ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ମିଳିପାରେ ୩୦ ହଜାର କୋଟି

ନୂଆଦିଲ୍ଲୀ,୧୭-୬: ଅର୍ଥ ମନ୍ତ୍ରଣାଳୟ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକର ପୁଞ୍ଜି ଆଧାରର ମୂଲ୍ୟାଙ୍କନ ଆରମ୍ଭ କରିଛି। ସେମାନଙ୍କର ସର୍ବନିମ୍ନ ପୁଞ୍ଜି ସର୍ତ୍ତ ପାଳନ କରିବାର ଆବଶ୍ୟକତା ରହିଛି। ଏଥିଲାଗି ସରକାର ନିୟମାନୁଯାୟୀ ସେମାନଙ୍କୁ ସହାୟତା କରିବାକୁ ଚାହୁଁଛନ୍ତି। ଚଳିତ ଆର୍ଥିକ ବର୍ଷରେ ସାଧାରଣ ବଜେଟରେ ସରକାର ଏଥିଲାଗି ୩୦ ହଜାର କୋଟି ଟଙ୍କାର ସହାୟତା ଉପଲବ୍ଧ କରିପାରନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଜୁଲାଇ ୫ରେ ନୂଆ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ଦେଶର ଜିଡିପି ହାର ପ୍ରକାଶ ପାଇଛି। ଏହା ୬.୮% କୁ ଖସିଆସିଛି। ବଜେଟରେ ଆର୍ଥିକ ଅଭିବୃଦ୍ଧିକୁ ବଢ଼ାଇବାର ଆହ୍ବାନ ରହିଛି। ବ୍ୟକ୍ତିଗତ ଏବଂ ବ୍ୟବସାୟିକ କାମ ଲାଗି ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ପର୍ଯ୍ୟାପ୍ତ ପୁଞ୍ଜିର ଆବଶ୍ୟକତା ରହିଛି। ଋଣ ଚାହିଦା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଏହାଛଡ଼ା ପିସିଏ ଅଧୀନରେ ଥିବା ୫ ଦୁର୍ବଳ ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ବାସେଲ-୩ ନିୟମ ଅନୁଯାୟୀ, ସର୍ବନିମ୍ନ ପୁଞ୍ଜି ଆବଶ୍ୟକତା ପୂରଣ କରିବାକୁ ହେବ। ଏଥିଲାଗି ପର୍ଯ୍ୟାପ୍ତ ଅର୍ଥର ଆବଶ୍ୟକତା ରହିଛି। ଅନ୍ୟପକ୍ଷରେ ବ୍ୟାଙ୍କ ଅଫ୍‌ ବରୋଦା ଭଳି କେତେକ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ମିଶ୍ରଣ ପାଇଁ ସରକାର ବିଚାର କରୁଥିଲେ, ସେଥିପାଇଁ ମଧ୍ୟ ପର୍ଯ୍ୟାପ୍ତ ପୁଞ୍ଜିର ଆବଶ୍ୟକତା ହେବ। ଗତ ଆର୍ଥିକ ବର୍ଷରେ ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ୧,୦୬,୦୦୦ କୋଟି ଟଙ୍କାର ପୁଞ୍ଜି ଉପଲବ୍ଧ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri