ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୫୧.୭୨%

ଭୁବନେଶ୍ୱର,୩୧-୮(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜୁନ ମାସରେ ୩୧୬ ପଏଣ୍ଟ ଥିଲା। ଏହା ଜୁଲାଇରେ ୩ ପଏଣ୍ଟ ବଢି ୩୧୯ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୩୫ ପଏଣ୍ଟ ଥିବା ବେଳେ ରାଉରକେଲାରେ ଅପରିବର୍ତ୍ତିତ ରହିଛି। ଆର୍ଥତ୍କ ଅର୍ଦ୍ଧବାର୍ଷିକ କ୍ଲୋଜିଂ ପାଇଁ ସେପ୍ଟେମ୍ବରରେ ମହଙ୍ଗା ଭତ୍ତାରେ କୌଣସି ପରିବର୍ତ୍ତନ ହୁଏ ନାହିଁ। ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ବର୍ତ୍ତମାନ ୧୪୬.୭% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୫.୦୨% ବଢିି ୧୫୧.୭୨% ହୋଇଛି। ଏମାନେ ଏହି ବର୍ଦ୍ଧିତ ଡିଏ ଅକ୍ଟୋବର ପହିଲାରୁ ପାଇବେ।
ଜାନୁୟାରୀ ୮ ଏବଂ ୯ରେ ସିଜିଏମ୍‌ଙ୍କଠାରୁ ମେସେଞ୍ଜରଙ୍କ ପର୍ଯ୍ୟନ୍ତ ଯେଉଁ ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଧର୍ମଘଟ କରିଥିଲେ, ସେମାନେ ବର୍ତ୍ତମାନ ୬୮.୧% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ୨.୯% ବୃଦ୍ଧି ଘଟି ୭୧% ହୋଇଛି। ନଭେମ୍ବର ପହିଲାରୁ ଏହା ଲାଗୁ ହେବ। ଶୁକ୍ରବାର ଅନେକ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀ ଅବସର ନେଇଛନ୍ତି। ଓଡ଼ିଶାରେ ୩ ଲକ୍ଷ ଅବସରପ୍ରାପ୍ତ ବ୍ୟାଙ୍କ ଅଫିସର ଓ କର୍ମଚାରୀ ୧୯୮୨ରୁ ପେନଶନ ସଂଶୋଧନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରି ଆସୁଛନ୍ତି। ଜାନୁୟାରୀ ୨୧ରେ ରାଜ୍ୟପାଳ ଗଣେଷି ଲାଲଙ୍କୁ ଏମାନେ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ।
ବୀମା କର୍ମଚାରୀମାନେ ବର୍ତ୍ତମାନ ୬୧.୪ % ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୨.୯% ବୃଦ୍ଧି ଘଟି ୬୪.୩% ହୋଇଛି। ଏହି ବର୍ଦ୍ଧିତ ଡିଏ ନଭେମ୍ବର ପହିଲାରୁ ସେମାନେ ପାଇବେ। ଅବସରପ୍ରାପ୍ତ ଓ କାର୍ଯ୍ୟରତ ସରକାରୀ କର୍ମଚାରୀମାନେ ୧୨% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୮% ବୃଦ୍ଧି ଘଟି ୨୦% ହୋଇଛି। ୫% ଏମାନେ ୨୦୧୯ ଜୁଲାଇ ପହିଲାରୁ ଏବଂ ଅବଶିଷ୍ଟ ୩% ଜାନୁୟାରୀ ପହିଲାରୁ ଏହି ବର୍ଦ୍ଧିତ ଡିଏ ପାଇବେ। ଜୁନରେ ରିଜର୍ଭ ବ୍ୟାଙ୍କର ବାର୍ଷିକ କ୍ଲୋଜିଂ ପାଇଁ କୌଣସି ମହଙ୍ଗା ଭତ୍ତାରେ କୌଣସି ପରିବର୍ତ୍ତନ ହୁଏ ନାହିଁ।
ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ନର, ଡେପୁଟି ଗଭର୍ନର, ସମସ୍ତ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଏବଂ ମହୀଶୂର ଓ ଶାଳବଣି ନୋଟ୍‌ ଛାପା କାରଖାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ସମସ୍ତ ବ୍ୟାଙ୍କର ସିଏମ୍‌ଡିମାନେ ମଧ୍ୟ ୨୦% ମହଙ୍ଗା ଭତ୍ତା ପାଇବେ। ଏହା ଜାନୁୟାରୀ ପହିଲାରୁ ଲାଗୁ ହେବ। ସେପ୍ଟେମ୍ବର ୪ ଏବଂ ୫ ଦୁଇ ଦିନ ଭାରତୀୟ ରିଜର୍ଭ ବ୍ୟାଙ୍କର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ପେନ୍‌ଶନ ଏବଂ ପେନ୍‌ଶନ ସଂଶୋଧନ ପାଇଁ ଯେଉଁ ଧର୍ମଘଟ ଡାକରା ଦେଇଥିଲେ ତାହା ସ୍ଥଗିତ ରହିଛି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୧ ହଜାର ଅବସରପ୍ରାପ୍ତ ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କର ପେନଶନ ସଂଶୋଧନ କରାଯାଇଛି। ପ୍ରାୟ ୩,୦୦୦ ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀ ପେନଶନକୁ ଅପେକ୍ଷା କରିଛନ୍ତି। ସୋମବାର ଅନୁଷ୍ଠିତ ହେବାକୁ ଥିବା ରିଜର୍ଭ ବ୍ୟାଙ୍କର ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ମାସିକ ସଭାରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍‌, ହେବେ କୋଟିପତି!

ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri