ରାସ୍ତାରେ ଅସଦାଚରଣ କରି ଛେଚା ଖାଇଲେ କନ୍‌ଷ୍ଟେବଳ

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ରାଜଧାନୀରେ ଖାକି ବାବୁଙ୍କୁ ପ୍ରେମ ରୋଗ ଛାଡୁନି। ମାସକ ଭିତରେ ୩ ପୋଲିସ କର୍ମଚାରୀ ପ୍ରେମ ଓ ବଳାତ୍କାର ମାମଲାରେ ଗିରଫ ହୋଇଥିବାବେଳେ ରବିବାର ରାଜଧାନୀ ରାଜରାସ୍ତାରେ ଆଉ ଏକ ଖାକି କାର୍‌ନାମା ଦେଖିବାକୁ ମିଳିଛି। ଜଣେ ଯୁବତୀଙ୍କୁ ହାତ ଧରି ଅସଦାଚରଣ କରିବା ଜଣେ ପୋଲିସ ବାବୁଙ୍କ ପାଇଁ ମହଙ୍ଗା ପଡିଛି। ଲୋକଙ୍କ ମାଡ଼ ସହ ଅସଦାଚରଣର ଶିକାର ଯୁବତୀଙ୍କ ଯୋତା ଓ ଗୋଇଠା ମାଡ଼ରେ ତାଙ୍କର ପ୍ରେମ ନିଶା ଉତୁରି ଯାଇଛି। ରବିବାର କ୍ୟାପିଟାଲ ଥାନା ଅନ୍ତର୍ଗତ କଳ୍ପନା ଛକ ନିକଟରେ ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ (ଏସ୍‌ଏସ୍‌ବି)ର ଜଣେ କନ୍‌ଷ୍ଟେବଳ ଏପରି କାଣ୍ଡ ଘଟାଇଛନ୍ତି। ଘଟଣା ସମୟର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। କ୍ୟାପିଟାଲ ଥାନା ପୋଲିସ ସମ୍ପୃକ୍ତ କନ୍‌ଷ୍ଟେବଳଙ୍କୁ ଉଦ୍ଧାର କରି ଥାନାକୁ ନେଇ ପଚରାଉଚରା କରୁଛି। ତାଙ୍କ ଘର ଗଞ୍ଜାମ ଗୋଳନ୍ଥରା ଅଞ୍ଚଳରେ ହୋଇଥିବାବେଳେ ସେ ଏଠାରେ ଏସ୍‌ଏସ୍‌ବି କ୍ୟାମ୍ପରେ ରହୁଥିବା ପୋଲିସ ସୂଚନା ଦେଇଛି। ତେବେ ଏନେଇ ଥାନାରେ ଅଭିଯୋଗ ହୋଇନାହିଁ। ଯୁବତୀଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇପାରି ନ ଥିବା କ୍ୟାପିଟାଲ ଥାନା ଅଧିକାରୀ ଗିରିଜା ଶଙ୍କର ଚକ୍ରବର୍ତ୍ତୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

ଆଜି ଶ୍ରାବଣ ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ଏହି କାରଣରୁ…

ଭୁବନେଶ୍ୱର,୩ା୮: ଆଜି ଶ୍ରାବଣର ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri