ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସିଇଓଙ୍କୁ ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୨୭-୧୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ସିଇଓ)ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ବ୍ୟାଙ୍କଗୁଡିକର ଆର୍ଥତ୍କ ପରଫରମାନ୍ସ ଏବଂ ବାଣିଜ୍ୟ ଅଭିବୃଦ୍ଧି ପ୍ରସଙ୍ଗରେ ଆଲୋଚନା କରାଯିବ। ଚାହିଦା ବଢାଇବା ଦିଗରେ ବ୍ୟାଙ୍କିଙ୍ଗ କ୍ଷେତ୍ର ଏକ ପ୍ରମୁଖ ଯୋଗଦାନ ରଖୁଥିବାରୁ ଏହାକୁ ସରକାର ପ୍ରାଥମିକତା ସହ ନେଉଛନ୍ତି। ୨୦୨୦-୨୧ ଆର୍ଥତ୍କ ବର୍ଷର ସାଧାରଣ ବଜେଟ ଆସିବାକୁ ଥିବା ବେଳେ ଏହାର ଅବ୍ୟବହିତ ଆଗରୁ ଅର୍ଥମନ୍ତ୍ରୀ ସୀତାରାମନ ବ୍ୟାଙ୍କର ଏମ୍‌ଡି ତଥା ସିଇଓଙ୍କୁ ଭେଟୁଥିବା ଜଣାପଡିଛି। ନ୍ୟାଶନାଲ କମ୍ପାନୀ ଲ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଟି) ଏବଂ ଅଣଏନ୍‌ସିଏଲ୍‌ଟି ପ୍ରକ୍ରିୟାରେ ଅନାଦାୟ ଋଣ ଅସୁଲି ବ୍ୟବସ୍ଥା ଉପରେ ମଧ୍ୟ ବୈଠକରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ରେପୋ ରେଟ୍‌ ହ୍ରାସ ହେବା ପରେ ବ୍ୟାଙ୍କଗୁଡିକ ଏହାର ଲାଭ ଭଲ ଭାବେ ଗ୍ରାହକଙ୍କୁ ଦେଇ ନଥିବା ଯୋଗୁ ଏହା ମଧ୍ୟ ବୈଠକରେ ଆଲୋଚନା ହେବ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ

ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?