‘ରାଷ୍ଟ୍ର ନିର୍ମାଣରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଧର୍ମଶାଳା,୨୦-୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜାରକା ରୋଟାରି କ୍ଲବ ପକ୍ଷରୁ ଧର୍ମଶାଳା ମହାବିଦ୍ୟାଳୟ ପରିସରରେ ବୁଧବାର ରାଷ୍ଟ୍ର ନିର୍ମାଣ ସମ୍ବର୍ଦ୍ଧନା ସାମାରୋହ ପାଳିତ ହୋଇଯାଇଛି। କ୍ଲବର ସଭାପତି ଅଜାମ୍ବର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ୩୨୬୨ ଜିଲାର ପୂର୍ବତନ ସଭାପତି ଶିବବ୍ରତ ଦାସ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ରାଷ୍ଟ୍ର ନିର୍ମାଣରେ ଶିକ୍ଷକମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଶିକ୍ଷକମାନେ ଅଧିକ ପଢ଼ନ୍ତୁ, ଶିଖନ୍ତୁ ଓ ଶିଖାନ୍ତୁ ବୋଲି କହିବା ସହ ରାଜ୍ୟରେ ଗୁଣାତ୍ମକ ଶିକ୍ଷକ ନିଯୁକ୍ତିର ଆବଶ୍ୟକତା ରହିଛି ବୋଲି ଶିବବ୍ରତ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ଯାଜପୁର ଜିଲା କାଏମାସ୍ଥିତ ଲାଲବାହାଦୁର ହାଇସ୍କୁଲର ଶିକ୍ଷୟିତ୍ରୀ ଗୀତା ମହାନ୍ତ, ଧର୍ମଶାଳା ବାଣୀପୀଠର ଶିକ୍ଷକ ପ୍ରଭାତ କୁମାର କର, ଗୋପାଲଜୀଉ ନୋଡାଲ ହାଇସ୍କୁଲର ଶିକ୍ଷକ ଆଶୁତୋଷ ମୁଦୁଲି, ଜାଇମରା ନୀଳକଣ୍ଠ ୟୁପି ସ୍କୁଲର ଶିକ୍ଷକ ଅଭୟ କୁମାର ଖୁଣ୍ଟିଆ ଓ କଳାଶ୍ରୀ ଗୋପାଳପୁରସ୍ଥିତ ଲକ୍ଷ୍ମୀନାରାୟଣ ବିଦ୍ୟାପୀଠର ଶିକ୍ଷକ ସରୋଜ କୁମାର ଶତପଥୀଙ୍କୁ ମୁଖ୍ୟ ଅତିଥି ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ସମ୍ପାଦକ ହରିହର ପଣ୍ଡା ବିବରଣୀ ପ୍ରଦାନ କରିଥିବା ବେଳେ ବିନୋଦ କୁମାର ପରିଡା ସଭା ପରିଚାଳନା କରିଥିଲେ ା ସାକ୍ଷରତା ଅଭିଯାନର ଅଧ୍ୟକ୍ଷ ଜୟପ୍ରକାଶ ତ୍ରିପାଠୀ ସମ୍ବର୍ଦ୍ଧିତ ପ୍ରତିଭାମାନଙ୍କର ପରିଚୟ ପ୍ରଦାନ କରିଥିଲେ। ବିଜୟ କୁମାର ଶତପଥୀ, ରମେଶ ଚନ୍ଦ୍ର ସାହୁ, ତ୍ରିଲୋଚନ ବିଶ୍ୱାଳ, ପ୍ରଦୀପ୍ତ କୁମାର ବରାଳ, ଜୟନ୍ତ କୁମାର ସାହୁ, ରାଜେନ୍ଦ୍ର ପଲେଇ, ଅମୂଲ୍ୟ ମହାରଣା, ପ୍ରମୋଦ କୁମାର ସାମଲ, ଇନ୍ଦ୍ରମଣି ନାୟକ, ପ୍ରଶାନ୍ତ କୁମାର ପୃଷ୍ଟି, ଇନରହୁଇଲ କ୍ଲବ ସଭାପତି କଳ୍ପନା ପରିଡା, ମାଧୁରୀ ଶତପଥୀ, ମିନତୀ ସାହୁ, ଅଜନ୍ତା ପାଣିଗ୍ରାହୀ, ଇନ୍ଦୁପ୍ରଭା ସାମଲ, ଉପାସନା ଶତପଥୀ, ପ୍ରମୁଖ ସଭା ପରିଚାଳନାରେ ସହାୟତା କରିଥିଲେ। ଶେଷରେ ନିରଞ୍ଜନ ପାଣିଗ୍ରାହୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?