ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ୍‌ ପ୍ରଶାନ୍ତଙ୍କ ଶେଷକୃତ୍ୟ ସମ୍ପନ୍ନ

ଭଞ୍ଜନଗର,୨୯।୨(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଲଣ୍ଡେଇସାହି ବାସିନ୍ଦା ଆଇଟିବିପି ହାବିଲଦାର ଶହୀଦ୍‌ ପ୍ରଶାନ୍ତ କୁମାର ଲେଙ୍କା(୩୮)ଙ୍କ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଗାର୍ଡ ଅଫ୍‌ ଅନର ସହ ତୋପ ସଲାମି ପରେ ସ୍ଥାନୀୟ ବେଲେଶ୍ୱର ଶ୍ମଶାନରେ ଶେଷକୃତ୍ୟ ହୋଇଥିଲା। ଏହି ସମୟରେ ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ, ତହସିଲଦାର ଆଲୋକ ପ୍ରଧାନ, ଏସ୍‌ଡିପିଓ ଶୁଭ୍ରାଂଶୁ ମିଶ୍ର, ଥାନା ଅଧିକାରୀ ସୁଦୀପ୍ତ ସାହୁ, ଆଟିବିପି ଏସ୍‌ଆଇ ନିତେନ୍ଦ୍ର ଶର୍ମା, ଏଏସ୍‌ଆଇ ଗଜେନ୍ଦ୍ର ହେମ୍ବ୍ରମଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।
ପ୍ରକାଶଯେ, ବୁଧବାର ପ୍ରଶାନ୍ତ ଭାରତ ଚାଇନା ସୀମାରେ ଡ୍ୟୁଟିରେ ଥିବାବେଳେ ତୁଷାରପାତ ହୋଇଥିଲା। ସମ୍ଭବତଃ ଅମ୍ଳଜାନ ଅଭାବରୁ ପ୍ରଶାନ୍ତ ଛାତିରେ ଯନ୍ତ୍ରଣା ଅନୁଭବ କରି ତଳେ ପଡ଼ିଯାଇଥିଲେ। ତାଙ୍କୁ ତୁରନ୍ତ ହସ୍ପିଟାଲକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପ୍ରଶାନ୍ତଙ୍କ ସ୍ତ୍ରୀ ଓ ଦୁଇ ଝିଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri