ରାସ୍ତାରେ ଯାଉଥିବା ୧୦ ଜଣଙ୍କୁ ଧରିନେଇ ସଙ୍ଗରୋଧ କେନ୍ଦ୍ରକୁ ପଠାଇଦେଲା ପୋଲିସ

ସମ୍ବଲପୁର,୧୨ା୫(ବ୍ୟୁରୋ): ସମ୍ବଲପୁର ଜିଲା ଦେଇ ରାଜ୍ୟ ବାହାରର ଲୋକେ ପ୍ରତିଦିନ ଚାଲି ଚାଲି ନିଜ ରାଜ୍ୟ ତଥା ଘରକୁ ଯାଉଛନ୍ତି। ମଙ୍ଗଳବାର ପଶ୍ଚିମବଙ୍ଗ ଯାଉଥିବା ୧୨ ଜଣ ଶ୍ରମିକଙ୍କୁ ଗେଙ୍ଗୁଟିପାଲିରେ ସ୍ଥାନୀୟ କେତେକ ଲୋକେ ଦେଖି ଧନୁପାଲି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ଏମାନଙ୍କୁ ପଚରାଉଚରା କରିଥିଲା। ସେମାନେ ରାୟପୁରରୁ ପଶ୍ଚିମବଙ୍ଗ ଯାଉଛନ୍ତି। ଲକ୍‌ଡାଉନ ଯୋଗୁ କାମ ବନ୍ଦ ହୋଇଯିବାରୁ ଏବେ ଘରକୁ ଫେରୁଛନ୍ତି। ସୁନାପାଲି ଅଞ୍ଚଳରେ ଜଣେ ସମ୍ପର୍କୀୟ ରହୁଥିବାରୁ ସେମାନେ ସେଠାକୁ ଆସିଥିଲେ। ଖାଇପିଇ ପୁଣି ନିଜ ରାଜ୍ୟ ଅଭିମୁଖେ ବାହାରିଥିବା ପୋଲିସକୁ କହିଥିଲେ। ହେଲେ ପୋଲିସ ସେମାନଙ୍କୁ ଏକ ବସ୍‌ ଯୋଗେ ଅଇଁଠାପାଲିସ୍ଥିତ କ୍ୱାରାଣ୍ଟାଇନ ସେଣ୍ଟରକୁ ପଠାଇଛି। ଏହି ସମୟରେ କିନ୍ତୁ ୨ ଜଣ ଶ୍ରମିକ ଫେରାର ହୋଇଯାଇଛନ୍ତି। ଖସି ପଳାଇଥିବା ୨ ଶ୍ରମିକଙ୍କୁ ଧରିବାକୁ ପୋଲିସ ତନାଘନା ଚଳାଇଛି। ସେହିପରି ଯାଯପୁର ଜିଲା ଚଣ୍ଡିଖୋଲରୁ ଆସୁଥିବା କିଛି ଶ୍ରମିକଙ୍କୁ ଧନୁପାଲି ଛକରେ ଲୋକେ ଅଟକାଇ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ପଚରାଉଚୁରା କରିଥିଲା। ସେମାନେ ଛତିଶଗଡ ଯାଉଥିବା କହିବା ପରେ ପୋଲିସ କିନ୍ତୁ ଛାଡି ଦେଇଛି। ଅନ୍ୟପକ୍ଷେ ସମ୍ବଲପୁର ସହରର ବିଭିନ୍ନ ସ୍ଥାନରେ କାମ କରୁଥିବା ପଶ୍ଚିମବଙ୍ଗ ମୁର୍ଶିଦାବାଦର ୧୧୦ ଜଣ ଶ୍ରମିକ ୩ଟି ବସ୍‌ରେ ନିଜ ଘରକୁ ଫେରିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ପାସ୍‌ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri