ରାସ୍ତାପାର୍ଶ୍ୱରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୨।୧(ସ୍ବ.ପ୍ର.): ପୂଜା ସାମଗ୍ରୀ ଆଣିବା ଲାଗି ନିକଟସ୍ଥ ଛକକୁ ଆସିଥିବାବେଳେ ରାସ୍ତାରେ ପାର୍ଶ୍ୱରେ ପଡ଼ି ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସାରସକେଲା ଗ୍ରାମର ଦୁଃଶାସନ ନାଏକ(୬୦) ସାରସକେଲା ଛକକୁ ବୁଧବାର ସନ୍ଧ୍ୟାରେ ନଡ଼ିଆ କଦଳୀ ପୂଜା ସାମଗ୍ରୀ କିଣିବାକୁ ଆସିଥିଲେ। ମାତ୍ର ସେ ଆଉ ଘରକୁ ଫେରି ନ ଥିଲେ। ତାଙ୍କ ପୁଅ ଦିଲୀପ ନୂଆବର୍ଷ ପାଇଁ କେନ୍ଦୁଝର ସହର ନିକଟ ବର୍ତ୍ତୀ ଗଣ୍ତସାହି ଅପା ଘରକୁ ଯାଇଥିଲେ। ରାତି ଦୁଃଶାସନ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ବି ପାଇ ନ ଥିଲେ। ତେବେ ଗୁରୁବାର ସକାଳେ ସ୍ଥାନୀୟ ଲୋକେ ତାଙ୍କୁ ପଡ଼ିଥିବା ଦେଖି ପରିବାର ଲୋକଙ୍କୁ ଖବର ଦେବାରୁ ସେମାନେ ଘଟଣାସ୍ଥଳରେ ପହଞ୍ଚି ଚିହ୍ନିଥିଲେ। ସେ ଅନ୍ଧାରରେ କିଛି ଦେଖି ନ ପାରି ପଡ଼ି ଯାଇଥିବା ବେଳେ ଅଧିକ ଶୀତରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଖବର ପାଇ ପଳାଶପଙ୍ଗାଫାଣ୍ତି ପୋଲିସ ପହଞ୍ଚି ମୃତଦେହ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri