ରାସ୍ତାରେ ନାବାଳିକାଙ୍କୁ ଅସଦାଚରଣ: ପୋଲିସ କର୍ମଚାରୀ ଗିରଫ

ବାରିପଦା ଅଫିସ,୯ା୯- ଲୋକଙ୍କୁ ସୁରକ୍ଷା ଓ ସହାୟତା ଦେଇ ଅପରାଧ ନିୟନ୍ତ୍ରଣ କରିବା ଦାୟିତ୍ୱରେ ରହିଛି ପୋଲିସ । ଏହି ବିଭାଗର କେତେକ କର୍ମଚାରୀଙ୍କ ମାତ୍ରାଧିକ ତଥା ଅନୈତିକ କାର୍ଯ୍ୟ ବିଭିନ୍ନ ସମୟରେ ଚର୍ଚ୍ଚାକୁ ଆସୁଛି। ମୟୂରଭଞ୍ଜ ଜିଲା ପୋଲିସ ବିଭାଗରେ ଅଡର୍ଲି ଭାବେ କାମ କରୁଥିବା ଜଣେ ୪ର୍ଥ ଶ୍ରେଣୀ କର୍ମଚାରୀ ଜବାହାରଲାଲ ବେହେରା ରବିବାର ଅପରାହ୍ନରେ ସ୍ଥାନୀୟ ଇନ୍‌ଡୋର ଷ୍ଟାଡିୟମ ରାସ୍ତାରେ ଟ୍ୟୁଶନ ସାରି ଘରକୁ ଫେରୁଥିବା ଜଣେ ନାବାଳିକାଙ୍କୁ ଅସଦାଚରଣ କରି ଗିରଫ ହୋଇଛନ୍ତି। ଏହି ଘଟଣା ସହରରେ ମୁଖ୍ୟ ଚର୍ଚ୍ଚାର ବିଷୟ ହୋଇଛି।
ନାବାଳିକାଙ୍କ ପରିବାରବର୍ଗ ବାରିପଦା ଟାଉନ ଥାନାରେ କରିଥିବା ଅଭିଯୋଗରେ ଦର୍ଶାଇଛନ୍ତି ଯେ, ତାଙ୍କର ୮ ବର୍ଷର ଝିଅ ଟ୍ୟୁଶନ ସାରି ଘରକୁ ଫେରୁଥିବା ବେଳେ ଏହି ବ୍ୟକ୍ତି ରାସ୍ତାରେ ତାଙ୍କୁ ଅସଦାଚରଣ କରିବା ସହ ଏକ ନିଛାଟିଆ ସ୍ଥାନକୁ ଟାଣି ଟାଣି ନେଇ ଯାଇଥିଲେ। ନାବାଳିକା ଜଣଙ୍କ ସେଠାରୁ କୌଶଳକ୍ରମେ ଖସି ଆସି ଘର ଲୋକଙ୍କୁ ସବୁ କଥା ଜଣାଇଥିଲେ। ଏହାପରେ ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଯାଇ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରି ଏକ ଗଛରେ ବାନ୍ଧି ପକାଇଥିଲେ। ଏହି କର୍ମଚାରୀ ସେତେବେଳେ ଲୁଙ୍ଗି ଓ ଗଞ୍ଜି ପିନ୍ଧିଥିଲେ। ଖବର ପାଇ ବାରିପଦା ଟାଉନ ପୋଲିସ ପହଞ୍ଚି ଜବାହାରଲାଲଙ୍କୁ ସେଠାରୁ ଉଦ୍ଧାର କରି ଥାନାକୁ ନେଇଯାଇ ପଚରାଉଚୁରା କରିଥିଲା। ନାବାଳିକାଙ୍କ ପରିବାର ଥାନାରେ ଲିଖିତ ଅଭିଯୋଗ କରିବାରୁ ପୋଲିସ ଏକ ମାମଲା ( ନଂ.୨୦୫/୧୯) ରୁଜୁ କରି ତାଙ୍କୁ ଗିରଫ କରିଥିବା ଥାନା ଅଧିକାରୀ ଅଶୋକ କୁମାର ନାୟକ ସୂଚନା ଦେଇଛନ୍ତି। ଗିରଫ କର୍ମଚାରୀ ନାବାଳିକାଙ୍କୁ ଅସଦାଚରଣ କରି ନାହାନ୍ତି, କେବଳ ତାଙ୍କ ସହ କଥା ହୋଇଥିଲେ ବୋଲି ସଫେଇ ଦେଇଛନ୍ତି। ଇତି ମଧ୍ୟରେ ଏସ୍‌ପି ଚାକିରିରୁ ନିଲମ୍ବିତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri