ଭୁବନେଶ୍ୱର,୨୯-୨(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜାନୁୟାରୀରେ ଅପରିବର୍ତ୍ତିତ ୩୩୦ ପଏଣ୍ଟ ରହିଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୪୬ ପଏଣ୍ଟ ଥିଲା। ଏଥିରେ ୩ ପଏଣ୍ଟ ବୃଦ୍ଧି ପାଇ ୩୪୯ ପଏଣ୍ଟ ହୋଇଛି। ରାଉରକେଲାରେ ଏହା ୩୪୨ ପଏଣ୍ଟ ଥିବା ବେଳେ ଏଥିରେ ୭ ପଏଣ୍ଟ ହ୍ରାସ ଘଟିଛି। ବର୍ତ୍ତମାନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ୧୫୭.୩% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୩.୯୨ % ବୃଦ୍ଧି ଘଟି ୧୬୧.୨୨% ହୋଇଛି। ଆର୍ଥତ୍କ ବର୍ଷ ମାର୍ଚ୍ଚ କ୍ଲୋଜିଂ ଯୋଗୁ ସେମାନେ ଏହି ବର୍ଦ୍ଧିତ ଡିଏ ଏପ୍ରିଲ ପହିଲାରୁ ପାଇବେ।
ସିଜିଏମ୍ଙ୍କଠାରୁ ମେସେଞ୍ଜରଙ୍କ ପର୍ଯ୍ୟନ୍ତ ଯେଉଁ ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଜାନୁୟାରୀ ୩୧ ଏବଂ ଫେବୃୟାରୀ ପହିଲାରେ ଧର୍ମଘଟ କରିଥିଲେ , ସେମାନେ ବର୍ତ୍ତମାନ ୭୫.୯% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୧.୪% ବୃଦ୍ଧି ଘଟି ୭୭.୩% ହୋଇଛି। ଏହା ମେ ମାସ ପହିଲାରୁ ଲାଗୁ ହେବ। ବୀମା କର୍ମଚାରୀମାନେ ବର୍ତ୍ତମାନ ୬୯.୨% ମହଙ୍ଗା ଭତ୍ତା ଲାଭ କରୁଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୧.୪% ବୃଦ୍ଧି ଘଟି ୭୦.୬ % ହୋଇଛି। ଏହି ବର୍ଦ୍ଧିତ ଡିଏ ସେମାନେ ମେ ମାସ ପହିଲାରୁ ପାଇବେ।
ସାରା ଦେଶର ଅବସରପ୍ରାପ୍ତ ଓ କାର୍ଯ୍ୟରତ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ କର୍ମଚାରୀମାନେ ବର୍ତ୍ତମାନ ୧୭% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ଏଥିରେ ୮% ବୃଦ୍ଧି ଘଟି ୨୫% ହୋଇଛି। ଏହା ମଧ୍ୟରୁ ୪% ସେମାନେ ଜାନୁୟାରୀ ପହିଲାରୁ ପିଛିଲା ଭାବେ ପାଇବେ। ଅବଶିଷ୍ଟ ୪% ସେମାନେ ରିଜର୍ଭ ବ୍ୟାଙ୍କର ବାର୍ଷିକ ଜୁନ୍ କ୍ଲୋଜିଂ ପାଇଁ ଜୁଲାଇ ପହିଲାରେ ପାଇବେ।
ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ନର, ଡେପୁଟି ଗଭର୍ନର, ସମସ୍ତ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଏବଂ ମହୀଶୂର ଓ ଶାଳବଣି ନୋଟ ଛାପା କାରଖାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ସମସ୍ତ ବ୍ୟାଙ୍କର ସିଏମ୍ଡିମାନେ ମଧ୍ୟ ୨୧% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ଭତ୍ତା ୪% ବଢିଛି। ସେମାନେ ୨୫% ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପାଇବେ। ସୋମବାର ଅନୁଷ୍ଠିତ ହେବାକୁ ଥିବା ରିଜର୍ଭ ବ୍ୟାଙ୍କର ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ମାସିକ ସଭାରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ।
ବ୍ୟାଙ୍କ୍ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍
ନୂଆଦିଲ୍ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…
ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା
ନୂଆଦିଲ୍ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…
ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା
ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…
ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି
ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…
୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ
ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…
ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ
ନୂଆଦିଲ୍ଲୀ,୫ା୯: ଅନ୍ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…
କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର
ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…
ଖିମଜୀ ଦୟାଭାଇ କୋ.ଗ୍ରୁପ୍ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା
ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…
Archives

