Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୯ ତାରିଖ – Daily Horoscope

ମେଷ
ଆଜି ଚତୁର୍ଥଭାବରୁ ଚନ୍ଦ୍ର ଷଷ୍ଠଭାବସ୍ଥ ଯୋଗୁ ଆପଣ ନିକଟ ସମ୍ପର୍କୀୟମାନଙ୍କ ଦ୍ୱାରା ଉପକୃତ ହେବେ। କିନ୍ତୁ ଲୋକସମ୍ପର୍କ କ୍ଷୁଣ୍ଣହେବା ସହ ପାରିବାରିକ ମତପାର୍ଥକ୍ୟ ତୀବ୍ରତର ହୋଇପାରେ। ଶୁକ୍ରଙ୍କ ପ୍ରଭାବରୁ ଯାନବାହନ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ଲାଭରୁ ଖୁସୀ ହୋଇପାରନ୍ତି। ସହକର୍ମୀଙ୍କ ସହ କଳହର ଆଶଙ୍କା ମଧ୍ୟ ରହିଛି।
ବୃଷ
ବୃଷ
କର୍ମସ୍ଥାନ ପ୍ରତି ଏକାଧିକ ଗ୍ରହଙ୍କ ଦୃଷ୍ଟି ବହୁବିଧ କର୍ମରେ ଅନୁପ୍ରବେଶରୁ ବ୍ୟସ୍ତତା ବୃଦ୍ଧି ପାଇବ। ଅନ୍ୟମନସ୍କ କିମ୍ବା ଅସାବଧାନତା ବଶତଃ କୌଣସି ମୂଲ୍ୟବାନ ଦ୍ରବ୍ୟନଷ୍ଟ ହେବାର ସୂଚନା ରହିଛି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି। କନ୍ୟା ସନ୍ତାନଙ୍କ ବୈବାହିକ ସମ୍ପର୍କ ପାଇଁ ପ୍ରସ୍ତାବ ଆସିପାରେ।
ମିଥୁନ
ମିଥୁନ
କର୍ମଭାବ ଶୁଭଦୃଷ୍ଟ ଯୋଗୁ କାର୍ଯ୍ୟ ହାସଲରେ ପ୍ରତିବନ୍ଧକ ରହିବନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ସାମାଜିକ ସ୍ତରରେ କୈାଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ସନ୍ଦେହ କିମ୍ବା ଭୁଲ୍‌ ବୁଝାମଣା ଜନିତ ପାରିବାରିକ ସମସ୍ୟା ଦେଖାଦେଇପାରେ।
କର୍କଟ
କର୍କଟ
ଏକାଧିକଗ୍ରହ ଦ୍ୱିତୀୟଭାବରେ ଆପଣଙ୍କ କଥାବାର୍ତାକୁ ପ୍ରଭାବିତ କରିପାରନ୍ତି। ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବାର ଆଶା ରହିଛି। ଚେଷ୍ଟାସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କ ଠାରୁ ଆପଣଙ୍କୁ ସାହାଯ୍ୟ ମିଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ଗ୍ରହମାନଙ୍କ ସୁପ୍ରଭାବରେ ଆପଣ ଯେତେ ବଡ ଦୁଷ୍କର କାମହେଲେ ମଧ୍ୟ କରିବାରେ ସଫଳ ହେବେ। ବିବାଦ, ପ୍ରତିଦ୍ୱନ୍ଦ୍ୱିତା,ମାଲିମକଦ୍ଦମା ଆପଣଙ୍କ ସପକ୍ଷରେ ଯାଇପାରେ। ପୂର୍ବରୁ ଅଟକି ରହିଥିବା ଅର୍ଥଲାଭରୁ ମନ ଖୁସୀ ହୋଇଯିବ। ଆଜିର ଯାତ୍ରା, ସଭାସମିତି, ବନ୍ଧୁମିଳନ ଓ ଅର୍ଥସମ୍ପର୍କ ପ୍ରାୟତଃ ମନ୍ଦ ହେବନି।
କନ୍ୟା
ପରିବର୍ତ୍ତିତ ସମୟ ଆପଣଙ୍କ ପାଇଁ ଦୁଃଶ୍ଚିନ୍ତା ସୃଷ୍ଟିକରିବାର ଆଶଙ୍କା ରହିଛି। ଦ୍ୱନ୍ଦ୍ୱଯୁକ୍ତ ହୋଇ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରି ପାରିବେ ନାହିଁ। ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ବହୁ ବିଳମ୍ବରେ ଓ କଷ୍ଟର ସହ ପାଇବେ। କେହି ଜଣେ ବନ୍ଧୁଙ୍କ ଠାରୁ ଅର୍ଥ ପ୍ରାପ୍ତି ହେବେ।
ତୁଳା
ତୁଳା
 କିଛି ଭଲ ଓ ମନ୍ଦର ମିଶ୍ରିତ ଫଳକୁ ନେଇ ଆଜି ଦିନଟି ଅତିବାହିତ ହେବ। ସମସ୍ୟାର ସରଳ ସମାଧନ କରିବା ପାଇଁ ଉଦ୍ୟମ କରି ସଫଳତା ପାଇବେ। ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ କୌଣସି କାମ ଶେଷ ମୁହୂର୍ତରେ ବିଗିଡି ଯିବାର ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟରେ ଆଜି ବିଶେଷ ଲାଭ ନ ହେଲେ ମଧ୍ୟ କ୍ଷତି ହେବ ନାହିଁ।

ବିଛା
ବିଛା
ଆପଣ ଯେତିକି ଯାହା ଆଶା ବାନ୍ଧି ବସିଥିଲେ ଆକସ୍ମିକ ଭାବରେ ତାହା ବଦଳି ଯାଇପାରେ। ତଥାପି ଅନୁରାଧା ନକ୍ଷତ୍ର କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରି ଖୁସୀ ହେବେ। ଶିଳ୍ପ, ପରିବହନ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିପାରନ୍ତି।
ଧନୁ
ଧନୁ
ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଅଶାନ୍ତି ଉପୁଜିବାର ଆଶଙ୍କା ରହିଛି। ନିଜ ପରିସରରେ ଅସ୍ବାଭାବିକ ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହେବ। ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀନ୍‌ମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ନିତ କରିବ। ବିଳାସ ବ୍ୟସନ ମଧ୍ୟରେ ଦିନଟି କଟାଇପାରନ୍ତି।
ମକର
ମକର
ଶନିଙ୍କ ଦୃଷ୍ଟିରେ ଆକସ୍ମିକ ଅର୍ଥ, ସମ୍ମାନ, ଲୋକ ସମର୍ଥନ, କଚେରି ମମଲାରେ ଜୟଲାଭ କରିପାରନ୍ତି। ଆପଣଙ୍କର ବ୍ୟବହାର ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ପ୍ରତିଦ୍ୱନ୍ଦ୍ୱିତା, ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। ଆକସ୍ମିକ କୌଣସି ସମସ୍ୟା ହେତୁ ନିର୍ମାଣାଧୀନ କାମଟି ଆଜି କରିପାରିବେ ନାହିଁ ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ନିୟନ୍ତ୍ରଣ ଭିତରେ ରହିବ। ବନ୍ଧୁଙ୍କୁ ଆପଣେଇ ନେବାରେ ସମର୍ଥ ହେବେ ଓ କାମ ହାସଲ କରିବେ। ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବାରେ ନିଜର ତ୍ୟାଗ ଓ କୈାଶଳ କାମକୁ ଆସିବ। କୈାଣସି ଅତୀତ ଘଟଣା ବିଷୟରେ ଭାବପ୍ରବଣତା ଯୋଗୁ ସାୟାହ୍ନେ ନୈରାଶ୍ୟ ଅନୁଭବ କରିପାରନ୍ତି।
ମୀନମୀନ
ଏକାଧିକଗ୍ରହ ଦ୍ୱାଦଶ ସ୍ଥାନକୁ ଦେଖୁଥିବାରୁ ଆକସ୍ମିକ ସ୍ଥାନାନ୍ତର ସଙ୍ଗକୁ ବ୍ୟୟବୃଦ୍ଧି ଘଟିବ। ପାରିବାରିକ କ୍ଷେତ୍ରରେ ଅନ୍ୟମାନେ ଦୋଷ ଖୋଜି ବୁଲିବେ ଓ ସମସ୍ୟା ସମାଧାନ ବଦଳରେ ବଢେଇଦେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଶୁଭଫଳ ପାଇବେ। ସଭାସମିତି, କଳା, ସାହିତ୍ୟରେ କିଛିଟା ଶୁଭସୂଚନା ଦେଖିପାରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ରାଶିରେ ଚନ୍ଦ୍ର ଥିବାରୁ ପ୍ରାଥମିକ ଅବସ୍ଥାରେ ସମସ୍ୟା ଓ ପ୍ରତିବନ୍ଧକ ଦେଖା ଦେଲେ ମଧ୍ୟ ପରେ ସବୁ ଠିକ୍‌ ହୋଇଯିବ। ଭୁଲ୍‌ ବୁଝାମଣା ଯୋଗୁ...

ରାଶିଫଳ: ବୁଧବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଗୁରୁଚାନ୍ଦ୍ରୀ ଯୋଗ ହେତୁ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଅପୂରଣୀୟ ଅଭିଳାଷ ସାଙ୍ଗକୁ ମାନସିକ ଅବସାଦ ଜନିତ ଡିପ୍ରେସନ ଲାଗି ରହିବ। ନୀଚଜାତିର କୌଣସି ବ୍ୟକ୍ତିଙ୍କ ସହ କଳହ ସମ୍ଭାବନା ରହିଛି। ଦୂରଦର୍ଶିତା ବିହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri