ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୪୬.୭%

ଭୁବନେଶ୍ୱର,୨୯-୬(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଧିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଏପ୍ରିଲରେ ୧୧୨ ପଏଣ୍ଟ ଥିଲା। ଏହା ମେ ମାସରେ ୨ ପଏଣ୍ଟ ବୃଦ୍ଧି ଘଟି ୩୧୪ ପଏଣ୍ଟ ହୋଇଛି। ଖବର ଆସିବା ପର୍ଯ୍ୟନ୍ତ ରାଜ୍ୟର ତାଳଚେର, ଅନୁଗୋଳ ଏବଂ ରାଉରକେଲାରେ ଖାଉଟି ମୂଲ୍ୟ ସୂଚୀ ହସ୍ତଗତ ହୋଇନାହିଁ। ଜୁନରେ ରିଜର୍ଭ ବ୍ୟାଙ୍କର ବାର୍ଷିକ କ୍ଲୋଜିଂ ପାଇଁ କୌଣସି ମହଙ୍ଗା ଭତ୍ତାରେ କୌଣସି ପରିବର୍ତ୍ତନ ହୁଏ ନାହିଁ।
ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ବର୍ତ୍ତମାନ ୧୪୧.୪% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୫.୩% ବଢିି ୧୪୬.୭% ହୋଇଛି। ଏମାନେ ଏହି ବର୍ଦ୍ଧିତ ଡିଏ ଜୁଲାଇ ପହିଲାରୁ ପାଇବେ। ଅବସରପ୍ରାପ୍ତ ଓ କାର୍ଯ୍ୟରତ ସରକାରୀ କର୍ମଚାରୀମାନେ ବର୍ତ୍ତମାନ ୧୨% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୫% ବୃଦ୍ଧି ଘଟି ୧୭% ହୋଇଛି। ଏମାନେ ୨୦୧୯ ଜୁଲାଇ ପହିଲାରୁ ଏହି ବର୍ଦ୍ଧିତ ଡିଏ ପାଇବେ। ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ନର, ଡେପୁଟି ଗଭର୍ନର, ସମସ୍ତ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଏବଂ ମହୀଶୂର ଓ ଶାଳବଣି ନୋଟ୍‌ ଛାପା କାରଖାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ସମସ୍ତ ବ୍ୟାଙ୍କର ସିଏମ୍‌ଡିମାନେ ମଧ୍ୟ ୧୭% ମହଙ୍ଗା ଭତ୍ତା ପାଇବେ। ଏହା ଜୁଲାଇ ପହିଲାରୁ ଲାଗୁ ହେବ। ଜାନୁୟାରୀ ୮ ଏବଂ ୯ରେ ସିଜିଏମ୍‌ଙ୍କଠାରୁ ମେସେଞ୍ଜରଙ୍କ ପର୍ଯ୍ୟନ୍ତ ଯେଉଁ ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଧର୍ମଘଟ କରିଥିଲେ ସେମାନେ ବର୍ତ୍ତମାନ ୬୪.୫% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୩.୩% ବୃଦ୍ଧି ଘଟି ୬୭.୮% ହୋଇଛି। ଏହା ଅଗଷ୍ଟ ପହିଲାରୁ ଏହା ଲାଗୁ ହେବ।
ଓଡ଼ିଶାରେ ୩ ଲକ୍ଷ ଅବସରପ୍ରାପ୍ତ ବ୍ୟାଙ୍କ ଅଫିସର ଓ କର୍ମଚାରୀ ୧୯୮୨ରୁ ପେନଶନ ସଂଶୋଧନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରି ଆସୁଛନ୍ତି। ଶନିବାର କିଛି ବ୍ୟାଙ୍କ କର୍ମଚାରୀ ଏବଂ ଅଧିକାରୀ ଅବସର ନେବେ। ଜାନୁୟାରୀ ୨୧ରେ ରାଜ୍ୟପାଳ ଗଣେଷି ଲାଲଙ୍କୁ ଏମାନେ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଶୁକ୍ରବାର ବିଭିନ୍ନ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀ ଅବସର ଗ୍ରହଣ କରିଛନ୍ତି। ବୀମା କର୍ମଚାରୀମାନେ ବର୍ତ୍ତମାନ ୫୭.୮% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୩.୩% ବୃଦ୍ଧି ଘଟି ୬୧.୧% ହୋଇଛି। ଏହି ବର୍ଦ୍ଧିତ ଡିଏ ଅଗଷ୍ଟ ପହିଲାରୁ ସେମାନେ ପାଇବେ।
ସେପ୍ଟେମ୍ବର ୪ ଏବଂ ୫ ଦୁଇ ଦିନ ଭାରତୀୟ ରିଜର୍ଭ ବ୍ୟାଙ୍କର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ପେନ୍‌ଶନ ଏବଂ ପେନ୍‌ଶନ ସଂଶୋଧନ ପାଇଁ ଯେଉଁ ଧର୍ମଘଟ ଡାକରା ଦେଇଥିଲେ ତାହା ସ୍ଥଗିତ ରହିଛି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୧ ହଜାର ଅବସରପ୍ରାପ୍ତ ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କର ପେନଶନ ସଂଶୋଧନ କରାଯାଇଛି। ପ୍ରାୟ ୩,୦୦୦ ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀ ପେନଶନକୁ ଅପେକ୍ଷା କରିଛନ୍ତି। ଜୁଲାଇ ପହିଲାରେ ହେବାକୁ ଥିବା ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କ ମାସିକ ସଭାରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri