Posted inଜାତୀୟ

ରାଷ୍ଟ୍ରପତି ରେସ୍‌ରେ ଶରଦଙ୍କ ନାଁ

ନୂଆଦିଲ୍ଲୀ,୬।୧: ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୨୦୨୨ରେ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳ ନିଜ ନିଜର ଆଶାୟୀ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇବାକୁ ଏବେଠାରୁ ଯୋଜନା କରୁଛନ୍ତି। ତେବେ ଏହି ରେସ୍‌ରେ ନେଶନାଲିଷ୍ଟ କଂଗ୍ରେସ ପାର୍ଟି (ଏନ୍‌ସିପି) ଅଧ୍ୟକ୍ଷ ଶରଦ ପାଓ୍ବାରଙ୍କ ନାଁ ମଧ୍ୟ ରହିଛି। ଏହାକୁ ଏନ୍‌ସିପି ଏମ୍‌ପି ମାଜିଦ ମେମନ ମଧ୍ୟ ସମର୍ଥନ କରିଛନ୍ତି। ପାଓ୍ବାରଙ୍କୁ ରାଷ୍ଟ୍ରପତି କରିବା ପାଇଁ ସମର୍ଥନ ଯୋଗାଡ କରିବା ଲାଗି ଉଦ୍ୟମ କରାଯାଉଛି ବୋଲି ମାଜିଦ କହିଛନ୍ତି। ଅପରପକ୍ଷେ ମହାରାଷ୍ଟ୍ରରେ ଏନ୍‌ସିପି, କଂଗ୍ରେସ ଓ ଶିବସେନା ମେଣ୍ଟକୁ ନେଇ ସରକାର ଗଢ଼ିବା ପାଇଁ ପାଓ୍ବାର ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ଏବେ ଦଳ ତାଙ୍କୁ ବଡ଼ ଦାୟିତ୍ୱ ଦେବା ପାଇଁ ବିଚାର କରୁଛି। ଆଉ ଏଥିପାଇଁ ପ୍ରଥମେ ତାଙ୍କ ନାମକୁ ଶିବସେନା ସୁପାରିଶ କରିଥିବା ଜଣାପଡ଼ିଛି। ସୋମବାର ଶିବସେନା ନେତା ସଞ୍ଜୟ ରାଉତ କହିଛନ୍ତି, ୨୦୨୨ ରାଷ୍ଟ୍ରପତି ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳଙ୍କୁ ଏକତ୍ରିତ ହୋଇ ପାଓ୍ବାରଙ୍କ ଉପରେ ବିଚାର କରିବା ଉଚିତ। ପାଓ୍ବାର ଦେଶର ସବୁଠାରୁ ବରିଷ୍ଠ ନେତା, ତାଙ୍କର ପ୍ରଶାସନିକ ଅନୁଭବ ଓ ରାଜନୀତି କ୍ଷେତ୍ରରେ ତୀକ୍ଷ୍ଣ ବୁଦ୍ଧି ପାଇଁ ପାଓ୍ବାରଙ୍କୁ ସାମ୍ବିଧାନିକ ମୁଖ୍ୟ ହେବା ଉଚିତ ବୋଲି ସଞ୍ଜୟ କହିଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି, ୨୦୨୨ରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବା ବେଳେ ପ୍ରାର୍ଥୀ ଚୟନ କରିବା ଲାଗି ଶିବସେନାର ବହୁନେତା ଆମ ନିକଟରେ ରହିଥିବେ। ଖୁବ୍‌ଶୀଘ୍ର ଏହା ଉପରେ ଯୋଜନା କରାଯିବ। ପାଓ୍ବାରଙ୍କ ରାଷ୍ଟ୍ରପତି ପାର୍ଥୀତ୍ୱକୁ ନେଇ ସଞ୍ଜୟ ଖୁବ୍‌ଶୀଘ୍ର ପଶ୍ଚିମ ବଙ୍ଗ, ମଧ୍ୟପ୍ରଦେଶ, ରାଜସ୍ଥାନ ଓ କେରଳର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବେ। ଏହାଦ୍ୱାରା ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପାର ଗୁରୁତ୍ୱ କମିଯିବ ବୋଲି ଆଶାପୋଷଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

ଗିରଫ ହେବା ପରେ ଉଦୟନିଧି ଷ୍ଟାଲିନଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ-ମୁଁ କ’ଣ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ଅଡ଼ୁଆ ବଢ଼ିଛି। ଅଭିନେତ୍ରୀ ତ୍ରିଶାଙ୍କୁ ନେଇ କରିଥିବା ମନ୍ତବ୍ୟ ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ତ୍ରିଶାଙ୍କୁ ନେଇ କଥିତ ଦ୍ୱିଅର୍ଥବୋଧକ…

ବିଦେଶରେ ଥାଇ ଏମିତି କାମ କଲେ ପ୍ରିୟଙ୍କା ଚୋପ୍ରା: ସମସ୍ତେ କହୁଛନ୍ତି ବାଃ ବାଃ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ବଲିଉଡରେ ସଫଳତା ହାସଲ କରିବା ପରେ ସେ ଅନେକ ବର୍ଷ ଧରି…

ଭାଜପାର ପରାଜୟ ପରେ ମୋଦିଙ୍କ ସହ ବଡ଼ ଆଲୋଚନା କଲେ ନୀତିନ ନବୀନ? ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୪।୮: ସଂସଦ ଅଧିବେଶନ ମଧ୍ୟରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ‘ମଙ୍ଗଳ ମିଳନ’ ସମାବେଶରୁ ଏକ ଆକର୍ଷଣୀୟ ଫଟୋ ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri