ରାସ୍ତାକଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ସନ୍ଦେହ

ଆନନ୍ଦପୁର,୩୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ୫୩ ନଂ ରାଜ୍ୟ ରାଜପଥର କୋଡପଡା ଛକ ଠିକ୍‌ ପୂର୍ବରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଜଣଙ୍କ ହେଉଛନ୍ତି ନିକଟସ୍ଥ ଗୌଡଡିହା ଗ୍ରାମର ସନାତନ ପାତ୍ର(୫୮)। ମୃତକ ସନାତନଙ୍କ ପୁଅ ମାନସଙ୍କ କହିବା ଅନୁଯାୟୀ, ବାପା ରବିବାର ଆନନ୍ଦପୁର ପୌରପରିଷଦ ପଦ୍ମପୁର ସାଇକେଲ ଯୋଗେ କାମ କରିବାକୁ ଯାଇଥିଲେ। ରାତି ପର୍ଯ୍ୟନ୍ତ ଫେରି ନ ଥିଲେ। ରାତି ସାରା ପରିବାର ପକ୍ଷରୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ କିନ୍ତୁ ତାଙ୍କୁ ପାଇ ନ ଥିଲେ। ସୋମବାର ସକାଳୁ ମୃତଦେହ ସମ୍ପର୍କରେ ସୂଚନା ପାଇ ସନାତନଙ୍କ ପରିବାର ଲୋକେ ଏବଂ ଆନନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

ବିପଦ ସଂକେତ ଟପିଲା ବୈତରଣୀ, ଲୋକେ ଭୟଭୀତ

ପାଟଣା,୧୭।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ରବିବାର ସାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପାଟଣା ମୁଖ୍ୟାଳୟ…

ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍‌, ଜଳସ୍ତର ରହିଛି…

ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର…

ଦୁଇ ଝିଅଙ୍କୁ ଭାତରେ ବିଷ ଦେଇ ନିଜେ ପିଇଦେଲେ ମା’, ଆଉ ତା’ ପରେ…

ପୁରୀ,୧୭ା୮(ଅଜିତ କୁମାର ମହାନ୍ତି): ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ…

ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ୪ ଘଣ୍ଟା ପରେ ମହାପ୍ରଭୁ…

ପୁରୀ,୧୭ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri