ରାଷ୍ଟ୍ରୀୟ ଲୋକ ଅଦାଲତ : ୧୫,୭୭୬ ମାମଲାର ସମାଧାନ ୭୧ କୋଟି ୪୨ ଲକ୍ଷ ଆଦାୟ ନିର୍ଦ୍ଦେଶ

କଟକ ଅଫିସ,୧୫।୧୨- ରାଜ୍ୟର ବିଭିନ୍ନ ସ୍ଥାନରେ ଶନିବାର ଅନୁଷ୍ଠିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ୧୫,୭୭୬ ମାମଲାର ସମାଧାନ କରାଯାଇଛି। ଏଥିସହ ଏ ବାବଦରେ ୭୧ କୋଟି ୪୨ ଲକ୍ଷ ଟଙ୍କା ଆଦାୟ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ପକ୍ଷମାନଙ୍କଠାରୁ ଏହି ଟଙ୍କା ଆଦାୟ କରାଯିବ। ମିଳିଥିବା ସୂଚନା ଅନୁଯାୟୀ, ଲୋକ ଅଦାଲତରେ ୪୧୦୪ଟି ପ୍ରାକ୍‌ ବିବାଦୀୟ ମାମଲାର ସମାଧାନ କରାଯାଇ ସେ ବାବଦରେ ୧୦ କୋଟି ୩୩ ଲକ୍ଷ ୫୯ହଜାର ୬୦୨ ଟଙ୍କା ଆଦାୟ ପାଇଁ ନିର୍ଦ୍ଦେଶ ରହିଛି। ସେହିପରି ଲୋକ ଅଦାଲତରେ ୩୭୩୫ଟି ବ୍ୟାଙ୍କ ଅସୁଲ ମାମଲାର ସମାଧାନ କରାଯାଇ ସେ ବାବଦକୁ ୧୦ କୋଟି ୧ ଲକ୍ଷ ୩୦ହଜାର ୧୩୪ ଟଙ୍କା ଆଦାୟ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବିଦ୍ୟୁତ୍‌ ବିଲ୍‌ ଦେୟ ବାବଦୀୟ ୪୬ଟି ମାମଲାର ସମାଧାନ କରାଯାଇ ୭ ଲକ୍ଷ ୪୭ହଜାର ୧୯୨ଟଙ୍କା ଆଦାୟ ପାଇଁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ୧୫ଟି ପାଣି ବିବାଦ ମାମଲା ସମାଧାନ କରାଯାଇ ୭୩,୨୪୧ ଟଙ୍କା ଆଦାୟ ପାଇଁ ନିର୍ଦ୍ଦେଶ ରହିଛି। ଏହି ଲୋକ ଅଦାଲତକୁ ରାଜ୍ୟ ଆଇନସେବା ପ୍ରାଧିକରଣର ସହ ସଚିବ ଜ୍ୟୋତିରଞ୍ଜନ ଦାଶ, ସଂସ୍ଥା ଅଧିକାରୀ କମଳାକାନ୍ତ କରଙ୍କ ସମେତ ବିଚାର ବିଭାଗ ଅଧିକାରୀମାନେ ଯୋଗଦେଇଥିଲେ। ସେହିପରି ହାଇକୋର୍ଟରେ ଅନୁଷ୍ଠିତ ଲୋକ ଅଦାଲତରେ ୧୫ଟି ମାମଲାର ସମାଧାନ କରାଯାଇ ୭ କୋଟି ୮୫ ଲକ୍ଷ ଟଙ୍କା ଆଦାୟ ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri