Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ
ଆଜି ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ସକାଶେ ଚିନ୍ତିତ ରହିପାରନ୍ତି ା ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନ ଓ ସକାଳୁଆ ଯାତ୍ରା ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ ଓ ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ଲାଗି ରହିପାରେ। ଉପରିସ୍ଥଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ।
ବୃଷ
ବୃଷ
ସ୍ବାସ୍ଥ୍ୟ ବିଶେଷ ଭଲ ନ ଥିଲେ ମଧ୍ୟ ଗୁରୁତର ସମସ୍ୟା ରହିବ ନାହିଁ। ଆର୍ଥିକ ଅଭାବ ଓ ଅନଟନକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିବେ। ପାରିବାରିକ ସମସ୍ୟା ସାମୟିକ ଲାଗିରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ବନ୍ଧୁ ମିଳନ, କଳା, ସାହିତ୍ୟ, ସଭା ସମିତିରେ ସମ୍ମାନିତ ହେବେ।
ମିଥୁନ
ମିଥୁନ
ପୂର୍ବପରିକଳ୍ପିତ ନୂତନ ଯୋଜନା, ସ୍ଥଗିତ କାମ ଓ ପାରିବାରିକ ସମସ୍ୟାକୁ ସୁଧାରି ନେବେ। ସହନଶୀଳତା ଓ ଉଦାରତା ଗୁଣରୁ ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର ନ କଲେ ପରେ ଅନୁତାପ କରିବେ। ବାଣିଜ୍ୟ, ଆଲୋଚନା, ସଭା ସମିତିରେ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ।
କର୍କଟ
କର୍କଟ
ଅନୁକୂଳ ଗ୍ରହସ୍ଥିତି ଆପଣଙ୍କ ପାରିବାରିକ ଜୀବନ ଓ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ସଭାସମିତିରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟଲାଭର ସୌଭାଗ୍ୟ ପାଇ ଖୁସି ହେବେ। ବିଗତ ଦିନଗୁଡ଼ିକରୁ ରହିଯାଇଥିବା କାମ ସହଜ ଓ ସୁବିଧାରେ ହୋଇପାରିବ। ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବାର ଆଶା ରହିଛି।
ସି˚ହ
ସି˚ହ
ଅପ୍ରିୟ ସତ୍ୟ କହିବାରୁ କିଛିଟା ସମସ୍ୟା ଓ ବିରୋଧର ସମ୍ମୁଖୀନ ହେବେ। ବ୍ୟବସାୟ, ପରିବହନ, ଜମିଜମା, କଳକାରଖାନାରୁ ଲାଭବାନ୍‍ ହେବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରଶଂସିତ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ସହ ହଠାତ୍‍ ମନୋମାଳିନ୍ୟ ଘଟିପାରେ ା
କନ୍ୟା
ବାରମ୍ବାର ପ୍ରତିବନ୍ଧକ ଲାଗିରହୁଥିବାରୁ କାମ ବିଳମ୍ବରେ ସମ୍ପନ୍ନ ହେବ। ବନ୍ଧୁ ସହଯୋଗର ପ୍ରତିଶ୍ରୁତି ଦେଇପାରନ୍ତି କିନ୍ତୁ ତାହା କାମକୁ ଆସି ନ ପାରେ। ସହୃଦୟତା କାରଣରୁ ନିଜର ଆତ୍ମୀୟସ୍ବଜନଙ୍କ ସମସ୍ୟା ପାଇଁ ଚିନ୍ତା ବଢିପାରେ। ଆଇନ ଅଦାଲତ, ସଭାସମିତି, ସାହିତ୍ୟ, ମନୋରଞ୍ଜନାଦି କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି।
ତୁଳା
ତୁଳା
ଆଜିର ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ,ଯୋଗାଯୋଗ, ଜମିଜମା କାରବାର ପାଇଁ ଶୁଭପ୍ରଦ ହେବ। ସୁସମ୍ପର୍କ ଅଭାବରୁ ନିଜ ଲୋକଙ୍କ ଉପରେ ଭରସା କରିପାରିବେ ନାହିଁ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ। ପରୋକ୍ଷ ଶତ୍ରୁତା ହେତୁ ସାମୟିକ ସମସ୍ୟା ସୃଷ୍ଟି ହେବାର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ।
ବିଛା
ବିଛା
ଆଜି ଯାହା ପାଇବା ପାଇଁ ଭାବୁଛନ୍ତି ତାହା ପାଇବେ କିନ୍ତୁ ସମୟକୁ ଅପେକ୍ଷା କରିବାକୁ ପଡ଼ିପାରେ। ପରୋକ୍ଷ ଶତ୍ରୁତାଜନିତ କୌଣସି ଗୁଜବ ଅଶାନ୍ତିର କାରଣ ହେବ। ଆବଶ୍ୟକତା ପୂରଣ କରିବା ସକାଶେ ବିଶେଷ ଚିନ୍ତା କରିବାକୁ ପଡ଼ିବାର ଆଶଙ୍କା ରହିଛି। ପାରିବାରିକ ବନ୍ଧୁ ମିଳନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାଜନିତ ଆନନ୍ଦିତ ହୋଇପାରନ୍ତି।
ଧନୁ
ଧନୁ
କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଅଧିକାଂଶ ସମୟ ଭଲ ଲାଗିବ ନାହିଁ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବା କାରଣରୁ ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ। ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି।
ମକର
ମକର
ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରି ପ୍ରତ୍ୟେକ କାମକୁ ଦୃଢ଼ ପଦକ୍ଷେପ ନେଇ ହାସଲ କରିପାରିବେ। ଭୁଲ୍‍ ବୁଝାମଣାରୁ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ପରୋକ୍ଷ ଶତ୍ରୁତାରୁ କାମ ହାସଲରେ ପ୍ରତିବନ୍ଧକ ଦେଖାଦେବ। ପୁତ୍ରକନ୍ୟାଙ୍କୁ କେନ୍ଦ୍ରକରି ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ପାରନ୍ତି।
କୁମ୍ଭ
କୁମ୍ଭ
ବିଶିଷ୍ଟବ୍ୟକ୍ତିଙ୍କ ପରାମର୍ଶ ଆପଣଙ୍କୁ ନୂତନ ଭାବରେ କାମ କରିବାକୁ ଅନୁପ୍ରେରିତ କରିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‍ ଦୂର ଯାତ୍ରା କରିବାକୁ ପଡ଼ିପାରେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‍ ହୋଇପାରନ୍ତି। ଆଇନ, ଅଦାଲତ ଓ ସାଂଗଠନିକ କାମରେ ସଫଳତା ହେତୁ ମାନସିକ ସ୍ଥିତି ଠିକ୍‍ ରହିବ।
ମୀନମୀନ

ବନ୍ଧୁମାନଙ୍କ ସାହାଯ୍ୟରେ ପରିବାରରେ ସମସ୍ୟା ସମାଧାନ ହେବା ସାଙ୍ଗକୁ ଟେନସନ୍‍ କମିଯିବ। କର୍ମକ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ସାମାଜିକ ସ୍ତରରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ ା

Get accurate and insightful horoscopes every day — only with Dharitri — Odisha’s No.1 Trusted Odia Newspaper

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ…

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ…

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ…

ରାଶିଫଳ: ବୁଧବାର, ଜୁନ୍ ୩ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ…

ରାଶିଫଳ: ମଙ୍ଗଳବାର, ଜୁନ୍ ୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।…

ରାଶିଫଳ: ସୋମବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ରଙ୍କ ମଙ୍ଗଳଦୃଷ୍ଟ ଯୋଗୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଚିନ୍ତାଜନକ ରହିବ। ଦ୍ୱିଜା ନକ୍ଷତ୍ର ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ,…

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି…

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri