Posted inଜାତୀୟ

ରାଷ୍ଟ୍ରପତି ଶାସନ ୬ ମାସ ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୯ା୬(ପି.ଟି): ଜମ୍ମୁ-କଶ୍ମୀରରେ ଆତଙ୍କବାଦର ମୂଳୋତ୍ପାଟନକୁ ସରକାର ସର୍ବାଧିକ ପ୍ରାଥମିକତା ଦେଉଥିବା ଶୁକ୍ରବାର ଲୋକ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ କହିଛନ୍ତି। ସେଠାରେ ରାଷ୍ଟ୍ରପତି ଶାସନ ସମୟସୀମା ଆଉ ୬ ମାସ ବଢ଼ାଇବା ପାଇଁ ଶାହ ଆଣିଥିବା ବୈଧାନିକ ପ୍ରସ୍ତାବ ଲୋକ ସଭାର ଅନୁମୋଦନ ଲାଭ କରିଛି। ରାଜ୍ୟ ବିଧାନସଭା ଭଙ୍ଗ ହେବା ସହ ଚଳିତ ବର୍ଷ ଶେଷ ଭାଗରେ ନିର୍ବାଚନ କରାଇବାକୁ ନିର୍ବାଚନ କମିଶନ (ଇସି) ନିଷ୍ପତ୍ତି ନେଇଥିବାରୁ ରାଷ୍ଟ୍ରପତି ଶାସନ ଆସନ୍ତା ଜୁଲାଇ ୩ରୁ ଆଉ ୬ ମାସ ବଢ଼ାଇବାର ଆବଶ୍ୟକତା ରହିଥିବା ସେ କହିଥିଲେ।
ଆସନ୍ତା ୩୦ରୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ ଅମରନାଥ ଯାତ୍ରା ଚାଲିବ। ଏହା ପରେ ବକରଓ୍ବାଲ ସମ୍ପ୍ରଦାୟ ପର୍ବତ ଆରୋହଣ କରନ୍ତି ଓ ସେମାନେ ଅକ୍ଟୋବରରେ ଫେରିଥାନ୍ତି। ତେଣୁ ବର୍ଷ ଶେଷ ବେଳକୁ ନିର୍ବାଚନ ହେବ । ଆତଙ୍କବାଦକୁ କଦାପି ବରଦାସ୍ତ କରାଯିବନି। ଏହାର ମୂଳୋତ୍ପାଟନ ଲାଗି ସରକାର ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିଆସୁଛନ୍ତି। ପୂର୍ବରୁ ନିର୍ବାଚନ ବେଳେ ଜମ୍ମୁ-କଶ୍ମୀରରେ ରକ୍ତପାତ ହେଉଥିଲା। ଏଥର ଲୋକ ସଭା ନିର୍ବାଚନ ବେଳେ ଜଣେ ହେଲେ ନିର୍ବାଚନୀ ହିଂସାରେ ପ୍ରାଣ ହରାଇ ନାହାନ୍ତି। ଭୋଟହାର ବଢ଼ିବା ସହ ଆଇନଶୃଙ୍ଖଳା ସ୍ଥିତି ନିୟନ୍ତ୍ରଣରେ ରହିଛି। ପ୍ରଥମ ଥର ଲାଗି ଜମ୍ମୁ ଓ ଲଦାଖର ଲୋକେ ରାଜ୍ୟର ଅଂଶବିଶେଷ ବୋଲି ହୃଦୟଙ୍ଗମ କରିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ କହିଛନ୍ତି।
ଆଲୋଚନା ବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ କଶ୍ମୀର ବିଭାଜନ ପାଇଁ କିଏ ଦାୟୀ ବୋଲି ପ୍ରଶ୍ନ କରିବାରୁ ଏହାକୁ ନେଇ ଗୃହରେ ହଟ୍ଟଗୋଳ ହୋଇଥିଲା। କଂଗ୍ରେସ ଓ ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ପାଇଁ ଆମେ ଏକତୃତୀୟାଂଶ କଶ୍ମୀରୀବାସୀ ଆମ ସହିତ ନାହାନ୍ତି ବୋଲି ଶାହ କହିଥିଲେ। ରାଜ୍ୟ ସରକାରଙ୍କୁ ବରଖାସ୍ତ କରି କେନ୍ଦ୍ରୀୟ ଶାସନ ଲାଗୁ କରିବାରେ କଂଗ୍ରେସ ଦଳ ଧାରା ୩୫୬କୁ ବ୍ୟବହାର କରିଆସିଛି ବୋଲି ସେ କହିଥିଲେ। ମୋଟ ୧୩୨ ଥର ଧାରା ୩୫୬ର ପ୍ରୟୋଗ କରାଯାଇଥିବାବେଳେ ସେଥିରୁ କଂଗ୍ରେସ ସରକାର ସମୟରେ ୯୩ ଥର ବ୍ୟବହାର କରାଯାଇଛି। ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ଧାରା ୩୭୦ ଏକ ଅସ୍ଥାୟୀ ବ୍ୟବସ୍ଥା ବୋଲି ଏହି ଅବସରରେ ଶାହ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri