Posted inଜାତୀୟ

ରାଷ୍ଟ୍ରଦୂତ ପଦରୁ ହଟିଲେ ରେଣୁ ପଲ୍‌

ନୂଆଦିଲ୍ଲୀ,୩୦।୧୨(ଆଇଏଏନ୍‌ଏସ୍‌): ଅଷ୍ଟ୍ରିଆରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ରେଣୁ ପଲ୍‌ଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି। ସେ ସେଠାରେ ମାସକୁ ୧୫ ଲକ୍ଷ ଟଙ୍କାର ଏକ ଆପାର୍ଟମେଣ୍ଟ ନିଜ ପାଇଁ ଭଡ଼ାରେ ନେଇଥିଲେ। ରେଣୁଙ୍କ ବିରୋଧରେ ଆର୍ଥିକ ଅନିୟମିତତା ଓ ସରକାରୀ ଅର୍ଥର ଦୁରୁପଯୋଗ ଅଭିଯୋଗ ଆସିବା ପରେ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜଣାପଡ଼ିଛି।
୧୯୮୮ ବ୍ୟାଚ୍‌ ଭାରତୀୟ ବୈଦେଶିକ ସେବା (ଆଇଏଫ୍‌ଏସ୍‌) ଅଧିକାରୀ ରେଣୁଙ୍କ ଅଷ୍ଟ୍ରିଆରେ କାର୍ଯ୍ୟକାଳ ଆସନ୍ତା ମାସରେ ଶେଷ ହେବାକୁ ଥିଲା। ହେଲେ ଏହା ପୂର୍ବରୁ ତାଙ୍କୁ ରାଷ୍ଟ୍ରଦୂତ ପଦରୁ ବିଦା କରାଯାଇଛି। କେନ୍ଦ୍ରୀୟ ଭିଜିଲାନ୍ସ କମିଶନ (ସିଭିସି) ରେଣୁଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ କରିବା ପାଇଁ ବହିର୍ବ୍ୟାପାର ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେଇଥିଲେ। ଦତନ୍ତରୁ ଜଣାପଡ଼ିଛି ଯେ, ସେ ମନ୍ତ୍ରଣାଳୟର ବିନା ଅନୁମତିରେ ସରକାରୀ ବାସଭବନରୁ କୋଟି କୋଟି ଟଙ୍କା ଆୟ କରିଛନ୍ତି। ଏହି କୂଟନୀତିଜ୍ଞ ଜାଲିଆତି କରି ସରକାରଙ୍କଠାରୁ ଭିଏଟି ରିଫଣ୍ଡସ ନେଇଥିଲେ। ସିଭିସି ଅଧିକାରୀଙ୍କ ନେତୃତ୍ୱରେ ମନ୍ତ୍ରଣାଳୟର ଏକ ତଦନ୍ତକାରୀ ଟିମ୍‌ ଗତ ସେପ୍ଟେମ୍ବରରେ ସବୁ ବିଷୟର ଯାଞ୍ଚ ପାଇଁ ଭିଏନା ଗସ୍ତ କରିଥିଲା। ରେଣୁଙ୍କ ବିରୋଧରେ ଆସିଥିବା ଅଭିଯୋଗ ସତ ବୋଲି ତଦନ୍ତ ରିପୋର୍ଟରେ ଟିମ୍‌ ଉଲ୍ଲେଖ କରିଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ରେଣୁଙ୍କୁ ଗତ ୯ ତାରିଖରେ ମୁଖ୍ୟାଳୟକୁ ବଦଳି କରିଛି। ଏହାସହ ସେ ଜଣେ ରାଷ୍ଟ୍ରଦୂତ ଭାବେ କୌଣସି ପ୍ରକାର ପ୍ରଶାସନିକ କିମ୍ବା ଆର୍ଥିକ କ୍ଷମତା ପ୍ରୟୋଗ କରିପାରିବେ ନାହିଁ ବୋଲି କଟକଣା ଜାରି କରିଛି। ରେଣୁ ରବିବାର ସନ୍ଧ୍ୟାରେ ଭିଏନାରୁ ଭାରତକୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ବଡ଼ ପରୀକ୍ଷା: ୫ମ ସ୍ଥାନରେ ଏନ୍‌ଇଇଟି ୟୁଜି

ନୂଆଦିଲ୍ଲୀ,୬।୧୦: ଭାରତର ସବୁଠାରୁ ବଡ଼ ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି ୟୁଜି ବିଶ୍ୱର ସବୁଠାରୁ ବଡ଼ ପରୀକ୍ଷାଗୁଡ଼ିକ ମଧ୍ୟରେ ସ୍ଥାନ ପାଇଛି। ଏସବିଆଇ ରିସର୍ଚ୍ଚର ଏକ ରିପୋର୍ଟ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?