ରାସ୍ତାରେ ଧାନବସ୍ତା ରଖି ଅବରୋଧ

ସଜନାଗଡ଼,୧।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଅନ୍ତର୍ଗତ ଶେରଗଡ଼-ଉଦଳା ୧୯ନମ୍ବର ରାଜ୍ୟ ରାଜପଥ ଗରଡ଼ିହି ଛକଠାରେ ୪ଦଫା ଦାବି ନେଇ ଓଡ଼ିଶା କୃଷକ ସଭା ପକ୍ଷରୁ ରାସ୍ତାରେ ଧାନ ବସ୍ତା ରଖି ଶନିବାର ଦୀର୍ଘ ସମୟ ଧରି ଅବରୋଧ କରାଯାଇଥିଲା। ଫଳରେ ଉଭୟ ପାର୍ଶ୍ୱରୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଚାଷୀମାନଙ୍କର ଦାବି ସରକାରୀ ଭାବେ ସମସ୍ତ ପଞ୍ଚାୟତରେ ସରକାରୀ ଧାନକ୍ରୟ କେନ୍ଦ୍ର ଖୋଲିବା, କ୍ଷୁଦ୍ର ଓ ବଡ଼ ଚାଷୀମାନଙ୍କୁ ଧାନକ୍ରୟ ପାଇଁ ଟୋକନ ବ୍ୟବସ୍ଥା, ଚଳିତବର୍ଷ ପୂର୍ବରୁ ଆଗ୍ରାହ୍ୟ ଟୋକନକୁ ଗ୍ରହଣଯୋଗ୍ୟ କରିବା ଏବଂ ଭାଗଚାଷୀଙ୍କଠାରୁ ଧାନକ୍ରୟ କରାଯିବା ନେଇ ରାସ୍ତାରୋକୋ କରାଯାଇଥିଲା। ମଧ୍ୟାହ୍ନ ୧୨ଟାରେ ନୀଳଗିରି ଉପଜିଲାପାଳ ହରିଶ୍‌ ଚନ୍ଦ୍ର ଜେନା, ଏଆର୍‌ସିଏସ୍‌, ନୀଳଗିରି ଯୋଗାଣ ଅଧିକାରୀ, ନୀଳଗିରି ଓ ମାଟିଆଳି ଲ୍ୟାମ୍ପର ଏମ୍‌ଡି ରାସ୍ତାରୋକୋ ସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀମାନଙ୍କ ସହିତ ଆଲୋଚନା କଲା ପରେ ୪ଟି ଦାବିକୁ ଅଧିକାରୀମାନେ ଗ୍ରହଣ କରିନେଇଥିଲେ। ଏହାପରେ କୃଷକ ସଂଘ ପକ୍ଷରୁ ରାସ୍ତାରୋକୋ ହଟାଯାଇଥିଲା। ଏହି ରାସ୍ତାରୋକୋରେ ଯୋଗାନନ୍ଦ ଦାସ, ବିଜୟ ପାତ୍ର, ରାମଚନ୍ଦ୍ର ସ, ଲକ୍ଷ୍ମୀଧର ସାହୁ, ମକରନ୍ଦ ମଣ୍ଡଳ, ପୁରସ୍ତମ ବେହେରା, ସୁରେଶ ନାୟକ, ସତ୍ୟଜିତ୍‌ ସାହୁଙ୍କ ନେତୃ୍‌ତ୍ୱରେ ଶତାଧିକ ଚାଷୀ ସାମିଲ୍‌ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri