ରାସ୍ତାପାର୍ଶ୍ୱରୁ ଗଛକଟା, ଭେଣ୍ଡିଂ ଜୋନ୍‌କୁ ନେଇ ପ୍ରଶାସନ-ଅଞ୍ଚଳବାସୀ ମୁହାଁମୁହିଁ

ଗଞ୍ଜାମ,୧୦ା୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ୫ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଜବରଦଖଲ କାର୍ଯ୍ୟ ବୁଧବାର ପୂର୍ବାହ୍ନରେ ସହରାଞ୍ଚଳର ସାନବଜାର ମାଛ ମର୍କେଟଠାରେ ଚାଲିଥିବା ବେଳେ ସହରବାସୀ ଏହାକୁ ବିରୋଧ କରିଥିଲେ। ଗଞ୍ଜାମ ସହରରେ ପ୍ରତିବର୍ଷ ଐତିହାସିକ ଦୋଳଯାତ୍ରା ଆୟୋଜିତ ହେଉଥିବା ବେଳେ ରାସ୍ତା ମଝିରେ ଡିଭାଇଡର ନିର୍ମାଣ, ସହରରେ ସାନବଜାରଠାରୁ ବଡ଼ ବଜାର ମଧ୍ୟରେ ରହିଥିବା ଗଛକଟା ଓ ୪ ମାସରୁ ଊର୍ଦ୍ଧ୍ୱ ହେବ ସହରର ଉଭୟ ପାର୍ଶ୍ୱରେ ଦୋକାନଗୁଡିକ ଉଚ୍ଛେଦ କରାଯାଇଥିଲା। ତେବେ ବ୍ୟବସାୟୀଙ୍କ ନିମନ୍ତେ ଭେଣ୍ଡିଂ ଜୋନ୍‌ ବ୍ୟବସ୍ଥା କରାଯାଇନାହିଁ। ଫଳରେ ଶତାଧିକ ବ୍ୟବସାୟୀ ଜୀବିକା ହରାଇିଛନ୍ତି। ଯାହାକୁ ନେଇ ପ୍ରଶାସନ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ପରେ ପ୍ରଶାସନ ବିଭାଗୀୟ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରି ଗଛଗୁଡିକ ନ କାଟିବା, ଭେଣ୍ଡିଂ ଜୋନ୍‌ ବ୍ୟବସ୍ଥା ପାଇଁ ପଦକ୍ଷେପ ନେବା, ରାସ୍ତା ମଝିରେ ଡିଭାଇଡର ପରିବର୍ତ୍ତେ ଗ୍ରୀଲିଂ ବ୍ୟବସ୍ଥା କରିବା ଆଦି ସମସ୍ୟା ସମାଧାନ ପରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଥିଲା।
ପ୍ରଶାସନ ପକ୍ଷରୁ ତହସିଲଦାର ଅବନୀ କୁମାର ସାହୁ,ଆଡିଶନାଲ ତହସିଲଦାର ସନାତନ ମହାଳିକ, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁକଲ୍ୟାଣ ଦାସ, ଗଞ୍ଜାମ ଥାନାଧିକାରୀ ଦିଲୀପ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିବା ବେଳେ ଗଞ୍ଜାମ ଅଞ୍ଚଳବାସୀଙ୍କ ପକ୍ଷରୁ ଆଇନଜୀବୀ ଦିଲୀପ କୁମାର ପଟ୍ଟନାୟକ, ଯୁବନେତା ସୁଧୀର କୁମାର ପାଢ଼ୀ, ଲକ୍ଷ୍ମୀ ଚରଣ ପାଢ଼ୀ,ବଡ଼ବଜାର ବଣିକ ସଂଘ ସଭାପତି ଗୌରୀଶଙ୍କର ବାରିକ,ସମ୍ପାଦକ କାହ୍ନୁ ଚରଣ ପଣ୍ଡା, ବିଷ୍ଣୁ ଚରଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri