ରାସନ କାର୍ଡଧାରୀଙ୍କୁ ମିଳିପାରେ ୧ କେଜି ଚିନି

ନୂଆଦିଲ୍ଲୀ,୪-୬: କେନ୍ଦ୍ର ସରକାର ସାର୍ବଜନୀନ ବିତରଣ ପ୍ରଣାଳୀ ଅର୍ଥାତ ରାସନ କାର୍ଡ ଜରିଆରେ ଶସ୍ତା ଦରରେ ୧୬.୩ କୋଟି ଅତିରିକ୍ତ ପରିବାରଙ୍କୁ ୧ କେଜି ଚିନି ଉପଲବ୍ଧ କରିପାରେ। ଏନେଇ ବିଚାର ଚାଲିଥିବା ଜଣାପଡିଛି। ଏହାଦ୍ୱାରା ସରକାରୀ କୋଷାଗାର ଉପରେ ୪,୭୨୭ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ବୋଝ ପଡ଼ିବ। କାରଣ ମୌସୁମୀ ପୂର୍ବରୁ ଭଣ୍ଡାର କମାଇବା ସରକାରଙ୍କ ଉଦ୍ଦେଶ୍ୟ। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଖାଦ୍ୟ ମନ୍ତ୍ରଣାଳୟର ପ୍ରସ୍ତାବ ଉପରେ ଗତ ସପ୍ତାହରେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଆଲୋଚନା ହୋଇଛି। ତେବେ ଏ ନେଇ କୌଣସି ନିଷ୍ପତ୍ତି ନିଆଯାଇନାହିଁ। ଚିନି ଛଡ଼ା ରାସନ କାର୍ଡଧାରୀଙ୍କୁ ଚାଉଳ ଓ ଗହମ ଭଳି ଖାଦ୍ୟଶସ୍ୟ ଅତିରିକ୍ତ ଭାବେ ବାଣ୍ଟିବାକୁ ନେଇ ଆଲୋଚନା ହୋଇଛି। ବର୍ତ୍ତମାନ ଅନ୍ତ୍ୟୋଦୟ ଅନ୍ନ ଯୋଜନା ଅନ୍ତର୍ଗତରେ ୨.୫ କୋଟି ପରିବାରଙ୍କୁ ୧୩.୫ ଟଙ୍କା ଦରରେ ଚିନି ଦିଆଯାଉଛି। ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ୮୦ କୋଟି ଲୋକଙ୍କୁ ପ୍ରତି ମାସରେ ୫ କେଜି ଚାଉଳ ବା ଗହମ ଯୋଗାଇ ଦିଆଯାଉଛି। ଗହମ କେଜି ୨ ଟଙ୍କାରେ ଓ ଚାଉଳ ୩ ଟଙ୍କାରେ ବିକ୍ରି କରାଯାଉଛି। ରାଷ୍ଟ୍ରାୟତ୍ତ ଫୁଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ(ଏଫ୍‌ସିଆଇ) ଗୋଦାମରେ ଏବେ ଖାଦ୍ୟଶସ୍ୟ ଭରପୁର ରହିଛି। ମୌସୁମୀ ପରେ ନୂଆ ଉତ୍ପାଦିତ ଖାଦ୍ୟପଦାର୍ଥ ରଖିବା ଲାଗି ସ୍ଥାନର ଅଭାବ ରହିଛି। ଏହି କାରଣରୁ ଅତିରିକ୍ତ ବଣ୍ଟନ ମାଧ୍ୟମରେ ଗୋଦାମ ଖାଲି କରିବାର ପ୍ରୟାସ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri