ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୫୭.୩%

ଭୁବନେଶ୍ୱର,୧-୧(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଅକ୍ଟୋବରରେ ୩୨୫ ପଏଣ୍ଟ ଥିଲା। ନଭେମ୍ବରରେ ଏଥିରେ ୩ ପଏଣ୍ଟ ବଢି ଏହା ୩୨୮ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୪୦ ପଏଣ୍ଟ ଥିଲା। ଏଥିରେ ୬ ପଏଣ୍ଟ ବୃଦ୍ଧି ପାଇ ୩୪୬ ପଏଣ୍ଟ ହୋଇଛି। ରାଉରକେଲାରେ ଏହା ୩୨୩ ପଏଣ୍ଟ ଥିବା ବେଳେ ଏଥିରେ ୧୪ ପଏଣ୍ଟ ବୃଦ୍ଧି ଘଟିଛି।
ବର୍ତ୍ତମାନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ୧୫୨% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୫.୩ % ବୃଦ୍ଧି ଘଟି ୧୫୭.୩% ହୋଇଛି। ଏମାନେ ଏହି ବର୍ଦ୍ଧିତ ଡିଏ ଜାନୁୟାରୀ ପହିଲାରୁ ପାଇବେ। ଓଡ଼ିଶା ବ୍ୟତୀତ ସାରା ଦେଶର ଅବସରପ୍ରାପ୍ତ ଓ କାର୍ଯ୍ୟରତ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ କର୍ମଚାରୀମାନେ ବର୍ତ୍ତମାନ ୧୭% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ଏଥିରେ ୪% ବୃଦ୍ଧି ଘଟି ୨୧% ହୋଇଛି। ଏହା ଜାନୁୟାରୀ ପହିଲାରୁ ଲାଗୁ ହେବ। ଓଡ଼ିଶାର ୮ ଲକ୍ଷ ଅବସର ପ୍ରାପ୍ତ ଓ କାର୍ଯ୍ୟରତ ସରକାରୀ କର୍ମଚାରୀ ବର୍ତ୍ତମାନ ୧୨% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ଭତ୍ତାରେ ୯% ବଢିଛି। ଏମାନେ ପିଛିଲା ଭାବେ ୫% ଜୁଲାଇ ପହିଲାରୁ ଏବଂ ଅବଶିଷ୍ଟ ୪% ଜାନୁୟାରୀ ପହିଲାରୁ ପାଇବେ।
ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ନର, ଡେପୁଟି ଗଭର୍ନର, ସମସ୍ତ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଏବଂ ମହୀଶୂର ଓ ଶାଳବଣି ନୋଟ ଛାପା କାରଖାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ସମସ୍ତ ବ୍ୟାଙ୍କର ସିଏମ୍‌ଡିମାନେ ମଧ୍ୟ ୧୭% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ଭତ୍ତା ୪% ବଢିଛି। ସେମାନେ ୨୧% ମହଙ୍ଗା ଭତ୍ତା ଜାନୁୟାରୀ ପହିଲାରୁ ପାଇବେ। ସିଜିଏମ୍‌ଙ୍କଠାରୁ ମେସେଞ୍ଜରଙ୍କ ପର୍ଯ୍ୟନ୍ତ ଯେଉଁ ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଧର୍ମଘଟ କରିଥିଲେ ସେମାନେ ବର୍ତ୍ତମାନ ୭୧.୮% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୩.୮% ବୃଦ୍ଧି ଘଟି ୭୫.୬% ହୋଇଛି। ଏହା ଫେବୃୟାରୀ ପହିଲାରୁ ଲାଗୁ ହେବ।
ଓଡ଼ିଶାରେ ୩ ଲକ୍ଷ ଅବସରପ୍ରାପ୍ତ ବ୍ୟାଙ୍କ ଅଫିସର ଓ କର୍ମଚାରୀ ୧୯୮୨ରୁ ପେନଶନ ସଂଶୋଧନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରି ଆସୁଛନ୍ତି। ସେମାନେ ରାଜ୍ୟପାଳ ଗଣେଶୀ ଲାଲଙ୍କୁ ଜାନୁୟାରୀ ୨୧ରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ବୀମା କର୍ମଚାରୀମାନେ ବର୍ତ୍ତମାନ ୬୫.୧% ମହଙ୍ଗା ଭତ୍ତା ଲାଭ କରୁଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୩.୮% ବୃଦ୍ଧି ଘଟି ୬୮.୯ % ହୋଇଛି। ଏହି ବର୍ଦ୍ଧିତ ଡିଏ ସେମାନେ ଫେବୃୟାରୀ ପହିଲାରୁ ପାଇବେ। ମଙ୍ଗଳବାର ଅନେକ କର୍ମଚାରୀ ଅବସର ଗ୍ରହଣ କରିଛନ୍ତି। ୨୦୧୮ ସେପ୍ଟେମ୍ବର ୪ ଏବଂ ୫ ଦୁଇ ଦିନ ରିଜର୍ଭ ବ୍ୟାଙ୍କର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ପେନଶନ ଏବଂ ପେନଶନ ସଂଶୋଧନ ପାଇଁ ଧର୍ମଘଟ ଡାକରା ଦେଇଥିଲେ ତାହା ସ୍ଥଗିତ ରହିଛି। ବର୍ତ୍ତମାନ ସୁଦ୍ଧା ୩୧ ହଜାର ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କ ପେନଶନ ସଂଶୋଧନ କରାଯାଇଛି। ପ୍ରାୟ ୩ ହଜାର ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀ ପେନଶନକୁ ଅପେକ୍ଷା କରିିଛନ୍ତି। ବୁଧବାର ଅନୁଷ୍ଠିତ ହେବାକୁ ଥିବା ରିଜର୍ଭ ବ୍ୟାଙ୍କର ଅବସର ପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ମାସିକ ସଭାରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

ବନ୍ଦ ହୋଇଯିବ କାଗଜ ଟଙ୍କା! ଜାରି ହେବ ୫୦, ୧୦୦, ୫୦୦ ଟଙ୍କାର ନୂଆ ପ୍ଲାଷ୍ଟିକ ନୋଟ! ଜାଣନ୍ତୁ କଣ ରହିଛି RBIର ବଡ଼ ପ୍ଲାନ୍‌

ମୁମ୍ବାଇ,୨୯।୫: ଦେଶରେ କ୍ୟାଶ (ନଗଦ ଟଙ୍କା)ର ଚାହିଦା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି । ୟୁପିଆଇ (UPI) ପେମେଣ୍ଟ ଏବଂ ଅନଲାଇନ ଟ୍ରାଞ୍ଜାକସନ ପାଇଁ ମଧ୍ୟ କ୍ୟାଶର…

ଗ୍ୟାସ ଠାରୁ ବ୍ୟାଙ୍କିଙ୍ଗ ପର୍ଯ୍ୟନ୍ତ ବଦଳିବ ୭ ନିୟମ, ଆପଣଙ୍କ ଉପରେ ପଡିପାରେ ଅଧିକ ବୋଝ

ନୂଆଦିଲ୍ଲୀ,୨୯।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଜୁନ 1, 2026 ଠାରୁ ସାରା ଦେଶରେ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ ଆସିବାକୁ ଯାଉଛି। ଏହି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri