ଟିରେ ଆକସ୍ମିକ ଅର୍ଥ, ସମ୍ମାନ, ଲୋକ ସମର୍ଥନ, କଚେରି ମମଲାରେ ଜୟଲାଭ କରିପାରନ୍ତି। ଆପଣଙ୍କର ବ୍ୟବହାର ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ପ୍ରତିଦ୍ୱନ୍ଦ୍ୱିତା, ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। ଆକସ୍ମିକ କୌଣସି ସମସ୍ୟା ହେତୁ ନିର୍ମାଣାଧୀନ କାମଟି ଆଜି କରିପାରିବେ ନାହିଁ ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ନିୟନ୍ତ୍ରଣ ଭିତରେ ରହିବ। ବନ୍ଧୁଙ୍କୁ ଆପଣେଇ ନେବାରେ ସମର୍ଥ ହେବେ ଓ କାମ ହାସଲ କରିବେ। ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବାରେ ନିଜର ତ୍ୟାଗ ଓ କୈାଶଳ କାମକୁ ଆସିବ। କୈାଣସି ଅତୀତ ଘଟଣା ବିଷୟରେ ଭାବପ୍ରବଣତା ଯୋଗୁ ସାୟାହ୍ନେ ନୈରାଶ୍ୟ ଅନୁଭବ କରିପାରନ୍ତି।
ମୀନମୀନ
ଏକାଧିକଗ୍ରହ ଦ୍ୱାଦଶ ସ୍ଥାନକୁ ଦେଖୁଥିବାରୁ ଆକସ୍ମିକ ସ୍ଥାନାନ୍ତର ସଙ୍ଗକୁ ବ୍ୟୟବୃଦ୍ଧି ଘଟିବ। ପାରିବାରିକ କ୍ଷେତ୍ରରେ ଅନ୍ୟମାନେ ଦୋଷ ଖୋଜି ବୁଲିବେ ଓ ସମସ୍ୟା ସମାଧାନ ବଦଳରେ ବଢେଇଦେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଶୁଭଫଳ ପାଇବେ। ସଭାସମିତି, କଳା, ସାହିତ୍ୟରେ କିଛିଟା ଶୁଭସୂଚନା ଦେଖିପାରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri