ରାସ୍ତାରେ ନାବାଳିକାଙ୍କୁ ଅସଦାଚରଣ: ପୋଲିସ କର୍ମଚାରୀ ଗିରଫ

ବାରିପଦା ଅଫିସ,୯ା୯- ଲୋକଙ୍କୁ ସୁରକ୍ଷା ଓ ସହାୟତା ଦେଇ ଅପରାଧ ନିୟନ୍ତ୍ରଣ କରିବା ଦାୟିତ୍ୱରେ ରହିଛି ପୋଲିସ । ଏହି ବିଭାଗର କେତେକ କର୍ମଚାରୀଙ୍କ ମାତ୍ରାଧିକ ତଥା ଅନୈତିକ କାର୍ଯ୍ୟ ବିଭିନ୍ନ ସମୟରେ ଚର୍ଚ୍ଚାକୁ ଆସୁଛି। ମୟୂରଭଞ୍ଜ ଜିଲା ପୋଲିସ ବିଭାଗରେ ଅଡର୍ଲି ଭାବେ କାମ କରୁଥିବା ଜଣେ ୪ର୍ଥ ଶ୍ରେଣୀ କର୍ମଚାରୀ ଜବାହାରଲାଲ ବେହେରା ରବିବାର ଅପରାହ୍ନରେ ସ୍ଥାନୀୟ ଇନ୍‌ଡୋର ଷ୍ଟାଡିୟମ ରାସ୍ତାରେ ଟ୍ୟୁଶନ ସାରି ଘରକୁ ଫେରୁଥିବା ଜଣେ ନାବାଳିକାଙ୍କୁ ଅସଦାଚରଣ କରି ଗିରଫ ହୋଇଛନ୍ତି। ଏହି ଘଟଣା ସହରରେ ମୁଖ୍ୟ ଚର୍ଚ୍ଚାର ବିଷୟ ହୋଇଛି।
ନାବାଳିକାଙ୍କ ପରିବାରବର୍ଗ ବାରିପଦା ଟାଉନ ଥାନାରେ କରିଥିବା ଅଭିଯୋଗରେ ଦର୍ଶାଇଛନ୍ତି ଯେ, ତାଙ୍କର ୮ ବର୍ଷର ଝିଅ ଟ୍ୟୁଶନ ସାରି ଘରକୁ ଫେରୁଥିବା ବେଳେ ଏହି ବ୍ୟକ୍ତି ରାସ୍ତାରେ ତାଙ୍କୁ ଅସଦାଚରଣ କରିବା ସହ ଏକ ନିଛାଟିଆ ସ୍ଥାନକୁ ଟାଣି ଟାଣି ନେଇ ଯାଇଥିଲେ। ନାବାଳିକା ଜଣଙ୍କ ସେଠାରୁ କୌଶଳକ୍ରମେ ଖସି ଆସି ଘର ଲୋକଙ୍କୁ ସବୁ କଥା ଜଣାଇଥିଲେ। ଏହାପରେ ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଯାଇ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରି ଏକ ଗଛରେ ବାନ୍ଧି ପକାଇଥିଲେ। ଏହି କର୍ମଚାରୀ ସେତେବେଳେ ଲୁଙ୍ଗି ଓ ଗଞ୍ଜି ପିନ୍ଧିଥିଲେ। ଖବର ପାଇ ବାରିପଦା ଟାଉନ ପୋଲିସ ପହଞ୍ଚି ଜବାହାରଲାଲଙ୍କୁ ସେଠାରୁ ଉଦ୍ଧାର କରି ଥାନାକୁ ନେଇଯାଇ ପଚରାଉଚୁରା କରିଥିଲା। ନାବାଳିକାଙ୍କ ପରିବାର ଥାନାରେ ଲିଖିତ ଅଭିଯୋଗ କରିବାରୁ ପୋଲିସ ଏକ ମାମଲା ( ନଂ.୨୦୫/୧୯) ରୁଜୁ କରି ତାଙ୍କୁ ଗିରଫ କରିଥିବା ଥାନା ଅଧିକାରୀ ଅଶୋକ କୁମାର ନାୟକ ସୂଚନା ଦେଇଛନ୍ତି। ଗିରଫ କର୍ମଚାରୀ ନାବାଳିକାଙ୍କୁ ଅସଦାଚରଣ କରି ନାହାନ୍ତି, କେବଳ ତାଙ୍କ ସହ କଥା ହୋଇଥିଲେ ବୋଲି ସଫେଇ ଦେଇଛନ୍ତି। ଇତି ମଧ୍ୟରେ ଏସ୍‌ପି ଚାକିରିରୁ ନିଲମ୍ବିତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri