ରାସ୍ତାରେ ଶୋଚନୀୟ ସ୍ଥିତି: ଉପଜିଲାପାଳଙ୍କ ଅଫିସ ଘେରିଲେ ମହିଳା

ଆନନ୍ଦପୁର,୧୧।୯(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୧୩ ନଂ ଓ୍ବାର୍ଡ଼ ଜଅଁରା ମଧ୍ୟ ଦେଇ ଯାଇଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଥିବାରୁ ଜଅଁରାବାସୀ ବୁଧବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରି ଦାବିପତ୍ର ପ୍ରଦାନ କରିଛନ୍ତି। ଆଗାମି ୧୫ ଦିନ ମଧ୍ୟରେ ସମ୍ପୃକ୍ତ ରାସ୍ତାର ମରାମତି କରା ନ ଗଲେ ମହିଳାମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।

ସୂଚନାଯୋଗ୍ୟ, ଏକ ବର୍ଷ ତଳେ ସମ୍ପୃକ୍ତ ରାସ୍ତା ନୂତନ ଭାବେ ତିଆରି କରାଯାଇଥିଲା। ହେଲେ ଏହାକୁ ଠିକ୍‌ ଭାବେ ନିର୍ମାଣ କରାଯାଇ ନ ଥିବା ଏବଂ ରାସ୍ତାର ଉଭୟପାର୍ଶ୍ୱରେ ଡ୍ରେନ୍‌ ନାହିଁ। ଫଳରେ ବର୍ଷା ଦିନେ ରାସ୍ତାଟି ପାଣିରେ ବୁଡ଼ି ରହିବା ଫଳରେ ଏହା ଶୋଚନୀୟ ହୋଇପଡିଲାଣି। ଫଳରେ ଯାତାୟତରେ ସମସ୍ୟା ସୃଷ୍ଟି ହେଉଛି। ଏଥିସହ ବର୍ଷା ଜଳ ନିଷ୍କାସନର ବ୍ୟବସ୍ଥା ନ ଥିବାରୁ ରାସ୍ତାକଡରେ ପାଣି ଜମିରହି ଅପରିଷ୍କାର ପରିବେଶ ସୃଷ୍ଟି କରୁଛି। ଘଟଣାକୁ ନେଇ ଜଅଁରା ମହିଳାମାନେ ବାରମ୍ବାର ପୌର କାର୍ଯ୍ୟାଳୟରେ ଅଭିଯୋଗ କରୁଥିଲେ ସୁଦ୍ଧା କୌଣସି ସମାଧାନ ହୋଇପାରିନାହଁି। ଫଳରେ ମହିଳାମାନେ ବାଧ୍ୟ ହୋଇ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରି ଏକ ଦାବି ପତ୍ର ପ୍ରଦାନ କରିଛନ୍ତି। ଆଗାମୀ ୧୫ ଦିନ ମଧ୍ୟରେ ଏହାକୁ ସମାଧାନ କରା ନ ଗଲେ ମହିଳାମାନେ ଆନ୍ଦୋଳାନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri