ରାଷ୍ଟ୍ର ନିର୍ମାଣର ସୈନିକ ହୁଅ

ପୁରୀ ଅଫିସ, ୧୦ା୧୨ : ବିଜୁ ଯୁବ ସଶକ୍ତୀକରଣ ଯୋଜନାରେ ସାମନ୍ତ ଚନ୍ଦ୍ରଶେଖର ସ୍ବୟଂଶାସିତ ମହାବିଦ୍ୟାଳୟ ହେରିଟେଜ ହଲ୍‌ରେ ମଙ୍ଗଳବାର ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପଟପ୍‌ ବଣ୍ଟନ କରାଯାଇଛି। ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଯୋଗଦେଇ ୩ଶହ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ବଣ୍ଟନ କରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କୁ ସମ୍ବୋଧନ କରି ରାଷ୍ଟ୍ର ନିର୍ମାଣରେ ସୈନିକ ଭାବେ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ଏ ଦେଶର ଛାତ୍ରୀଛାତ୍ର ସୁଦୃଢ ହେଲେ ଭବିଷ୍ୟତର ଭାରତ ସଶକ୍ତ ଓ ସୁଦୃଢ଼ ହେବ ବୋଲି କହିଥିଲେ। କଲେଜ ଅଧ୍ୟକ୍ଷା ପ୍ରଫେସର ସୁଜାତା ମହାପାତ୍ର ଶୃଙ୍ଖଳିତ ହେବା ସହ ଜ୍ଞାନର ପରିସୀମାକୁ ବିକଶିତ କର ବୋଲି କହିଥିଲେ। ଉପାଧ୍ୟକ୍ଷ ଡ. ଶଙ୍କର୍ଷଣ ଦାଶ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ ଡ. ରବୀନ୍ଦ୍ର ପ୍ରଧାନ ପରିଚାଳନା କରିଥିଲେ। କଲେଜର ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?