ରାସ୍ତାକଡ଼ରେ ମହିଳାଙ୍କ ପ୍ରସବ ଘଟଣା :ତଦନ୍ତ କଲା ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ଟିମ୍‌

ବ୍ରହ୍ମପୁର ଅଫିସ୍‌,୨୭ା୮-ବ୍ରହ୍ମପୁର ସହର କୋର୍ଟପେଟା ଛକରେ ଗତ ୨୩ତାରିଖରେ କେ.ପାର୍ବତୀ ନାମ୍ନୀ ଜଣେ ମହିଳା ରାସ୍ତା କଡ଼ରେ ପ୍ରସବ କରିଥିଲେ। ପ୍ରସବ କରାଇ ମାନବିକତାର ପରିଚୟ ଦେଇଥିବା ଡା. ରୋନକ୍‌ ଗାନ୍ଧୀ ଏବଂ ଡା. ଦେବଦର୍ଶିନୀ ସାହୁଙ୍କୁ ସବୁଆଡ଼ୁ ପ୍ରଶଂସାର ସୁଅ ଛୁଟିବାରେ ଲାଗିଛି। ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ଅଧ୍ୟୟନ କରୁଥିବା ଏହି ଡାକ୍ତର ଦ୍ୱୟଙ୍କୁ ନିଜ ଶିକ୍ଷାନୁଷ୍ଠାନ ପକ୍ଷରୁ ପୂର୍ବରୁ ସମ୍ବର୍ଦ୍ଧିତ କରାଯାଇଥିଲା। ସୋମବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। କିନ୍ତୁ ଦୁଇ ଡାକ୍ତରଙ୍କୁ ସମ୍ବର୍ଦ୍ଧନା ଆଳରେ ସ୍ବାସ୍ଥ୍ୟ ବିଭାଗ ନିଜ ଦୋଷ ଘୋଡ଼ାଇବାକୁ ଉଦ୍ୟମ କରୁଛି ବୋଲି ଜାଣିବା ଶୁଣିବା ମହଲରେ ଆଲୋଚନା ହେଉଛି । କାରଣ ଗର୍ଭବତୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ଯୋଜନା ଥିଲେ ମଧ୍ୟ ସେଇ ସବୁ ଯୋଜନାର ବିଫଳତା ଯୋଗୁ ପାର୍ବତୀ ରାସ୍ତା କଡ଼ରେ ପ୍ରସବ କଲେ ବୋଲି କୁହାଯାଉଛି ।
ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରେ ଥିବା ନବନିର୍ମିତ ଏନ୍‌ଏଚ୍‌ଏମ୍‌ ସମ୍ମିଳନୀ କକ୍ଷରେ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ମୁଖ୍ୟ ଚିକିତ୍ସାଧିକାରୀ ତଥା ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି ଦୁଇ ଜଣ ଡାକ୍ତର ଗାନ୍ଧୀ ଏବଂ ଡା. ସାହୁଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଜିଲାପାଳ କୁଲାଙ୍ଗେ କହିଥିଲେ, ଉଭୟ ଡାକ୍ତର ମାନବିକତାର ଯେଉଁ ଉଦାହରଣ ସୃଷ୍ଟି କରିଛନ୍ତି, ତାହା ସମସ୍ତଙ୍କ ପାଇଁ ଶିକ୍ଷଣୀୟ। ବୃତ୍ତି ନୁହେଁ, ସେବାକୁ ଉଭୟେ ପ୍ରାଥମିକତା ଦେଇଛନ୍ତି। ଏହି ଅବସରରେ ଉଭୟେ ଡାକ୍ତର ଉକ୍ତ ଦିନର ଅଭିଜ୍ଞତା କହିିଥିଲେ। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡା. ଭି. ସରୋଜିନୀ ଦେବୀ, ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ହିମାଂଶୁବାଳା ପଟ୍ଟନାୟକ, ଏନ୍‌ଏଚ୍‌ଏମ୍‌ର ଡିପିଏମ୍‌ ଶ୍ୟାମ ସୁନ୍ଦର ତ୍ରିପାଠୀ ଏବଂ ପ୍ରଜନନ ଏବଂ ଶିଶୁ ସ୍ବାସ୍ଥ୍ୟ ପ୍ରବନ୍ଧକ ଶକ୍ତି କୁମାର ଦିଗାଲ୍‌ଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର ବହୁ ଅଧିକାରୀ ଉପସ୍ଥିତ ଥିଲେ।
ସାମନ୍ତିଆପଲ୍ଲୀ ଗ୍ରାମର ପାର୍ବତୀ ରାସ୍ତା କଡ଼ରେ ପ୍ରସବ କରାଇବାକୁ ନେଇ ସ୍ବାସ୍ଥ୍ୟ ବିଭାଗର ଅପରାଗତା ଦାୟୀ ବୋଲି କୁହାଯାଉଛି। ଗର୍ଭବତୀଙ୍କୁ ଚିକିତ୍ସାଳୟରେ ପହଞ୍ଚାଇବା ପାଇଁ ଆଶାମାନେ ନିଯୁକ୍ତି ପାଇଛନ୍ତି। ହେଲେ ସେହି ଦିନ ପାର୍ବତୀଙ୍କ ସହ ଆଶା ନ ଥିଲେ । ରାସ୍ତା କଡ଼ରେ ପାର୍ବତୀ ପ୍ରସବ କରୁଥିବା ବେଳେ ଅଞ୍ଚଳବାସୀଙ୍କ ପକ୍ଷରୁ ୧୦୨ ଆମ୍ବୁଲାନ୍ସକୁ ସୂଚନା ଦିଆଯାଇଥିଲା। ହେଲେ ପ୍ରାୟ ୪୫ମିନିଟ୍‌ ପରେ ଆମ୍ବୁଲାନ୍ସ ସେଠାରେ ପହଞ୍ଚିଥିଲା ।
ଯଦି ପାର୍ବତୀଙ୍କ ପ୍ରସବ ସମୟରେ ଡା. ଦେବଦର୍ଶିନୀ ସେଠାରେ ନ ଥାନ୍ତେ, ତେବେ ପରିସ୍ଥିତି ଭିନ୍ନ ହୋଇଥାନ୍ତା, ଏଥିରେ ସନ୍ଦେହ ନାହିଁ ବୋଲି ମଧ୍ୟ କୁହାଯାଉଛି ।
ନେଇ ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ପରିବାର କଲ୍ୟାଣ) ଡା. ଭି. ସରୋଜିନୀ ଦେବୀ କୁହନ୍ତି, ସ୍ବତନ୍ତ୍ର ଟିମ୍‌ ଦ୍ୱାରା ଘଟଣାର ତଦନ୍ତ କରାଯାଇଛି ।
୨୨ତାରିଖରେ ଆଶାଙ୍କ ସହ ପାର୍ବତୀ ବଡ଼ ମେଡ଼ିକାଲ୍‌କୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଆସିଥିଲେ । ଡାକ୍ତର ତାଙ୍କୁ ଅଲ୍‌ଟ୍ରାସାଉଣ୍ଡ କରିବାକୁ କହିଥିଲେ। ଆଧାର କାର୍ଡ଼ ନ ଥିବା ଯୋଗୁ ପାର୍ବତୀ ଫେରି ଯାଇଥିଲେ। ପରଦିନ ଅର୍ଥାତ୍‌ ୨୩ତାରିଖରେ ପାର୍ବତୀ ପୁଣି ଥରେ ବ୍ରହ୍ମପୁର ଆସିଥିଲେ । ଆଶାଙ୍କୁ ଡାକି ଥିଲେ ମଧ୍ୟ ସେ ସାଥିରେ ଆସିବାକୁ ମନା କରିଥିଲେ । ଏଣୁ ପ୍ରାଥମିକ ତଦନ୍ତରୁ ଆଶାଙ୍କ ଦାୟିତ୍ୱହୀନତା ଜଣାପଡ଼ିଛି।
ଏନେଇ ଏକ ରିପୋର୍ଟ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ପ୍ରଦାନ କରାଯାଇଛି ବୋଲି ସେ ପ୍ରକାଶ କରିଛନ୍ତି । ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ପାଣିଗ୍ରାହୀ କହିଛନ୍ତି, ତଦନ୍ତ ରିପୋର୍ଟ ହସ୍ତଗତ ହୋଇଛି। ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri